ପୋଲିସ ହାତରେ ବାଇକ୍‌ ଚୋରି ର଼୍ୟାକେଟ: ୪ ଗିରଫ, ୫ ବାଇକ୍‌ ଜବତ

ଅନୁଗୋଳ ଅଫିସ୍‌/ବଅଁରପାଳ, ୨୭ା୧୦(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ପୋଲିସ ରବିବାର ଏକ ବାଇକ୍‌ ଚୋରି ର଼୍ୟାକେଟକୁ ଧରିବାରେ ସଫଳ ହୋଇଛି। ଏହି ର଼୍ୟାକେଟର ୪ ଜଣଙ୍କୁ ଗିରଫ କରାଯିବା ସହ ୫ଟି ବାଇକ୍‌, ୪ଟି ମୋବାଇଲ, ୩ଟି ରେଞ୍ଚି ଜବତ କରାଯାଇଛି। ଏ ନେଇ ପୋଲିସ ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ସୂଚନା ପ୍ରଦାନ କରାଯାଇଛି। ସୂଚନା ମୁତାବକ, ମହୀଧରପୁର ଠାରେ ଗତ ୨୨ ତାରିଖରେ କାର୍ତ୍ତିକେଶ୍ବର ପୂଜା ପାଇଁ ପ୍ରସ୍ତୁତି ବୈଠକ ଚାଲିଥିବା ସମୟରେ ଦୁଇଟି ବାଇକ ଚୋରି ହୋଇଥିବା ନେଇ ବଅଁରପାଳ ଥାନାରେ ଗ୍ରାମ କମିଟିର ସଭାପତି ବିନୋଦ କୁମାର ବେହେରା ଅଭିଯୋଗ କରିଥିଲେ। ପୋଲିସ ୨୪୩/୧୯ରେ ମାମଲା ରୁଜୁ କରି ତଦନ୍ତ କରିଥିଲା। ଏଥିରେ ସମ୍ପୃକ୍ତ ଥିବା ତଦନ୍ତରୁ ଜଣାପଡିବା ପରେ ପୋଲିସ ଚଢ଼ାଉ କରି ଭୁବନେଶ୍ୱର ସ୍ଥିତ ଖଣ୍ଡଗିରି ଥାନା ଅଞ୍ଚଳରେ ଥିବା ଆଇଗିନିଆରୁ ରମେଶ ସାହୁ(୨୩), କଟକ ଜିଲା ବାଙ୍କି ଥାନା ଦୁଲନପୁରର ରାଜା ଓରଫ ପ୍ରଶାନ୍ତ ଲେଙ୍କା(୩୦), କଟକ ଜିଲା ଟିଗିରିଆ ଥାନା ଅଞ୍ଚଳ ରଘୁରାମପୁର ଗାଁର ରାକେଶ ବିଶ୍ବାଳ(୨୨) ଓ ବିଷନପୁର ଗାଁର ଅର୍ଜୁନ ସାମଲ(୨୨)ଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି। ସେମାନଙ୍କ ନିକଟରୁ ୪ଟି ବାଇକ୍‌ (ନଂ. ଓଡି-୧୯-ଇ-୭୯୬୦, ଓଡି-୧୯-ସି-୩୨୬୫, ଓଆର-୦୨-ବିଟି-୪୫୯୩, ଓଡି-୦୨ଏସ-୮୭୧୬) ଏବଂ ଏକ ନମ୍ବର ବିହୀନ ସ୍କୁଟି ଜବତ କରାଯାଇଛି। ଆଉ ଜଣେ ଅଭିଯୁକ୍ତ ଗଦାନନ୍ଦ ସାମଲ ଫେରାର ଥିବା ପୋଲିସ କହିଛି। ଅନୁଗୋଳ ଏସ୍‌ପିଙ୍କ ନିର୍ଦ୍ଦେଶରେ ଦୀନକୃଷ୍ଣ ମିଶ୍ରଙ୍କ ନେତୃତ୍ୱରେ ସ୍ପେଶାଲ ସ୍କ୍ବାଡ ଏହି ଚଢ଼ାଉ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?