ପୋଲ ନିର୍ମାଣ କାର୍ଯ୍ୟ ମନ୍ଥର

ଝୁମ୍ପୁରା, ୨୦।୪(ଡି.ଏନ.ଏ.): ଝୁମ୍ପୁରା ବଜାର ତଥା ବ୍ଲକ କାର୍ଯ୍ୟାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ତହସିଲ ଆଦିକୁ ଯାତାୟାତ ପାଇଁ ଥିବା ୨ ମୁଖ୍ୟ ରାସ୍ତା ଉପରେ କାନପୁର କେନାଲର ପୋଲ ନିର୍ମାଣାଧୀନ ରହିଛି। ଝୁମ୍ପୁରା-ଉଖୁଣ୍ଡା ରାସ୍ତାର ଅଗ୍ନିଶମ ସେବାକେନ୍ଦ୍ର ପାଖରେ ଏବଂ ଝୁମ୍ପୁରା-କେନ୍ଦୁଝର ରାସ୍ତାର ଝୁମ୍ପୁରା ବଡବନ୍ଧ ପାର୍ଶ୍ୱରେ ପୋଲ ନିର୍ମାଣାଧୀନ ରହିଛି।  ୨ ପୋଲ ପୂର୍ତ ବିଭାଗ ଦ୍ୱାରା ଟେଣ୍ଡର ପ୍ରକ୍ରିୟାରେ ୫ କୋଟି ଟଙ୍କାରୁ ଊର୍ଦ୍ଧ୍ୱ  ବ୍ୟୟ ଅଟକଳ କରାଯାଇ ନିର୍ମାଣାଧୀନ ରହିଛି। ପୋଲ ନିର୍ମାଣ କାମ କଚ୍ଛପ ଗତିରେ ଚାଲିଛି। ଡାଇଭରସନ ରାସ୍ତାରେ ଗାଡି, ବାଇକ୍‌, ପଥଚାରୀ ଯାତାୟାତ କରୁଛି। ବାଇପାସ ରାସ୍ତା ଦ୍ୱୟ ଉଚ୍ଚା ଏବଂ ଲମ୍ବ ରହିଛି। କେବଳ ମାଟି ଢଳାଯାଇ ରାସ୍ତା ନିର୍ମାଣ ହୋଇଛି। ବିପଦଶଙ୍କୁଳ ହୋଇ ପଡିଛି। ଡାଇଭର୍ସନ ରାସ୍ତା ଉପରେ ମେଟାଲ, ବାଲି, ଚିପସ୍‌ ପକାଇବା ନିୟମ ରହିଥିଲେ ହେଁ ଆଦୌ ପକାଯାଇ ନାହିଁ। ଡାଇଭର୍ସନ ମାଟି ରାସ୍ତା ଉପରେ ଗାଡି ଚଳାଚଳ ସମୟରେ ୨ପାର୍ଶ୍ୱ ମାଟି ଦବି ଯାଉଛି।

ପ୍ରବଳ ଧୂଳି ଉଡୁଥିବାରୁ ଯାତାୟାତରେ ଲୋକେ ହଇରାଣ ହେଉଛନ୍ତି। ବର୍ଷା ହେଲେ ରାସ୍ତା କାଦୁଅ ପଚପଚ ହେଉଛି। ବାଇକ୍‌ ଆରୋହୀ, ସାଧାରଣ ପଥଚାରୀଙ୍କ ଯାତାୟାତ ଏକଦମ ଠପ ହୋଇଯାଉଛି। ଝୁମ୍ପୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ବଜାର, ସରକାରୀ କାର୍ଯ୍ୟାଳୟଗୁଡିକୁ ଆସୁଥିବା ଲୋକେ ଦୁର୍ଦ୍ଦଶା ଭୋଗୁଛନ୍ତି। ଅନ୍ୟ ପକ୍ଷରେ ପୋଲ ନିର୍ମାଣ କାମ ମଧ୍ୟ କଚ୍ଛପ ଗତିରେ ଚାଲିଛି। ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପୋଲ ନିର୍ମାଣ କାମ ବିଳମ୍ବ ହେଉଛି। ନିର୍ମାଣରେ ଅନିୟମିତତା ହୋଇଥିବା ଅଭିଯୋଗ ହେଉଛି। ଏ ନେଇ ଗ୍ରାମବାସୀ ପୂର୍ତ୍ତ ବିଭାଗର ଦୃଷ୍ଟି ଆକର୍ଷଣ କରିଛନ୍ତି। କେନ୍ଦୁଝରସ୍ଥିତ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ ରଥଙ୍କୁ ପଚାରିବାରୁ କାର୍ଯ୍ୟର ତଦାରଖ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ଉତ୍ସବରେ ଗୋଷ୍ଠୀ ସଂଘର୍ଷ: ଖଣ୍ଡା, ଭୁଜାଲି ମାଡ଼ରେ ୫ ଗୁରୁତର

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବ ମୁଖର ଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ଥାନା ବାଉଁଶବଣିଆ ପଞ୍ଚାୟତ ଅଧୀନ...

ହୋଲି ଅଘଟଣ: ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଛାତ୍ର

ଭୁବନେଶ୍ୱର,୨୬।୩: ରଙ୍ଗର ପର୍ବ ହୋଲିରେ ଘଟିଛି ଅଘଟଣ । ପୋଖରୀରେ ଗାଧୋଇଲା ବେଳେ ବୁଡ଼ି ୨ଜଣଙ୍କ ମୃତ୍ୟୁ ଘଟିଛି। କଟକ ଜିଲା ସାଲେପୁର ଥାନା ଅଧୀନ...

ବାଲେଶ୍ୱରରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ

ଭୁବନେଶ୍ୱର,୨୫।୩: ଭାରତୀୟ ଜନତା ପାର୍ଟି (ଭାଜପା) ରବିବାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି। ଏଥିରେ ମୋଟ ୧୧୧ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି। ଓଡ଼ିଶାର...

ବାହାଘର ସାତ ଦିନ ପରେ ନବବଧୂଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୫।୩: ବିବାହର ସାତ ଦିନ ପରେ ଜଙ୍ଗଲରୁ ମିଳିଲା ନବ ବଧୂଙ୍କର ମୃତଦେହ। ବାଲେଶ୍ୱର ଜିଲାର ସୋର ଅଂଚଳରେ ଏହି ଘଟଣାର ଘଟିଥିବା ସୂଚନା...

କାନ୍ଥ ଭୁଶୁଡ଼ି ପୁଅଙ୍କ ଜୀବନ ଗଲା, ମା-ବାପା ଗୁରୁତର

ଭୋଗରାଇ,୨୫।୩(ପ୍ରଦୀପ ଦାସ): କାନ୍ଥ ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ମା-ବାପା ଗୁରୁତର ଅଛନ୍ତି। ତାଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ...

ସାଇକେଲରେ ପଞ୍ଚଲିଙ୍ଗେଶ୍ୱର ପହଞ୍ଚିଲେ ବିଦେଶୀ ପର୍ଯ୍ୟଟକ

ନୀଳଗିରି, ୨୪।୩(ପ୍ରଶାନ୍ତ ବିଶ୍ୱାଳ):ପର୍ଯ୍ୟଟନ ମାନଚିତ୍ରରେ ଉତ୍ତରଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ପଞ୍ଚଲିଙ୍ଗେଶ୍ୱର। ବିସ୍ତୀର୍ଣ୍ଣ ସବୁଜ ବନାନୀ ପଞ୍ଚଲିଙ୍ଗେଶ୍ୱରକୁ ପ୍ରତିଦିନ ଦେଶ ଓ ଦେଶ ବାହାରର ପର୍ଯ୍ୟଟକଙ୍କୁ ଆକର୍ଷିତ...

ମାରାଥନ ଚଢ଼ାଉ, ଚୋରା ବେପାରୀ ଛାନିଆଁ

ବାଲେଶ୍ୱର,୨୪।୩(ମାନସ ବିଶ୍ୱାଳ):ବାଲେଶ୍ୱର ସହର ନିକଟସ୍ଥ ପୁରୁଣା ବାଲେଶ୍ୱର ଓ ବସ୍ତା ଥାନା ଅଧୀନ ଗାନ୍ଧି ଛକ ଦେଶୀ ମଦ କାରବାରର ହବ୍‌ ପାଲଟିଛି। ପୁରୁଣାବାଲେଶ୍ୱରରୁ ଜିଲାର...

୧ରୁ ଚନ୍ଦନେଶ୍ୱର ମହାଦେବଙ୍କ ପ୍ରସିଦ୍ଧ ଚୈତ୍ର ଚଡ଼କ ମେଳା

ଭୋଗରାଇ, ୨୩।୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସ୍ଥିତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱପ୍ରସିଦ୍ଧ ଚୈତ୍ର ଚଡ଼କମେଳା ଆସନ୍ତା ୧ରୁ ଶୁଭାରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri