ପୌରସଂସ୍ଥା ବାହାରେ କାର୍ଯ୍ୟାଳୟ କ୍ୟାଶବୁକ୍‌: ଆକାଉଣ୍ଟ ଜବତ କଲେ ପିଡି

ଅନୁଗୋଳ ଅଫିସ, ୬।୯-ଅନୁଗୋଳ ପୌରପାଳିକାରେ ନିୟୋଜିତ ହୋଇଥିବା ଜଣେ ଆକାଉଣ୍ଟାଣ୍ଟ ଗୁରୁବାର କାର୍ଯ୍ୟାଳୟର କ୍ୟାଶବୁକ୍‌କୁ ବାହାରକୁ ନେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ପୌରପାଳିକା ଅର୍ଥ ହେରଫେର ନେଇ ଉଦ୍ୟମ ଚାଲିଥିବା ଅଭିଯୋଗ ପାଇବା ପରେ ଘଟଣାରେ ତୁରନ୍ତ ପଦକ୍ଷେପ ନେଇଛନ୍ତି ଅନୁଗୋଳ ପିଡି ଅତୁଲ୍ୟ କୁମାର ଚମ୍ପତ୍ତିରାୟ। ସମ୍ପୃକ୍ତ ଆକାଉଣ୍ଟାଣ୍ଟ ଏବଂ କେତେଜଣ କର୍ମଚାରୀଙ୍କୁ ଡାକି ଘଟଣାର ଖୋଳତାଡ କରିବା ସହ ସଙ୍ଗେ ସଙ୍ଗେ ଉକ୍ତ କ୍ୟାଶବୁକକୁ ପିଡି ସିଜ୍‌ କରିଛନ୍ତି। ତେବେ ପ୍ରକୃତରେ କେଉଁ ଉଦ୍ଦେଶ୍ୟରେ ପୌର କର୍ମଚାରୀ କ୍ୟାଶବୁକ୍‌ ନେଇ ବାହାରକୁ ଯାଇଥିଲେ ସେ ନେଇ ସହରବାସୀଙ୍କ ମଧ୍ୟରେ ଚର୍ଚ୍ଚା ଜୋର ଧରିଛି।
ସୂଚନା ମୁତାବକ, ସକାଳ ୮ଟାରୁ ସାଢ଼େ ୮ଟା ମଧ୍ୟରେ ପୌରପାଳିକା ଆକାଉଣ୍ଟାଣ୍ଟ କ୍ୟାଶବୁକ ନେଇ କାର୍ଯ୍ୟାଳୟ ବାହାରକୁ ଯାଇଥିଲେ। ଏ ସମ୍ପର୍କରେ କେତେଜଣ ପୌର କର୍ମଚାରୀ ଓ ପୂର୍ବତନ କାଉନସିଲର ପିଡିଙ୍କୁ ଜଣାଇଥିଲେ। ଏପରିକି ଆକାଉଣ୍ଟାଣ୍ଟ ଜଣକ ପୂର୍ବତନ ପୌର ନିର୍ବାହୀ ଅଧିକାରୀ ଶୁଭେନ୍ଦୁ ଜେନାଙ୍କ ଘରକୁ କ୍ୟାଶବୁକ୍‌ ନେଇ ଯାଇଥିବା ପିଡିଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇବା ପରେ ପିଡି ତୁରନ୍ତ ପୌରପାଳିକା ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ସୀମାଞ୍ଚଳ ମିଶ୍ରଙ୍କ ସହ ଆକାଉଣ୍ଟାଣ୍ଟଙ୍କୁ ପିଡ଼ି ତାଙ୍କ କାର୍ଯ୍ୟାଳୟକୁ କ୍ୟାଶବୁକ୍‌ ନେଇ ଆସିବା ପାଇଁ କହିଥିଲେ। ଏଥିସହ କାହିଁକି


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri