ପୋଲ ତଳକୁ ଖସିଲା ପ୍ରବାସୀ ବସ୍‌, ୭ଆହତ

ବାଲେଶ୍ୱର ଅଫିସ, ୩୦।୫- ପ୍ରବାସୀ ଶ୍ରମିକଙ୍କୁ ନେଇ କେରଳରୁ ପଶ୍ଚିମବଙ୍ଗ ଯାଉଥିବା ଏକ ବସ ଶନିବାର ସକାଳ ସାଢ଼େ ୬ଟାରେ ବାଲେଶର ଶିଳ୍ପାଞ୍ଚଳ ଥାନା ୧୬ ନଂ ଜାତୀୟ ରାଜପଥ ମଙ୍ଗଳପୁରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ପୋଲକୁ ପିଟି ହୋଇ ତଳକୁ ଖସିପଡିଥିଲା। ଏଥିରେ ୭ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତ ଶ୍ରମିକ ମାନେ ହେଲେ ପଶ୍ଚିମବଙ୍ଗ କ୍ରିଷ୍ଣା ନଗର ଅଞ୍ଚଳର। ଘଟଣାସ୍ଥଳରେ ଶିଳ୍ପାଞ୍ଚଳ ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହ କ୍ରେନ ଯୋଗେ ବସ୍‌କୁ ମଧ୍ୟ ଉଦ୍ଧାର କରିଛି। ସୂଚନା ଅନୁସାରେ, ଗତ ୨୭ତାରିଖରୁ ଏକ ବସ କେରଳରୁ ୨ଜଣ ଗାଡିଚାଳକ ୨୮ଜଣ ଶ୍ରମିକଙ୍କୁ ଧରି ପଶ୍ଚିମବଙ୍ଗ ଯାତ୍ରା କରୁଥିଲା। ସେଥିରେ ମୋଟ ୩୦ଜଣ ଯାତ୍ରୀ ଥିଲେ। ବସ୍‌ଟି ୧୬ ନମ୍ବର ଜାତୀୟ ରାଜପଥ ମଙ୍ଗଳପୁର ନିକଟରେ ଏକ ପୋଲ ଉପରେ ଯାଉଥିବା ସମୟରେ ଉକ୍ତ ବସକୁ ଓଭରଟେକ କରି ଅନ୍ୟ ଏକ ଟ୍ରକ ଯାଉଥିଲା। ସେହିସମୟରେ ଉକ୍ତ ବସ୍‌ଟି ଭାରସାମ୍ୟ ହରାଇ ପୋଲରେ ପିଟି ହେଇଯିବା ସହ ତଳକୁ ଖସିପଡିଥିଲା। ଶିଳ୍ପାଞ୍ଚଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ୧୦୮ ଆମ୍ବୁଲାନ୍ସ ରେ ବାଲେଶର ମୁଖ୍ୟ ଚିକିତ୍ସାଳୟ କୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri