ପୋଲିସ ଭ୍ୟାନରୁ ଡେଇଁ ଦୁର୍ଦ୍ଦାନ୍ତ ଚନ୍ଦନ ଫେରାର

ଭୁବନେଶ୍ୱର, ୧୦ା୭(ବ୍ୟୁରୋ): ଡେପୁଟି କମିଶନର ଅଫ ପୋଲିସ (ଡିସିପି)ଙ୍କ କୋର୍ଟରେ ହାଜର ହୋଇ ଝାରପଡ଼ା ଜେଲ୍‌କୁ ଫେରୁଥିବାବେଳେ ପୋଲିସ ଭ୍ୟାନ୍‌ରୁ ଡେଇଁ ଫେରାର ହୋଇଯାଇଛନ୍ତି ଏକାଧିକ ମାମଲାରେ ଅଭିଯୁକ୍ତ ଥିବା ଚନ୍ଦନ ନାୟକ। ମଙ୍ଗଳବାର ଅପରାହ୍ନ ସାଢ଼େ ୨ଟାରେ ଘଟିଛି ଏହି ଘଟଣା। ତାଙ୍କୁ ଧରିବା ପାଇଁ ଦୁଇଟି ଟିମ୍‌ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।
ଚନ୍ଦନ ଗତ ମାସରେ କ୍ୟାପିଟାଲ ଥାନା ପୋଲିସ ଦ୍ୱାରା ଗିରଫ ହୋଇଥିଲେ। ତାଙ୍କ ନାମରେ ବାଇକ ଚୋରି, ଲୁଟ୍‌, ବୋମା ମାଡ଼ ଓ ବନ୍ଧୁକ କାରବାର ଭଳି ସଙ୍ଗିନ ମାମଲା ରହିଛି। ସେ ଜେଲରୁ ଆସି ବାରମ୍ବାର ଅପରାଧ ଘଟାଉଥିବାରୁ କ୍ୟାପିଟାଲ ଥାନା ପୋଲିସ ତାଙ୍କ ବିରୋଧରେ ୧୧୦ ଲଗାଇ କୋର୍ଟ ଚାଲାଣ କରିଥିଲା। ଅନ୍ୟ କେତେକ ମାମଲାରେ ଚନ୍ଦନଙ୍କୁ ଭୁବନେଶ୍ୱର ଏସ୍‌ଡିଜେଏମଙ୍କ କୋର୍ଟରୁ ଜାମିନ ମିଳିଥିଲେ ମଧ୍ୟ ୧୧୦ରେ ତାଙ୍କୁ ଝାରପଡ଼ା ଜେଲ୍‌କୁ ପଠାଇ ଦିଆଯାଇଥିଲା। ମଙ୍ଗଳବାର ତାଙ୍କର ଡିସିପି କୋର୍ଟରେ ହାଜର ହେବାର ଥିଲା। ସକାଳେ ଝାରପଡା ଜେଲରୁ କଡା ସୁରକ୍ଷାରେ ଚନ୍ଦନ ଓ ଅନ୍ୟ ଅଭିଯୁକ୍ତଙ୍କୁ ପୋଲିସ ଭ୍ୟାନ୍‌ରେ ବାଣୀବିହାରସ୍ଥିତ ଡିସିପିଙ୍କ କୋର୍ଟକୁ ଅଣାଯାଇଥିଲା। ସେଠାରେ ଚନ୍ଦନଙ୍କୁ ହାଜର କରାଯିବା ପରେ ପୁଣି ପୋଲିସ ଭ୍ୟାନ୍‌ରେ ତାଙ୍କୁ ଅପରାହ୍ନରେ ଝାରପଡା ଜେଲକୁ ନିଆଯାଉଥିଲା। ହେଲେ ମହର୍ଷି କଲେଜ ନିକଟରେ ଟ୍ରାଫିକ ଭିଡ଼ଥିବାରୁ ଗାଡ଼ିର ବେଗ ମନ୍ଥର ହୋଇଯାଇଥିଲା। ଏହି ସୁଯୋଗରେ ହାତକଡ଼ି ସହ ଚନ୍ଦନ ଗାଡ଼ିରୁ ଡେଇଁ ଚମ୍ପଟ ମାରିଥିଲେ। ଏ ସମ୍ପର୍କରେ ଦାୟିତ୍ୱରେ ଥିବା ଏସ୍‌କର୍ଟ ଅଫିସର ଉପରିସ୍ଥ ଅଧିକାରୀଙ୍କୁ ଜଣାଇଥିଲେ। ଏନେଇ ମଧ୍ୟ ଶହୀଦନଗର ଥାନାରେ ଏକ ଅଭିଯୋଗ ହୋଇଛି। ଦୁର୍ଦ୍ଦାନ୍ତ ଚନ୍ଦନ କିଛି ବଡ଼ ଅପରାଧ ଘଟାଇବା ଆଶଙ୍କା ରହିଥିବାରୁ ତୁରନ୍ତ ତାଙ୍କୁ ଗିରଫ କରିବା ପାଇଁ ଡିସିପି ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ପୋଲିସ କମିଶନର ସତ୍ୟଜିତ୍‌ ମହାନ୍ତି କହିଛନ୍ତି, ପୋଲିସ ଭ୍ୟାନ୍‌ରୁ କିଭଳି ଅଭିଯୁକ୍ତ ଖସି ଫେରାର ହେଲେ ତାହାର ତଦନ୍ତ କରାଯାଉଛି। ଦାୟିତ୍ୱରେ ଅବହେଳା କରିଥିବା ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ଅନ୍ୟପକ୍ଷରେ ବିଗତ ୧ ବର୍ଷ ଭିତରେ ୧୦ଜଣ ଅଭିଯୁକ୍ତ ପୋଲିସ ହେପାଜତରୁ ଖସି ଗଲେଣି। ଭୁବନେଶ୍ୱର କୋର୍ଟ, କ୍ୟାପିଟାଲ ହସ୍ପିଟାଲ ଆଦି ବିଭିନ୍ନ ସ୍ଥାନରୁ ଅଭିଯୁ୍‌କ୍ତମାନେ ଖସି ଯାଇଥିବାବେଳେ ପୋଲିସର ବୁଦ୍ଧି ପଶୁନି। ଅଭିଯୁକ୍ତଙ୍କୁ କୋର୍ଟ ନେବା ସମୟରେ ଢିଲା ସୁରକ୍ଷା ଯୋଗୁ ଅଭିଯୁକ୍ତମାନେ ଖସିଯାଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri