ପୋଲିସ ମହାନିର୍ଦ୍ଦେଶକ ଅଭୟଙ୍କ କଳାହାଣ୍ଡି ଜିଲା ଗସ୍ତ: ମାଓବାଦୀଙ୍କ ଗତିବିଧି ସମ୍ପର୍କରେ ସମୀକ୍ଷା ବୈଠକ

ଭବାନୀପାଟଣା,୨୨।୨(ଡି.ଏନ୍‌.ଏ.): ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର କଳାହାଣ୍ଡି ଜିଲା ଗସ୍ତ କରିଛନ୍ତି। ମାଓବାଦୀଙ୍କ ଗତିବିଧି ସମ୍ପର୍କରେ ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସମୀକ୍ଷା ବୈଠକରେ ସେ ଯୋଗ ଦେଇଥିଲେ। ପରେ ଜିଲା ପୋଲିସ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଅଭୟ ଖବରଦାତାମାନଙ୍କୁ ମାଓବାଦୀଙ୍କ ସମୀକ୍ଷା ତଥା ପୋଲିସ ବିଭାଗର ତପତ୍ରତା ସମ୍ପର୍କରେ ସୂଚନା ଦେଇଥିଲେ।
ଅବିଭକ୍ତ କଳାହାଣ୍ଡି ଜିଲାକୁ ଘଞ୍ଚ ଜଙ୍ଗଲ ଓ ଦୁର୍ଗମ ପାହାଡ଼ ଘେରି ରହିଥିବାରୁ ମାଓବାଦୀଙ୍କ ପାଇଁ ଏହା ଭୂସ୍ବର୍ଗ ପାଲଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ, ଥୁଆମୂଳ ରାମପୁର ଓ ମଦନପୁର ରାମପୁର ବ୍ଲକର ବିଭିନ୍ନ ଅଞ୍ଚଳରେ ଅନେକ ସମୟରେ ମାଓବାଦୀମାନେ ପୋଷ୍ଟର ମାରି, ଠିକା କ୍ୟାମ୍ପ କରି ଅତର୍କିତ ଆକ୍ରମଣ କରିବା ସହିତ ଅଗ୍ନି ସଂଯୋଗ କରି, ପୋଲିସ ଇନ୍‌ଫର୍ମର ସନ୍ଦେହରେ ସାଧାରଣ ଲୋକଙ୍କୁ ହତ୍ୟା ଧମକ ଦେଉଛନ୍ତି। ପ୍ରଜାକୋର୍ଟ ବସାଇ ହତ୍ୟାଭଳି ଜଘନ୍ୟକାଣ୍ଡ ଘଟାଇ ନିଜର ଉପସ୍ଥିତି ଜାହିର କରି ଆସୁଥିବା ଅଭୟ କହିଛନ୍ତି। ଏଭଳି ପରିସ୍ଥିତିରେ ଜିଲା ପୋଲିସ ମଧ୍ୟ ମାଓବାଦୀମାନଙ୍କୁ ଉପଯୁକ୍ତ ଜବାବ ଦେବାରେ ବ୍ୟାପକ ପ୍ରସ୍ତୁତ ହୋଇରହିଛି। ମାଓବାଦୀମାନଙ୍କ ଗତିବିଧି ଉପରେ ଜିଲା ପୋଲିସ ପ୍ରଶାସନର ତୀକ୍ଷ୍ଣ ନଜର ରହିଛି ବୋଲି ସେ ସୂଚନା ଦେଇଛନ୍ତି। ଏଥିରେ ଅଭୟଙ୍କ ସହିତ ଇଣ୍ଟେଲିଜେଣ୍ଟ ପର୍ସନାଲ ଡିଜି ସତ୍ୟଜିତ ମହାନ୍ତି, ଏଡିଜି ବିନୟତୋଷ ମିଶ୍ର, ଆଇଜିପି ଅପରେଶନ୍‌ ଅମିତାଭ୍‌ ଠାକୁର, ଡିଆଇଜି ଅନିରୁଦ୍ଧ କୁମାର, ଡିଆଇଜି କୋରାପୁଟ ସଫିନ୍‌ ଅହମ୍ମଦ, ରାୟଗଡ଼ା ଏସ୍‌ପି, କନ୍ଧମାଳ ଏସ୍‌ପି, କଳାହାଣ୍ଡି ଏସ୍‌ପି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri