ପୋଲ ଗାର୍ଡଓ୍ବାଲ ଉପରେ ଚଢିଗଲା ବସ୍‌

ପାଟପୁର,୧୯ା୨: ଗଞ୍ଜାମ-ଗଜପତି ସୀମାନ୍ତ ଟି.ଗୋବିନ୍ଦପୁର ପଞ୍ଚାୟତ ଖେମୁଣ୍ଡିଖୋଲ ନିକଟରେ ବୁଧବାର ପୂର୍ବାହ୍ନ ପ୍ରାୟ ସାଢେ ୯ଟାରେ ଏକ ଯାତ୍ରିବାହୀ ବସ୍‌ ପୋଲ ଗାର୍ଡଓ୍ବାଲ୍‌ ଉପରକୁ ଚଢିଯାଇଥିଲା। ବସ୍‌ଟି ତଳକୁ ନ ଖସି ଲାଗି ରହିଯିବାରୁ ଏଥିରେ ଥିବା ୫୫ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି।
ପ୍ରକାଶ ଯେ, ଗଜପତି ଜିଲା ଜିରାଙ୍ଗରୁ ବ୍ରହ୍ମପୁର ଅଭିମୁଖେ ‘ବିକ୍ରାନ୍ତ’ ନାମକ ଏକ ଘରୋଇ ବସ ୫୫ ଜଣ ଯାତ୍ରୀଙ୍କୁ ନେଇ ଆସୁଥିଲା। ଖେମୁଣ୍ଡିଖୋଲ ନିକଟ ବୁଲାଣୀରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକକୁ ସାଇଡ୍‌ ଦେବାକୁ ଯାଇ ବସ୍‌ଟି ପୋଲ ଗାର୍ଡଓ୍ବାଲ୍‌ ଉପରକୁ ଚଢିଯାଇଥିଲା। ତେବେ ବସ୍‌ଟି ପୋଲ ତଳକୁ ନ ଖସି ପାର୍ଶ୍ୱରେ ଅଟକି ରହିଯାଇଥିଲା। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। ଉକ୍ତ ପୋଲଟି ରାଜପଥଠାରୁ ଅତି ସଂକୀର୍ଣ୍ଣ ଥିବାରୁ ସେଠାରେ ଅନେକ ସମୟରେ ଦୁର୍ଘଟଣା ଘଟୁଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି। ଖବର ପାଇ ସାନଖେମୁଣ୍ଡି ତହସିଲଦାର ଅମିତ କୁମାର ନାୟକ, ପାଟପୁର ପୋଲିସ, ସାନଖେମୁଣ୍ଡି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ସୁରକ୍ଷିତ ଭାବରେ ଯାତ୍ରୀମାନଙ୍କୁ ଉଦ୍ଧାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri