ପୋଷ୍ୟ ଗ୍ରାମର ବିକାଶ ଚିନ୍ତା

ଭୁବନ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ବାଜି ରାଉତ ସ୍ମୃତି ମହାବିଦ୍ୟାଳୟର ସ୍ବେଚ୍ଛାସେବୀ ଛାତ୍ରୀଛାତ୍ରମାନେ ୫ ପୋଷ୍ୟ ଗ୍ରାମରେ ଦୁଇଦିନ ଧରି ବାଣ୍ଟିଛନ୍ତି ସଚେତନ ବାର୍ତ୍ତା। ଗ୍ରାମବାସୀ କିପରି ନିରୋଗ ରହିବେ, ପିଲାମାନଙ୍କୁ ବିଦ୍ୟାଳୟ ମୁହଁା କରାଇବେ ଏବଂ ସ୍ବଚ୍ଛତା ପ୍ରତି ଧ୍ୟାନ ଦେବେ ସେ ନେଇ ପ୍ରତି ପରିବାର ସଦସ୍ୟ ସଚେତନ ହେବାକୁ ସେମାନେ ପରାମର୍ଶ ଦେଇଛନ୍ତି। ଛାତ୍ରୀଛାତ୍ରଙ୍କ ଏପରି ମହତ୍‌ ପଦକ୍ଷେପକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।
ଉନ୍ନତ ଭାରତ ଅଭିଯାନ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କଲେଜ ପକ୍ଷରୁ ପୋଷ୍ୟ ଗ୍ରହଣ କରାଯାଇଥିବା ଗଡ଼ଗହମପୁର, ବାଉଁଶକଣ, ଅନନ୍ତପୁର, ପୁରୁଷୋତ୍ତମପୁର ଏବଂ ନୀଳକଣ୍ଠପୁର ଗ୍ରାମରେ ଦୁଇଦିନ ଧରି ଛାତ୍ରୀଛାତ୍ରମାନେ ବିଭିନ୍ନ ସଚେତନ କାର୍ଯ୍ୟକ୍ରମ ହାତକୁ ନେଇଥିଲେ। ଏଥିପୂର୍ବରୁ କଲେଜ ଅଧ୍ୟକ୍ଷ ଡ. କିଶୋର ଚନ୍ଦ୍ର ଦାସଙ୍କ ନେତୃତ୍ୱରେ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଥିଲା। ଏଥିରେ ପୋଷ୍ୟଗ୍ରାମରେ ଶିକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ ସୁରକ୍ଷାକୁ ଅଗ୍ରାଧିକାର ଦେବାକୁ ପରାମର୍ଶ ଦିଆଯାଇଥିଲା। ଏ ନେଇ ବିଭିନ୍ନ ବିଷୟରେ ତାଲିମ ଦିଆଯାଇଥିଲା। ଅଭିଯାନର ସଂଯୋଜକ ଅଧ୍ୟାପକ ଅଲେଖ ଚନ୍ଦ୍ର ପାତ୍ର, ବିଜୟ ଦାସ, ଅନିଲ ଧୀର, ହୃଦାନନ୍ଦ ବେହେରା, ଦୀପାରାଣୀ ସାମଲ ପ୍ରମୁଖ ସହଯୋଗ କରିଥିଲେ। ୨୦୦ରୁ ଊର୍ଦ୍ଧ୍ୱ ସ୍ବେଚ୍ଛାସେବୀ ଏହି ଅଭିଯାନରେ ସାମିଲ ହୋଇଛନ୍ତି। ଏ ନେଇ କଲେଜ ଅଧ୍ୟକ୍ଷ କୁହନ୍ତି, ଯୁବପିଢ଼ି ଚାହିଁଲେ ଗ୍ରାମର ବିକାଶ ହୋଇପାରିବ। ଏଥିଲାଗି ଭାରତ ସରକାରଙ୍କ ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଏପରି ଅଭିନବ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଆଗାମୀ ଦିନରେ ପୋଷ୍ୟଗ୍ରାମରେ ନିୟମିତ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହେବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri