ପୋଲିସ ବିରୋଧରେ ବଢୁଛି ଜନଅସନ୍ତୋଷ

କେନ୍ଦ୍ରାପଡା ଅଫିସ, ୨୦।୯:ପଟ୍ଟାମୁଣ୍ଡାଇ ଥାନା ହାଜତ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ହେଲେ ଏହି ଘଟଣାରେ ଥାନା କର୍ତ୍ତୃପକ୍ଷଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବାରୁ ଜନଅସନ୍ତୋଷ ଦେଖାଦେଇଛି। ସ୍ଥାନୀୟ ଅରଡପଲ୍ଲୀ ଗ୍ରାମର ସୁଶାନ୍ତ ବେହେରାଙ୍କୁ ବେଆଇନ ମଦ କାରବାର ଅଭିଯୋଗରେ ବୁଧବାର ପୋଲିସ ଥାନାକୁ ଆଣିଥିବା ବେଳେ କୌଣସି କାରଣରୁ ତାଙ୍କର ମୃତ୍ୟୁ ଘଟିଥିଲା। ଏହା ହାଜତ ମୃତ୍ୟୁ ପରିବାର ଲୋକେ ଓ ଗ୍ରାମବାସୀ ଅଭିଯୋଗ କରୁଥିବା ବେଳେ ପୋଲିସ କିନ୍ତୁ ଏହାକୁ ଅସ୍ବୀକାର କରିଛି।
ଅନ୍ୟପଟେ ସୁଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା କ୍ଷତିପୂରଣ ସହ ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ସାମାଜିକ କର୍ମୀ ପ୍ରତାପ ଚନ୍ଦ୍ର ମହାନ୍ତି ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏ ନେଇ ମାମଲା (କେସ ନଂ- ୧୧୪୧୪/ଆଇଏନ/୨୦୧୯) ରୁଜୁ ହୋଇଛି। ଏ ସମ୍ପର୍କରେ ମହାନ୍ତି କହିଛନ୍ତି, ଆସନ୍ତା ୪ ସପ୍ତାହ ମଧ୍ୟରେ ରିପୋର୍ଟ ପ୍ରଦାନ ପାଇଁ ଏନ୍‌ଏଚ୍‌ଆର୍‌ସିଙ୍କ ନିକଟରୁ ଏସ୍‌ପିଙ୍କଙ୍କୁ ଚିଠି ହୋଇଛି। ଅନ୍ତର୍ଜାତୀୟ ମାନବାଧିକାର ପରିଷଦର ଜିଲା ସଭାପତି ପ୍ରତାପ ଚନ୍ଦ୍ର ପାଢ଼ୀ କୁହନ୍ତି, ରାଜ୍ୟ ସରକାର ପୋଲିସର କାର୍ଯ୍ୟ ବ୍ୟବସ୍ଥାକୁ ସୁପରିଚାଳନା ପାଇଁ ୫-ଟି ମନ୍ତ୍ର ପ୍ରଦାନ କରିଛନ୍ତି। ତେବେ କୌଣସି ଥାନାରେ ଅଦ୍ୟାବଧି ଏହା କାର୍ଯ୍ୟକାରୀ ହେଉନାହିଁ। ୧୧ ମାସ ପୂର୍ବେ ମହାକାଳପଡା ଥାନାରେ ସମାନ ଏକ ଘଟଣା ଘଟିଥିଲା। ମାର୍ଶାଘାଇ ବ୍ଲକ ବାଲଣା ଗ୍ରାମର ଅବିନାଶ ପାଇଟାଳଙ୍କୁ ପୋଲିସ ପିଟିପିଟି ମାରି ଦେଇଥିଲା। ଏଥିରେ ସମ୍ପୃକ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲେ ମଧ୍ୟ ଅବିନାଶଙ୍କ ପରିବାରକୁ ଏ ପର୍ଯ୍ୟନ୍ତ ନ୍ୟାୟ ମିଳିନି। ଏ ସମ୍ପର୍କରେ ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ କହିଛନ୍ତି, ଅବିନାଶ ମୃତ୍ୟୁ ଘଟଣାରେ ଥାନା ଅଧିକାରୀଙ୍କ ବିରୋଧରେ ମାମଲା ହୋଇଛି। କିନ୍ତୁ ମୃତକଙ୍କ ପରିବାରକୁ କ୍ଷତିପୂରଣ ମିଳିନାହିଁ। ଅପରପକ୍ଷେ ସୁଶାନ୍ତଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିବା ପରେ ପରୋକ୍ଷରେ ହାଜତ ମୃତ୍ୟୁ ଅଭିଯୋଗକୁ ସ୍ବୀକାର କରାଯାଇଛି। ତେବେ ଏ ନେଇ ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆ ଯାଇନାହିଁ। ଦୁଇଟି ଘଟଣାରେ ଜିଲା ପୋଲିସ ମାମଲାକୁ ଚପାଇ ଦେବା ପାଇଁ ଆପ୍ରାଣ ଚେଷ୍ଟା କରିଥିବା ସମାଜିକ କର୍ମୀ ଅମରବର ବିଶ୍ୱାଳ, ସେକ୍‌ ଅନଜାନ, ସେକ୍‌ ସାବିର, ଚିତ୍ତରଞ୍ଜନ ସାହୁ ପ୍ରମୁଖ ମତ ଦେଇଛନ୍ତି। ସେମାନେ କହିଛନ୍ତି, ଜିଲାରେ ଅପରାଧ ନିୟନ୍ତ୍ରଣ କରିବାରେ ପୋଲିସ ବିଫଳ ହୋଇଥିବା ବେଳେ ସାଧାରଣ କଥାରେ ଉତ୍ତେଜିତ ହୋଇପଡୁଛି। ମୃତକଙ୍କ ପରିବାର ସଦସ୍ୟଙ୍କୁ ଦାବି ମୁତାବକ କ୍ଷତିପୂରଣ ସହିତ ଜିଲା ପୋଲିସର ଆମୂଳଚୂଳ ପରିବର୍ତ୍ତନ ଆବଶ୍ୟକ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri