ପୋଲିସ ହାତରେ ବାଇକ୍‌ ଚୋରି ର଼୍ୟାକେଟ: ୪ ଗିରଫ, ୫ ବାଇକ୍‌ ଜବତ

ଅନୁଗୋଳ ଅଫିସ୍‌/ବଅଁରପାଳ, ୨୭ା୧୦(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ପୋଲିସ ରବିବାର ଏକ ବାଇକ୍‌ ଚୋରି ର଼୍ୟାକେଟକୁ ଧରିବାରେ ସଫଳ ହୋଇଛି। ଏହି ର଼୍ୟାକେଟର ୪ ଜଣଙ୍କୁ ଗିରଫ କରାଯିବା ସହ ୫ଟି ବାଇକ୍‌, ୪ଟି ମୋବାଇଲ, ୩ଟି ରେଞ୍ଚି ଜବତ କରାଯାଇଛି। ଏ ନେଇ ପୋଲିସ ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ସୂଚନା ପ୍ରଦାନ କରାଯାଇଛି। ସୂଚନା ମୁତାବକ, ମହୀଧରପୁର ଠାରେ ଗତ ୨୨ ତାରିଖରେ କାର୍ତ୍ତିକେଶ୍ବର ପୂଜା ପାଇଁ ପ୍ରସ୍ତୁତି ବୈଠକ ଚାଲିଥିବା ସମୟରେ ଦୁଇଟି ବାଇକ ଚୋରି ହୋଇଥିବା ନେଇ ବଅଁରପାଳ ଥାନାରେ ଗ୍ରାମ କମିଟିର ସଭାପତି ବିନୋଦ କୁମାର ବେହେରା ଅଭିଯୋଗ କରିଥିଲେ। ପୋଲିସ ୨୪୩/୧୯ରେ ମାମଲା ରୁଜୁ କରି ତଦନ୍ତ କରିଥିଲା। ଏଥିରେ ସମ୍ପୃକ୍ତ ଥିବା ତଦନ୍ତରୁ ଜଣାପଡିବା ପରେ ପୋଲିସ ଚଢ଼ାଉ କରି ଭୁବନେଶ୍ୱର ସ୍ଥିତ ଖଣ୍ଡଗିରି ଥାନା ଅଞ୍ଚଳରେ ଥିବା ଆଇଗିନିଆରୁ ରମେଶ ସାହୁ(୨୩), କଟକ ଜିଲା ବାଙ୍କି ଥାନା ଦୁଲନପୁରର ରାଜା ଓରଫ ପ୍ରଶାନ୍ତ ଲେଙ୍କା(୩୦), କଟକ ଜିଲା ଟିଗିରିଆ ଥାନା ଅଞ୍ଚଳ ରଘୁରାମପୁର ଗାଁର ରାକେଶ ବିଶ୍ବାଳ(୨୨) ଓ ବିଷନପୁର ଗାଁର ଅର୍ଜୁନ ସାମଲ(୨୨)ଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି। ସେମାନଙ୍କ ନିକଟରୁ ୪ଟି ବାଇକ୍‌ (ନଂ. ଓଡି-୧୯-ଇ-୭୯୬୦, ଓଡି-୧୯-ସି-୩୨୬୫, ଓଆର-୦୨-ବିଟି-୪୫୯୩, ଓଡି-୦୨ଏସ-୮୭୧୬) ଏବଂ ଏକ ନମ୍ବର ବିହୀନ ସ୍କୁଟି ଜବତ କରାଯାଇଛି। ଆଉ ଜଣେ ଅଭିଯୁକ୍ତ ଗଦାନନ୍ଦ ସାମଲ ଫେରାର ଥିବା ପୋଲିସ କହିଛି। ଅନୁଗୋଳ ଏସ୍‌ପିଙ୍କ ନିର୍ଦ୍ଦେଶରେ ଦୀନକୃଷ୍ଣ ମିଶ୍ରଙ୍କ ନେତୃତ୍ୱରେ ସ୍ପେଶାଲ ସ୍କ୍ବାଡ ଏହି ଚଢ଼ାଉ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri