ପୋଲ ତଳକୁ ଖସିଲା ପ୍ରବାସୀ ବସ୍‌, ୭ଆହତ

ବାଲେଶ୍ୱର ଅଫିସ, ୩୦।୫- ପ୍ରବାସୀ ଶ୍ରମିକଙ୍କୁ ନେଇ କେରଳରୁ ପଶ୍ଚିମବଙ୍ଗ ଯାଉଥିବା ଏକ ବସ ଶନିବାର ସକାଳ ସାଢ଼େ ୬ଟାରେ ବାଲେଶର ଶିଳ୍ପାଞ୍ଚଳ ଥାନା ୧୬ ନଂ ଜାତୀୟ ରାଜପଥ ମଙ୍ଗଳପୁରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ପୋଲକୁ ପିଟି ହୋଇ ତଳକୁ ଖସିପଡିଥିଲା। ଏଥିରେ ୭ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତ ଶ୍ରମିକ ମାନେ ହେଲେ ପଶ୍ଚିମବଙ୍ଗ କ୍ରିଷ୍ଣା ନଗର ଅଞ୍ଚଳର। ଘଟଣାସ୍ଥଳରେ ଶିଳ୍ପାଞ୍ଚଳ ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହ କ୍ରେନ ଯୋଗେ ବସ୍‌କୁ ମଧ୍ୟ ଉଦ୍ଧାର କରିଛି। ସୂଚନା ଅନୁସାରେ, ଗତ ୨୭ତାରିଖରୁ ଏକ ବସ କେରଳରୁ ୨ଜଣ ଗାଡିଚାଳକ ୨୮ଜଣ ଶ୍ରମିକଙ୍କୁ ଧରି ପଶ୍ଚିମବଙ୍ଗ ଯାତ୍ରା କରୁଥିଲା। ସେଥିରେ ମୋଟ ୩୦ଜଣ ଯାତ୍ରୀ ଥିଲେ। ବସ୍‌ଟି ୧୬ ନମ୍ବର ଜାତୀୟ ରାଜପଥ ମଙ୍ଗଳପୁର ନିକଟରେ ଏକ ପୋଲ ଉପରେ ଯାଉଥିବା ସମୟରେ ଉକ୍ତ ବସକୁ ଓଭରଟେକ କରି ଅନ୍ୟ ଏକ ଟ୍ରକ ଯାଉଥିଲା। ସେହିସମୟରେ ଉକ୍ତ ବସ୍‌ଟି ଭାରସାମ୍ୟ ହରାଇ ପୋଲରେ ପିଟି ହେଇଯିବା ସହ ତଳକୁ ଖସିପଡିଥିଲା। ଶିଳ୍ପାଞ୍ଚଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ୧୦୮ ଆମ୍ବୁଲାନ୍ସ ରେ ବାଲେଶର ମୁଖ୍ୟ ଚିକିତ୍ସାଳୟ କୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri