ପୋଲିସ ସମ୍ମୁଖରେ ମାଡ଼ ଘଟଣା: ପଞ୍ଜାବୀ ଯୁବକ ପରବିନ୍ଦରଙ୍କ ନାମରେ ପାଲଟା ମାମଲା ରୁଜୁ

ଭୁବନେଶ୍ୱର,୬।୨(ବ୍ୟୁରୋ): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ପଞ୍ଜାବୀ ଯୁବକଙ୍କୁ ମାଡ଼ ଘଟଣାରେ ନୂଆ ମୋଡ଼ ଆସିଛି। ଗୁରୁବାର ପରବିନ୍ଦର ପାଲ୍‌ ସିଂଙ୍କ ବିରୋଧରେ ପାଲଟା ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ପ୍ରତିପକ୍ଷଙ୍କ ପକ୍ଷରୁ ମାମଲା ରୁଜୁ ହୋଇଛି। ଏଥିରେ ପରବିନ୍ଦର ପ୍ରଥମେ ଜାତି ଓ ବାପାଙ୍କ ନାଁ ଧରି ଗାଳି ଦେଇଥିବା ଅଭିଯୋଗ କରାଯାଇଛି।

ସୂଚନାଯୋଗ୍ୟ, ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଭଗବାନ ଟାଓ୍ବାର ଆପାର୍ଟମେଣ୍ଟରେ ପରବିନ୍ଦର ପରିବାର ସହ ରୁହନ୍ତି। ଏଥିସହ ସେ ଉକ୍ତ ଆପାର୍ଟମେଣ୍ଟ ଆସୋସିଏଶନର ଟ୍ରେଜରର ଅଛନ୍ତି। ଅଭିଯୁକ୍ତ ଦୀପକ, ଶଙ୍କର ଓ ଅନ୍ୟ ୬ଜଣ ଆପାର୍ଟମେଣ୍ଟ ଆଗରେ କାର୍‌ ରଖି ଖଟି କରୁଥିଲେ। ପରବିନ୍ଦର ତାଙ୍କ ଝିଅକୁ ସ୍କୁଲରୁ ଆଣି ଫେରୁଥିବାବେଳେ ଅଭିଯୁକ୍ତମାନ ବାଟରୁ କାର୍‌ ନ ହଟାଇ ତାଙ୍କୁ ଆକ୍ରମଣ କରିଥିଲେ। ପରବିନ୍ଦର ଜୀବନ ବଞ୍ଚାଇବାକୁ ଆପାର୍ଟମେଣ୍ଟ ଭିତରକୁ ଦୌଡ଼ି ପଳାଇ ନଂ.୧୦୦ରେ ପୋଲିସକୁ ଖବର ଦେଇଥିଲେ। ପିସିଆର୍‌ ପୋଲିସ ପହଞ୍ଚତ୍ ଅଭିଯୁକ୍ତଙ୍କୁ ଚିହ୍ନଟ ପାଇଁ ପରବିନ୍ଦରଙ୍କୁ ଡାକିଥିବାବେଳେ ସେଠାରେ ଉପସ୍ଥିତ ଅଭିଯୁକ୍ତମାନେ ଆକ୍ରମଣ କରି ଲହୁଲୁହାଣ କରିଦେଇଥିଲେ। ଏହି ଘଟଣାକୁ ନେଇ ପରବିନ୍ଦର କ୍ଷୋଭ ପ୍ରକାଶ କରିବା ସହ ଓଡ଼ିଶା ପୋଲିସ ଉପରେ ଭରସା ପାଉ ନ ଥିବା କହିଥିଲେ। ଘଟଣାକୁ କମିଶନରେଟ ପୋଲିସ ଗୁରୁତର ଭାବେ ନେଇ ଅଭିଯୁକ୍ତ ଦୀପକ ମହାନ୍ତି, ଶଙ୍କର ରାଉତ, ଦୀପକ କୁମାର ଜେନାଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ଏଥିସହ ପିସିଆର୍‌ ଭ୍ୟାନ୍‌ ଇନ୍‌ଚାର୍ଜ ତଥା ପୂର୍ବତନ ସେନା କର୍ମଚାରୀ ସୁବାସ ଚନ୍ଦ୍ର ରାଉତଙ୍କୁ ନିଲମ୍ବିତ କରାଯାଇଥିଲା। ହେଲେ ପରେ ଅଭିଯୁକ୍ତମାନଙ୍କୁ ଜାମିନ ମିଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri