ପୋଲିସ-ମାଓବାଦୀ ଗୁଳିବିନିମୟ ଘଟଣା: ବହୁ ସାମଗ୍ରୀ ଜବତ

ମାଲକାନଗିରି,୧୭।୨(ଡି.ଏନ୍‌.ଏ): ମାଲକାନଗିରି ଜିଲା ମୁଦୁଲିପଡ଼ା ଥାନା ଅନ୍ତର୍ଗତ ବଣ୍ଡାପଡ଼ା ଓ ସମ୍ବଲପୁର ଗ୍ରାମ ଜଙ୍ଗଲରେ ରବିବାର ପୂର୍ବାହ୍ନରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ବହୁ ମାଓସାମଗ୍ରୀ ଜବତ ହୋଇଛି । ପ୍ରାୟ ୨୦ରୁ ୩୦ ଜଣ ମାଓବାଦୀ ଥିବା ଖବର ପାଇ ବିଏସ୍‌ଏଫ୍‌, ଡିଭିଏଫ୍‌ ଓ ଏସ୍‌ଓଜି ଯବାନ ମିଳିତ ଭାବେ କୋମ୍ବିଂ ଅପରେଶନ କରିଥିଲେ ।  ଏହି ସମୟରେ ମାଓବାଦୀମାନେ ପୋଲିସ ଉପରକୁ ଗୁଳିଚାଳନା କରିବାରୁ ପୋଲିସ ପକ୍ଷରୁ ପାଲଟା ଗୁଳିଚାଳନା କରାଯାଇଥିଲା । କିଛି ସମୟ ପରେ ମାଓବାଦୀମାନେ ସେଠାରୁ ଖସି ପଳାଇବାରେ ସକ୍ଷମ ହୋଇଥିଲେ । ପରେ ଯବାନମାନେ ଘଟଣାସ୍ଥଳରେ ତଲାସି କରିବା ପରେ ସେଠାରୁ ଗୋଟିଏ ପୋଷାକ, ୨ଟି ଶାର୍ଟ, ଗୋଟିଏ ବେଲ୍ଟ, ଗୋଟିଏ ଟୋପି, ୩ଟି କିଟ୍‌ ବ୍ୟାଗ, ହଳେ ଜୋତା, ଗୋଟିଏ ମୋବାଇଲ ଫୋନ, ରୋଷେଇ ସାମଗ୍ରୀ, ଗୋଟିଏ ଚାର୍ଜର ଷ୍ଟାଣ୍ଡ ଆଦି ଜବତ ହୋଇଥିବା ଆରକ୍ଷୀ ଅଧୀକ୍ଷକ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri