Posted inଜାତୀୟ

ପୋଲିସ ହେପାଜତରେ କର୍ନାଟକ ମନ୍ତ୍ରୀ

ମୁମ୍ବାଇ,୧୦।୭: କର୍ନାଟକରେ ରାଜନୈତିକ ସଙ୍କଟ ଥମିବାର ନାଁ ଧରୁନି। ବିଦ୍ରୋହୀ ବିଧାୟକଙ୍କୁ ମନାଇବାକୁ ମୁମ୍ବାଇରେ ପହଞ୍ଚିଥିବା ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଡି.କେ. ଶିବକୁମାରଙ୍କୁ ପୋଲିସ ହେପାଜତକୁ ନେଇଛି। ସୂଚନାଯୋଗ୍ୟ, ମେଣ୍ଟ ସରକାରରୁ ଇସ୍ତଫା ଦେଇଥିବା କଂଗ୍ରେସ ଓ ଜେଡି(ଏସ୍‌) ବିଧାୟକମାନେ ରେନିସନ୍ସ ମୁମ୍ବାଇ କନ୍‌ଭେନଶନ ସେଣ୍ଟର ହୋଟେଲରେ ରହୁଥିବାବେଳେ ବୁଧବାର ତାଙ୍କୁ ମନାଇବାକୁ ଶିବକୁମାର ସେଠାରେ ପହଞ୍ଚିଥିଲେ। ହେଲେ ତାଙ୍କୁ ପୋଲିସ ହୋଟେଲ ଆଗରେ ଅଟକାଇ ଦେଇଥିଲା। ଅସନ୍ତୁଷ୍ଟ ବିଧାୟକମାନଙ୍କୁ ଭେଟିବା ପାଇଁ ସୁଯୋଗ ଦେଇ ନ ଥିଲା। ଅପରପକ୍ଷରେ ଅସନ୍ତୁଷ୍ଟ ବିଧାୟକମାନେ ସେମାନଙ୍କ ପ୍ରତି କର୍ନାଟକ ମୁଖ୍ୟମନ୍ତ୍ରୀ ଓ ଶିବକୁମାରଙ୍କଠାରୁ ବିପଦ ରହିଛି ବୋଲି ଏକ ଚିଠି ଲେଖି ପୋଲିସକୁ ଜଣାଇଥିଲେ। ଯାହାଫଳରେ ପୋଲିସ ଏଭଳି ପଦକ୍ଷେପ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri