ପୋଲ ତଳୁ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

ମୁନିଗୁଡ଼ା,୨୦ା୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଅନ୍ତର୍ଗତ କୁଟ୍ରାଗଡ଼ ବଂଶଧାରା ନଦୀ ପୋଲ ତଳୁ ସୋମବାର ସକାଳେ ଏକ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ମୁନିଗୁଡ଼ା ବ୍ଲକ ସମଦଳା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ରାମଚନ୍ଦ୍ର ମହାନନ୍ଦିଆ। ପ୍ରକାଶ ଯେ, ସୋମବାର ସକାଳେ ନଦୀକୁ ଗାଧୋଇବାକୁ ଯାଇଥିବା କିଛି ଲୋକ ବାଇକ ସହ ମୃତଦେହ ପଡ଼ିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ଏସ୍‌ଆଇ ସୁକାନ୍ତ ପ୍ରଧାନ, କନଷ୍ଟେବଳ ନିରଞ୍ଜନ ଦାସ, ଖଗପତି ଦେହୁରୀ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପଠାଇ ଅଧିକ ତଦନ୍ତ ଜାରି ରଖିଛନ୍ତି। କେହି ରାମଚନ୍ଦ୍ରଙ୍କୁ ହତ୍ୟା କରି ଏଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଏନେଇ ମୃତକଙ୍କ ଭାଇ ମୁନିଗୁଡ଼ା ଥାନାରେ ଅଭିଯୋଗ କରିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ରହସ୍ୟ ଜଣାପଡ଼ିବ ବୋଲି ମୁନିଗୁଡ଼ା ଏସ୍‌ଡିପିଓ ଚନ୍ଦ୍ରଶେଖର ହୋତା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

ରାୟଗଡ଼ା ଲିଙ୍ଗମଝୋଲା ଗାଁରେ ହାତୀ ଉପଦ୍ରବ: ଘର ଭାଙ୍ଗିଲେ, ଲେକେ ଦୌଡ଼ିଲେ

କଲ୍ୟାଣସିଂହପୁର, ୧୭।୫ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ପାର୍ସଲି ପଞ୍ଚାୟତର ଲିଙ୍ଗମଝୋଲା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ରାତି ଅଧରେ ଏକ ୧୦ଟିକିଆ…

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୬ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

ଅଟୋ-ବାଇକ ମୁହାଁମୁହିଁ ଧକ୍କାରେ ଜଣେ ମୃତ, କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଗୁଣପୁର,୧୫ା୫(ସୁଜାତା ପାଢ଼ୀ): କୋରାପୁଟ-ରାୟଗଡ଼ା ସୀମାନ୍ତ ୩୨୬ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ରାୟଗଡ଼ା ଜିଲାର କୁଟୁଲୀ ଅଞ୍ଚଳରେ ବାଇକ ଓ ଅଟୋ…

ମନ୍ଦିରରୁ ବଡ଼ ଧରଣର ଚୋରି: ହୁଣ୍ଡି ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କା ସହ ଅଳଙ୍କାର

ରାୟଗଡ଼ା,୧୨।୫: ରାୟଗଡ଼ା ସାଇଲେଶ୍ୱର ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଇଛନ୍ତି। ମିଳିଥିବର…

ନାହିଁ ବିଶ୍ରାମାଗାର, ଖରାରେ ଛଟପଟ ହେଉଛନ୍ତି ଯାତ୍ରୀ

କଲ୍ୟାଣସିଂହପୁର, ୧୨।୫ (ଦୀପକ କୁମାର ପରିଡା): ରାୟଗଡା ଜିଲା କଲ୍ୟାଣସିଂହପୁର ସହରରୁ ପ୍ରତ୍ୟେକ ଦିନ ବହୁ ସଂଖ୍ୟାରେ ଯାତ୍ରୀ ବସ୍‌, ଅଟୋ ରିକ୍ସାଠାରୁ ଆରମ୍ଭ କରି ବିଭିନ୍ନ…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri