ପୋଲିସ ସମ୍ମୁଖରେ ମାଡ଼ ଘଟଣା: ପଞ୍ଜାବୀ ଯୁବକ ପରବିନ୍ଦରଙ୍କ ନାମରେ ପାଲଟା ମାମଲା ରୁଜୁ

ଭୁବନେଶ୍ୱର,୬।୨(ବ୍ୟୁରୋ): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ପଞ୍ଜାବୀ ଯୁବକଙ୍କୁ ମାଡ଼ ଘଟଣାରେ ନୂଆ ମୋଡ଼ ଆସିଛି। ଗୁରୁବାର ପରବିନ୍ଦର ପାଲ୍‌ ସିଂଙ୍କ ବିରୋଧରେ ପାଲଟା ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ପ୍ରତିପକ୍ଷଙ୍କ ପକ୍ଷରୁ ମାମଲା ରୁଜୁ ହୋଇଛି। ଏଥିରେ ପରବିନ୍ଦର ପ୍ରଥମେ ଜାତି ଓ ବାପାଙ୍କ ନାଁ ଧରି ଗାଳି ଦେଇଥିବା ଅଭିଯୋଗ କରାଯାଇଛି।

ସୂଚନାଯୋଗ୍ୟ, ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଭଗବାନ ଟାଓ୍ବାର ଆପାର୍ଟମେଣ୍ଟରେ ପରବିନ୍ଦର ପରିବାର ସହ ରୁହନ୍ତି। ଏଥିସହ ସେ ଉକ୍ତ ଆପାର୍ଟମେଣ୍ଟ ଆସୋସିଏଶନର ଟ୍ରେଜରର ଅଛନ୍ତି। ଅଭିଯୁକ୍ତ ଦୀପକ, ଶଙ୍କର ଓ ଅନ୍ୟ ୬ଜଣ ଆପାର୍ଟମେଣ୍ଟ ଆଗରେ କାର୍‌ ରଖି ଖଟି କରୁଥିଲେ। ପରବିନ୍ଦର ତାଙ୍କ ଝିଅକୁ ସ୍କୁଲରୁ ଆଣି ଫେରୁଥିବାବେଳେ ଅଭିଯୁକ୍ତମାନ ବାଟରୁ କାର୍‌ ନ ହଟାଇ ତାଙ୍କୁ ଆକ୍ରମଣ କରିଥିଲେ। ପରବିନ୍ଦର ଜୀବନ ବଞ୍ଚାଇବାକୁ ଆପାର୍ଟମେଣ୍ଟ ଭିତରକୁ ଦୌଡ଼ି ପଳାଇ ନଂ.୧୦୦ରେ ପୋଲିସକୁ ଖବର ଦେଇଥିଲେ। ପିସିଆର୍‌ ପୋଲିସ ପହଞ୍ଚତ୍ ଅଭିଯୁକ୍ତଙ୍କୁ ଚିହ୍ନଟ ପାଇଁ ପରବିନ୍ଦରଙ୍କୁ ଡାକିଥିବାବେଳେ ସେଠାରେ ଉପସ୍ଥିତ ଅଭିଯୁକ୍ତମାନେ ଆକ୍ରମଣ କରି ଲହୁଲୁହାଣ କରିଦେଇଥିଲେ। ଏହି ଘଟଣାକୁ ନେଇ ପରବିନ୍ଦର କ୍ଷୋଭ ପ୍ରକାଶ କରିବା ସହ ଓଡ଼ିଶା ପୋଲିସ ଉପରେ ଭରସା ପାଉ ନ ଥିବା କହିଥିଲେ। ଘଟଣାକୁ କମିଶନରେଟ ପୋଲିସ ଗୁରୁତର ଭାବେ ନେଇ ଅଭିଯୁକ୍ତ ଦୀପକ ମହାନ୍ତି, ଶଙ୍କର ରାଉତ, ଦୀପକ କୁମାର ଜେନାଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ଏଥିସହ ପିସିଆର୍‌ ଭ୍ୟାନ୍‌ ଇନ୍‌ଚାର୍ଜ ତଥା ପୂର୍ବତନ ସେନା କର୍ମଚାରୀ ସୁବାସ ଚନ୍ଦ୍ର ରାଉତଙ୍କୁ ନିଲମ୍ବିତ କରାଯାଇଥିଲା। ହେଲେ ପରେ ଅଭିଯୁକ୍ତମାନଙ୍କୁ ଜାମିନ ମିଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ର୍ନିବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri