Posted inଜାତୀୟ

ପୋଲିସ ହେବ ତ ଏମିତି

ଜୟପୁର: ରାଜସ୍ଥାନ ପୋଲିସର ସହାୟକ ପୋଲିସ ନିରୀକ୍ଷକ(ଏଏସ୍‌ଆଇ)ପଦମ୍‌ ସିଂଙ୍କ କାର୍ଯ୍ୟ ନିଶ୍ଚୟ ପ୍ରେରଣାଦାୟକ। ସେ ୩୦୦ରୁ ଊର୍ଦ୍ଧ୍ୱ ଝିଅଙ୍କୁ ଉଦ୍ଧାର କରିଛନ୍ତି। ଏହା ଦ୍ୱାରା ଅନେକ ପରିିବାରକୁ ଖୁସି ଫେରାଇ ଦେବାରେ ସକ୍ଷମ ହୋଇଛନ୍ତି। ଜୟପୁର ପୋଲିସ କମିଶନରେଟର ଝୋଟବାଡା ଥାନାରେ ଏବେ ଦାୟିତ୍ୱ ନିର୍ବାହ କରୁଛନ୍ତି। ମୁଖ୍ୟତଃ ଅପହୃତ ଓ ନିଖୋଜ ହେଉଥିବା ଝିଅମାନଙ୍କ କେସ୍‌କୁ ଗ୍ରହଣ କରି କେବଳ ଜୟପୁର ସହରରେ ଏଭଳି ୧୭୫ ଝିଅଙ୍କୁ ଉଦ୍ଧାର କରିଛନ୍ତି। ରାଜ୍ୟର ଅନ୍ୟ ଜିଲାରେ ଅପହୃତ ହୋଇଥିବା ୧୫୦ ଝିଅଙ୍କୁ ମଧ୍ୟ ଉଦ୍ଧାର କରିବାରେ ତାଙ୍କର ପ୍ରମୁଖ ଭୂମିକା ରହିଛି। ୧୯୭୮ରେ ସେ ୧୯ ବର୍ଷ ବୟସରେ ରାଜସ୍ଥାନ ପୋଲିସରେ ଯୋଗ ଦେଇଥିଲେ। ସେ ଇଞ୍ଜିନିୟରିଂ ଡିପ୍ଳୋମା କରିଥିଲେ ମଧ୍ୟ ପୋଲିସରେ ଯୋଗ ଦେଇଥିଲେ। ସେ ୩୧ ଡିସେମ୍ବରେ୨୦୧୯ରେ ଅବସର ନେବେ। ଦେଶର ବିଭିନ୍ନ ସହରକୁ ଯାଇ ସେ ଝିଅମାନଙ୍କ ଅପହରଣ ଘଟଣାରେ ସାମିଲ ଅପରାଧୀଙ୍କୁ ଧରିଛନ୍ତି। ଏଥିପାଇଁ ନେପାଳ ଓ କଶ୍ମୀର ଯାଏ ବି ଯାଇଛନ୍ତି। ଅବସର ନେବା ପରେ ଝିଅମାନେ ହଜିଗଲେ କି ଅପହୃତ ହେଲେ ସେମାନଙ୍କୁ ଖୋଜିବାରେ ପୋଲିସ ବିଭାଗକୁ ସାହାଯ୍ୟ କରିବେ ବୋଲି କହିଛନ୍ତି ପଦମ୍‌।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri