ପୋଲ ତଳକୁ ଖସିଲା ଧାନ ବୋଝେଇ ଟ୍ରକ

ଠାକୁରମୁଣ୍ଡା/ଯଶିପୁର,୭ା୨(ଡ଼ି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଯଶୀପୁର-ରରୁଆଁ ରାସ୍ତାର ମଉଦି ଗ୍ରାମ ନିକଟରେ ଗୁରବାର ସାରେ ଏକ ଧାନ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ପୋଲ ଉପରୁ ପ୍ରାୟ ୩୦ ଫୁଟ ତଳକୁ ଖସି ପଡ଼ିଛି। ଦୁର୍ଘଟଣାଗ୍ରସ୍ତ ଟ୍ରକ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ଥିବା ବେଳେ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ରରୁଆଁ ଲ୍ୟାମ୍ପସରୁ ଧାନ ବସ୍ତା ବୋଝେଇ କରି ଏକ ଟ୍ରକ (ନଂ.ଓଆର-୧୧ବି-୫୧୮୬) ରାଇରଙ୍ଗପୁରର ଏକ ରାଇସ ମିଲ୍‌କୁ ଯାଉଥିଲା। ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଟ୍ରକଟି ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା। ସ୍ଥାନୀୟ ଲୋକେ ଓ ଯଶିପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡି ଭିତରେ ଥିବା ରାଇରଙ୍ଗପୁର ମହୁଲଡ଼ିହା ଅଞ୍ଚଳର ଡ୍ରାଇଭର ସଞ୍ଜୟ ହେମ୍ବ୍ରମ, ହିମାଂଶୁ ଗିରି, କାଳିଆ ସର୍ଦ୍ଦାର ପ୍ରମୁଖ ୩ ଜଣକୁ ଉଦ୍ଧାର କରି ଯଶିପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଯଶୀପୁର ଥାନା ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri