ପୋଲ ନିର୍ମାଣ କାର୍ଯ୍ୟ ମନ୍ଥର

ଝୁମ୍ପୁରା, ୨୦।୪(ଡି.ଏନ.ଏ.): ଝୁମ୍ପୁରା ବଜାର ତଥା ବ୍ଲକ କାର୍ଯ୍ୟାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ତହସିଲ ଆଦିକୁ ଯାତାୟାତ ପାଇଁ ଥିବା ୨ ମୁଖ୍ୟ ରାସ୍ତା ଉପରେ କାନପୁର କେନାଲର ପୋଲ ନିର୍ମାଣାଧୀନ ରହିଛି। ଝୁମ୍ପୁରା-ଉଖୁଣ୍ଡା ରାସ୍ତାର ଅଗ୍ନିଶମ ସେବାକେନ୍ଦ୍ର ପାଖରେ ଏବଂ ଝୁମ୍ପୁରା-କେନ୍ଦୁଝର ରାସ୍ତାର ଝୁମ୍ପୁରା ବଡବନ୍ଧ ପାର୍ଶ୍ୱରେ ପୋଲ ନିର୍ମାଣାଧୀନ ରହିଛି।  ୨ ପୋଲ ପୂର୍ତ ବିଭାଗ ଦ୍ୱାରା ଟେଣ୍ଡର ପ୍ରକ୍ରିୟାରେ ୫ କୋଟି ଟଙ୍କାରୁ ଊର୍ଦ୍ଧ୍ୱ  ବ୍ୟୟ ଅଟକଳ କରାଯାଇ ନିର୍ମାଣାଧୀନ ରହିଛି। ପୋଲ ନିର୍ମାଣ କାମ କଚ୍ଛପ ଗତିରେ ଚାଲିଛି। ଡାଇଭରସନ ରାସ୍ତାରେ ଗାଡି, ବାଇକ୍‌, ପଥଚାରୀ ଯାତାୟାତ କରୁଛି। ବାଇପାସ ରାସ୍ତା ଦ୍ୱୟ ଉଚ୍ଚା ଏବଂ ଲମ୍ବ ରହିଛି। କେବଳ ମାଟି ଢଳାଯାଇ ରାସ୍ତା ନିର୍ମାଣ ହୋଇଛି। ବିପଦଶଙ୍କୁଳ ହୋଇ ପଡିଛି। ଡାଇଭର୍ସନ ରାସ୍ତା ଉପରେ ମେଟାଲ, ବାଲି, ଚିପସ୍‌ ପକାଇବା ନିୟମ ରହିଥିଲେ ହେଁ ଆଦୌ ପକାଯାଇ ନାହିଁ। ଡାଇଭର୍ସନ ମାଟି ରାସ୍ତା ଉପରେ ଗାଡି ଚଳାଚଳ ସମୟରେ ୨ପାର୍ଶ୍ୱ ମାଟି ଦବି ଯାଉଛି।

ପ୍ରବଳ ଧୂଳି ଉଡୁଥିବାରୁ ଯାତାୟାତରେ ଲୋକେ ହଇରାଣ ହେଉଛନ୍ତି। ବର୍ଷା ହେଲେ ରାସ୍ତା କାଦୁଅ ପଚପଚ ହେଉଛି। ବାଇକ୍‌ ଆରୋହୀ, ସାଧାରଣ ପଥଚାରୀଙ୍କ ଯାତାୟାତ ଏକଦମ ଠପ ହୋଇଯାଉଛି। ଝୁମ୍ପୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ବଜାର, ସରକାରୀ କାର୍ଯ୍ୟାଳୟଗୁଡିକୁ ଆସୁଥିବା ଲୋକେ ଦୁର୍ଦ୍ଦଶା ଭୋଗୁଛନ୍ତି। ଅନ୍ୟ ପକ୍ଷରେ ପୋଲ ନିର୍ମାଣ କାମ ମଧ୍ୟ କଚ୍ଛପ ଗତିରେ ଚାଲିଛି। ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପୋଲ ନିର୍ମାଣ କାମ ବିଳମ୍ବ ହେଉଛି। ନିର୍ମାଣରେ ଅନିୟମିତତା ହୋଇଥିବା ଅଭିଯୋଗ ହେଉଛି। ଏ ନେଇ ଗ୍ରାମବାସୀ ପୂର୍ତ୍ତ ବିଭାଗର ଦୃଷ୍ଟି ଆକର୍ଷଣ କରିଛନ୍ତି। କେନ୍ଦୁଝରସ୍ଥିତ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ ରଥଙ୍କୁ ପଚାରିବାରୁ କାର୍ଯ୍ୟର ତଦାରଖ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର

ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri