ପୌରାଞ୍ଚଳରେ କରୋନା ମୁକାବିଲା: ରାଜ୍ୟ ସରକାରଙ୍କ ପକ୍ଷରୁ ୨୧ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର,୨୨।୩(ବ୍ୟୁରୋ): ପୌରାଞ୍ଚଳରେ କରୋନା ମୁକାବିଲା ନିମନ୍ତେ ରାଜ୍ୟ ସରକାର ୨୧ କୋଟି ୧୦ଲକ୍ଷ ଚଙ୍କା ମଞ୍ଜୁର କରିଛନ୍ତି। ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଏ ନେଇ ସହରାଞ୍ଚଳ ଉନ୍ନୟନ ସଂସ୍ଥା(ସୁଡା)କୁ ଅବଗତ କରି ତୁରନ୍ତ ଟଙ୍କା ପ୍ରଦାନ କରିବାକୁ କୁହାଯାଇଛ। ମୋଟ ୧୧୪ ଟି ପୌର ସଂସ୍ଥାକୁ ଏହି ଅର୍ଥ ପ୍ରଦାନ କରାଯିବ। ଉନ୍ନତି ଯୋଜନାର ମାର୍ଗ ଦର୍ଶିକାରେ କୋହଳ ସହିତ ସମ୍ଭାବ୍ୟ ସ୍ଥିତିକୁ ଦେଖି ଉକ୍ତ ପାଣ୍ଠି କରୋନା ମୁକାବିଲା ଦିଗରେ ଖର୍ଚ୍ଚ କରାଯିବାକୁ ସ୍ଥିର ହୋଇଛ। ବରାଦ ଅର୍ଥ ମଧ୍ୟରୁ ବିଏମ୍‌ସିକୁ ସର୍ବାଧିକ ଏକ କୋଟି ଟଙ୍କା ମିଳିବାକୁ ଥିବା ବେଳେ କଟକ, ରାଉରକେଲା, ସମ୍ବଲପୁର ଓ ବ୍ରହ୍ମପୁର ମହାନଗର ନିଗମକୁ ୫୦ଲକ୍ଷ ଲେଖା ଟଙ୍କା ପ୍ରଦାନ କରାଯିବ। ସେହିପରି ଏନ୍‌ଏସି ଓ ମ୍ୟୁନିସପାଲିଟି ଗୁଡିକୁ ୧୦ ରୁ ୨୦ ହଜାର ମିଳିବ। ଅନୁମତି ବିନା କୌଣସି ପରିସ୍ଥିତିରେ ବି ଏହି ଅର୍ଥକୁ ଅନ୍ୟ କାର୍ଯ୍ୟ ଲାଗି ବିନିଯୋଗ କରାଯାଇ ପାରିବ ନାହିଁ। ପୌରସଂସ୍ଥା ଗୁଡିକ ଲାଗି ମଞ୍ଜୁର ଅର୍ଥକୁ ଭାରତର ମହା ଲେଖାକାର(ସିଏଜି) କିମ୍ବା ତାଙ୍କ ଦ୍ୱାରା ସ୍ବୀକୃତିପ୍ରାପ୍ତ ସଂସ୍ଥା ଅଡିଟ କରିପାରିବେ। ଏଥିସହ ଅର୍ଥର ଆଭ୍ୟନ୍ତରିଣ ଅଡିଟ୍‌ ମଧ୍ୟ କରାଯିବ। ତେଣୁ ସରକାରୀ ନୀତିନିୟମ ଅନୁଯାୟୀ ପୌର ସଂସ୍ଥାଗୁଡିକ ଅର୍ଥକୁ ଠିକଣା ଭାବେ ଖର୍ଚ୍ଚ କରିବା ସହିତ ସୁଡାର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଏହାର ବିନିଯୋଗ ପ୍ରମାଣ ପତ୍ର ଦେବା ନିମନ୍ତେ କୁହାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri