ପୌରପାଳିକା ପକ୍ଷରୁ ଉଠା ପରିବା ଦୋକାନୀଙ୍କୁ ସ୍ଥାନାନ୍ତର

ଯୋଡ଼ା,୨୫।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ପକ୍ଷରୁ ସହରର ମୁଖ୍ୟ ରାସ୍ତାକଡ଼ରେ ଥିବା ପରିବା ଦୋକାନୀଙ୍କୁ ସ୍ଥାନାନ୍ତର କରାଯାଇଛି। ରବିବାର ସକାଳ ୮ଟାରୁ ୧୧ଟା ପର୍ଯ୍ୟନ୍ତ ପୌରପାଳିକା ଓ ପୋଲିସ ପ୍ରଶାସନର ମିଳିତ ସହଯୋଗରେ ଏହି ସ୍ଥାନାନ୍ତର କାର୍ଯ୍ୟ କରାଯାଇଥିଲା। ସୂଚନାଯୋଗ୍ୟ, ଉକ୍ତ ରାସ୍ତା କଡ଼ରେ ପରିବା ବ୍ୟବସାୟୀମାନେ ବସୁଥିବାରୁ ବିଭିନ୍ନ ସମୟରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେବା ସହିତ ଦୁର୍ଘଟଣା ମଧ୍ୟ ଘଟୁଥିଲା। ଏହାର ନିରାକରଣ ପାଇଁ ସ୍ଥାନୀୟ ଅଞ୍ଚଳରେ ଦାବି ହୋଇ ଆସୁଥିଲା। ଏହାକୁ ଦୃଷ୍ଟିରେ ରଖି ପୌରପାଳିକା ପକ୍ଷରୁ ଗତ ୨୨ ତାରିଖରେ ଗୋପବନ୍ଧୁ ଦୈନିକ ବଜାର ମଧ୍ୟରେ ଥିବା ପରିବା ବ୍ୟବସାୟୀ ଓ ମାଛମାଂସ ଦୋକାନୀଙ୍କୁ ନେଇ ଏକ ବୈଠକ ହୋଇଥିଲା। ଏହି ବୈଠକରେ ରାସ୍ତା କଡ଼ରେ ପରିବା ଦୋକାନଗୁଡିକୁ ଅନ୍ୟତ୍ର ସ୍ଥାନାନ୍ତର କରିବା ପାଇଁ ସର୍ବସମ୍ମତି ନିଷ୍ପତ୍ତି ନିଆଯାଇଥିଲା। ତେବେ ପୂର୍ବ ନିଷ୍ପତ୍ତି ଅନୁଯାୟୀ, ରବିବାର ଏହି ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ କରାଯାଇଥିବା ଯୋଡ଼ା ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ କହିଛନ୍ତି। ଉଠାଯାଇଥିବା ପରିବା ଦୋକାନୀମାନଙ୍କୁ ଏଣେ ତେଣେ ଯିବାକୁ ନ କହି ଏକ ନିର୍ଦ୍ଦିଷ୍ଟ ସ୍ଥାନ ନିରୂପଣ କରି ସେମାନଙ୍କୁ ଅବସ୍ଥାପିତ କରିବା ପାଇଁ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୨।୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆ ତା’ର ଅଭିଯାନର ଏକ ଦୃଢ଼ ଆରମ୍ଭ କରିଛି। ମୁମ୍ବାଇରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ଭାରତ ୨୯…

ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ

ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ):ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ…

ଭଲପାଇବାର ଉଦାହରଣ ସୃଷ୍ଟି କଲେ ଅବସରପ୍ରାପ୍ତ ଶିକ୍ଷକ: ସ୍ତ୍ରୀଙ୍କ ସ୍ମୃତିରେ ନିର୍ମାଣ କଲେ…

ଗୁଣୁପୁର,୧୨।୧(ସଂକେତ ପାତ୍ର): ରାୟଗଡା ଜିଲା ଗୁଣୁପୁର ପୌରପରିଷଦ ୧୯ନଂ ୱାର୍ଡ ଓମ ନଗରରୁ ଆସିଛି ଏକ ହୃଦୟସ୍ପର୍ଶୀ କାହାଣୀ, ଯାହା ପ୍ରେମ ଓ ସ୍ବାମୀ-ସ୍ତ୍ରୀ ସମ୍ପର୍କର ଅନନ୍ୟ…

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ମୁନ୍ନା: ପେନସିଲ ଗ୍ରାଫାଇଟରେ ସୂକ୍ଷ୍ମ ଇଣ୍ଡିଆ ଗେଟ୍‌

ଅମରପାଲି,୧୨ା୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମର ମୁନ୍ନା ମାହାଣା ଲିମକା ବୁକ ଅଫ ରେକଡର୍‌ସରେ ନିଜ ନାମକୁ ନାମିତ କରି ଜିଲା ପାଇଁ…

ନାଣ୍ଡୁ ବାବୁ-ସାଇ ବିବାଦରେ ପୂର୍ଣ୍ଣଛେଦ: ମା’ବାପାଙ୍କ ଉପସ୍ଥିତରେ…

ଭୁବନେଶ୍ୱର,୧୨ା୨ (ସୌମ୍ୟରଞ୍ଜନ ରାଉତ):ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍‌ ନାଣ୍ଡୁ ବାବୁ ଓ ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ବିବାଦରେ ପୂର୍ଣ୍ଣଛେଦ ପଡ଼ିଛି।…

ଆଜି ଭାରତ ବନ୍ଦ: ଜାଣନ୍ତୁ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୧୨।୨(ସୁନିତ୍‌ ମିଶ୍ର):ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ଗୁରୁବାର ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri