ପୋଷ୍ୟ ଗ୍ରାମର ବିକାଶ ଚିନ୍ତା

ଭୁବନ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ବାଜି ରାଉତ ସ୍ମୃତି ମହାବିଦ୍ୟାଳୟର ସ୍ବେଚ୍ଛାସେବୀ ଛାତ୍ରୀଛାତ୍ରମାନେ ୫ ପୋଷ୍ୟ ଗ୍ରାମରେ ଦୁଇଦିନ ଧରି ବାଣ୍ଟିଛନ୍ତି ସଚେତନ ବାର୍ତ୍ତା। ଗ୍ରାମବାସୀ କିପରି ନିରୋଗ ରହିବେ, ପିଲାମାନଙ୍କୁ ବିଦ୍ୟାଳୟ ମୁହଁା କରାଇବେ ଏବଂ ସ୍ବଚ୍ଛତା ପ୍ରତି ଧ୍ୟାନ ଦେବେ ସେ ନେଇ ପ୍ରତି ପରିବାର ସଦସ୍ୟ ସଚେତନ ହେବାକୁ ସେମାନେ ପରାମର୍ଶ ଦେଇଛନ୍ତି। ଛାତ୍ରୀଛାତ୍ରଙ୍କ ଏପରି ମହତ୍‌ ପଦକ୍ଷେପକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।
ଉନ୍ନତ ଭାରତ ଅଭିଯାନ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କଲେଜ ପକ୍ଷରୁ ପୋଷ୍ୟ ଗ୍ରହଣ କରାଯାଇଥିବା ଗଡ଼ଗହମପୁର, ବାଉଁଶକଣ, ଅନନ୍ତପୁର, ପୁରୁଷୋତ୍ତମପୁର ଏବଂ ନୀଳକଣ୍ଠପୁର ଗ୍ରାମରେ ଦୁଇଦିନ ଧରି ଛାତ୍ରୀଛାତ୍ରମାନେ ବିଭିନ୍ନ ସଚେତନ କାର୍ଯ୍ୟକ୍ରମ ହାତକୁ ନେଇଥିଲେ। ଏଥିପୂର୍ବରୁ କଲେଜ ଅଧ୍ୟକ୍ଷ ଡ. କିଶୋର ଚନ୍ଦ୍ର ଦାସଙ୍କ ନେତୃତ୍ୱରେ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଥିଲା। ଏଥିରେ ପୋଷ୍ୟଗ୍ରାମରେ ଶିକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ ସୁରକ୍ଷାକୁ ଅଗ୍ରାଧିକାର ଦେବାକୁ ପରାମର୍ଶ ଦିଆଯାଇଥିଲା। ଏ ନେଇ ବିଭିନ୍ନ ବିଷୟରେ ତାଲିମ ଦିଆଯାଇଥିଲା। ଅଭିଯାନର ସଂଯୋଜକ ଅଧ୍ୟାପକ ଅଲେଖ ଚନ୍ଦ୍ର ପାତ୍ର, ବିଜୟ ଦାସ, ଅନିଲ ଧୀର, ହୃଦାନନ୍ଦ ବେହେରା, ଦୀପାରାଣୀ ସାମଲ ପ୍ରମୁଖ ସହଯୋଗ କରିଥିଲେ। ୨୦୦ରୁ ଊର୍ଦ୍ଧ୍ୱ ସ୍ବେଚ୍ଛାସେବୀ ଏହି ଅଭିଯାନରେ ସାମିଲ ହୋଇଛନ୍ତି। ଏ ନେଇ କଲେଜ ଅଧ୍ୟକ୍ଷ କୁହନ୍ତି, ଯୁବପିଢ଼ି ଚାହିଁଲେ ଗ୍ରାମର ବିକାଶ ହୋଇପାରିବ। ଏଥିଲାଗି ଭାରତ ସରକାରଙ୍କ ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଏପରି ଅଭିନବ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଆଗାମୀ ଦିନରେ ପୋଷ୍ୟଗ୍ରାମରେ ନିୟମିତ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହେବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri