ପୋଲିସ ହାଜତରେ ମୃତ୍ୟୁ ହୋଇନି: ସରକାର

କଟକ ଅଫିସ୍‌,୧୨।୧: ପୁରୀ ବାସେଳିସାହି ଥାନା ହାଜତରେ ଅଭିଯୁକ୍ତ କେ. ରମେଶ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ସୋମବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ଏଥିସହିତ ପୋଷ୍ଟମର୍ଟମ ରିପୋର୍ଟ ମଧ୍ୟ ଦାଖଲ କରିଛନ୍ତି। ରମେଶଙ୍କ ହାଜତରେ ମୃତ୍ୟୁ ହୋଇନାହିଁ ବୋଲି ସରକାର ସତ୍ୟପାଠରେ ଊଲ୍ଲେଖ କରିଛନ୍ତି। ଅପରପକ୍ଷରେ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୨ରେ ହେବ। ସେହିଦିନ ଷ୍ଟାଟସ ରିପୋର୍ଟ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ପୁରୀର ଆଇନଜୀବୀ ଶରତ କୁମାର ରାୟଗୁରୁ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ଏଥିରେ ସେ ହାଜତ ମୃତ୍ୟୁ ଘଟଣାର ତଦନ୍ତ ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ କରିବା ସହ ଅଭିଯୁକ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ନିର୍ଦ୍ଦେଶ ଦେବାକୁ ଆବେଦନ କରିଛନ୍ତି। ପ୍ରକାଶ ଯେ, ଗତ ନଭେମ୍ବର ୧୮ରେ ବାସେଳିସାହି ଥାନାରେ ପୋଲିସ ମାଡ଼ରେ ଲୋକନାଥ ରୋଡ୍‌ ଅଞ୍ଚଳର ରମେଶଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri