ପୌରାଞ୍ଚଳରେ ପଲିଥିନ ନିଷେଧ: ଅକ୍ଟୋବର ୨ରୁ ସାରା ରାଜ୍ୟରେ ଲାଗୁ ହେବ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ସମସ୍ତ ପୌରାଞ୍ଚଳରେ ପଲିଥିନ ଉପରେ ଲାଗିବ କଟକଣା। ସବୁ ସହରକୁ ପଲିଥିନ ମୁକ୍ତ କରାଯିବ। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପାଇଁ ପଠାଯାଇଛି। ରାଜ୍ୟକୁ ୨ ବର୍ଷ ମଧ୍ୟରେ ପ୍ଲାଷ୍ଟିକମୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ। ଚଳିତ ବର୍ଷ ରାଜ୍ୟର ୪୭ ମ୍ୟୁନିସିପାଲିଟି ଏବଂ ୬୧ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ରେ ଏହାକୁ କଡ଼ାକଡ଼ି ଭାବେ ଲାଗୁ କରାଯିବ।
କଟକଣା ଜାରି ହେବା ପରେ କୌଣସି ବ୍ୟକ୍ତି ନିଜେ କିମ୍ବା ଅନ୍ୟ କାହା ଦ୍ୱାରା ଜାଣିକରି ହେଉ କିମ୍ବା ଅନ୍ୟ ମାଧ୍ୟମରେ ପଲିଥିନ ବିକ୍ରି, ବ୍ୟବସାୟ, ଉତ୍ପାଦନ, ଆମଦାନୀ, ଗଚ୍ଛିତ, ବ୍ୟବହାର କିମ୍ବା ବଣ୍ଟନ କରିପାରିବେ ନାହିଁ। ୫୦ ମାଇକ୍ରନରୁ କମ୍‌ ମୋଟେଇ ପଲିଥିନ, ୨୦୦ ମିଲିଲିଟରରୁ କମ୍‌ ପାଣିବୋତଲ, ଥର୍ମୋକୁଲ, ପ୍ଲାଷ୍ଟିକ ଚାମଚ, କପ୍‌, ପ୍ଲେଟ, ଗ୍ଲାସ୍‌, ଥାଳିଆ, ପାଣି ପାଉଚ ପଲିଥିନ୍‌ ଆଦି ସାମଗ୍ରୀ ଉପରେ କଟକଣା ଜାରି କରାଯିବ। କୌଣସି ବ୍ୟକ୍ତି ସର୍ବସାଧାରଣ ସ୍ଥାନରେ ପଲିଥିନ ବ୍ୟବହାର କରି ପାରିବେ ନାହିଁ। ସେଥିପାଇଁ ଦଣ୍ଡବିଧାନର ବ୍ୟବସ୍ଥା ରହିଛି। ପୂଜାସ୍ଥଳ, ହୋଟେଲ, ରେଷ୍ଟୁରାଣ୍ଟ, କାଫେ, ବିବାହ ପାର୍ଟି, ଅଫିସ, ଆଉଟଡୋର କ୍ୟାଟରିଂ ଆଦି ସ୍ଥାନରେ ପଲିଥିନ ବ୍ୟବହାର ଉପରେ କଟକଣା ଜାରି ହେବ।
୨୦୧୮ ଅକ୍ଟୋବର ୨ରୁ କଟକ, ଭୁବନେଶ୍ୱର, ରାଉରକେଲା, ସମ୍ବଲପୁର, ବ୍ରହ୍ମପୁର ମହାନଗର ନିଗମ ଏବଂ ପୁରୀ ପୌରାଞ୍ଚଳରେ ପଲିଥିନ ବ୍ୟବହାର ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ଏଥିସହିତ ସମସ୍ତ ସରକାରୀ କାର୍ଯ୍ୟାଳୟରେ ୫୦ ମାଇକ୍ରନରୁ କମ ମୋଟା ଥିବା ପଲିଥିନ, ପ୍ଲାଷ୍ଟିକ ବୋତଲ, ଥର୍ମୋକୁଲ କପ୍‌ ଓ ପ୍ଲେଟକୁ ବାରଣ କରାଯାଇଛି। ସରକାରୀ ଓ ବେସରକାରୀ ସ୍କୁଲ ଓ କଲେଜଗୁଡ଼ିକରେ ପଲିଥିନ ବ୍ୟବହାର ନ କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଦ୍ୱାରା କରାଯାଇଥିବା ସର୍ଭେ ଅନୁଯାୟୀ ଦେଶରେ ମୁଣ୍ଡପିଛା ୯.୭ କେ.ଜି. ପଲିଥିନ ବ୍ୟବହାର କରାଯାଉଛି। ପଲିଥିନ ନଷ୍ଟ ହେବାକୁ ଅତିକମ୍‌ରେ ୨୦୦ରୁ ୫୦୦ ବର୍ଷ ସମୟ ନେଇଥାଏ। ଏହାଦ୍ୱାରା ପରିବେଶ ପ୍ରଦୂଷଣ ହେବା ସହ ଏହା ଭୂତଳ ଜଳ ସଂରକ୍ଷଣରେ ବିରାଟ ଅନ୍ତରାୟ ସୃଷ୍ଟି କରିଥାଏ। ୨୦୧୮ରେ ପଲିଥିନ, ପ୍ଲାଷ୍ଟିକ ଓ ଥର୍ମୋକୁଲ ଉପରେ କଟକଣାକୁ କଡ଼ାକଡ଼ି ଲାଗୁ କରାଯାଇଛି। ଏହାକୁ ବର୍ଷେ ବିତିବାକୁ ବସିଥିବାବେଳେ ଏହା କେବଳ ନାମକୁ ମାତ୍ର ଚଢ଼ାଉରେ ସୀମିତ ରହିଛି। କେତେକ କ୍ଷୁଦ୍ର ବ୍ୟବସାୟୀଙ୍କ ଦୋକାନରେ ମହାନଗର ନିଗମର ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଚଢ଼ାଉ କରି ଜରିମାନା ଆଦାୟ କରୁଥିବା ବେଳେ ବଡ଼ବଡ଼ ବ୍ୟବସାୟ ପ୍ରତିଷ୍ଠାନ, ହୋଟେଲ, ହାଟବଜାରରେ ଅବାଧ ପଲିଥିନ ବ୍ୟବହାର ଚାଲିଛି।
ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ୨୦୧୯-୨୦ ଆର୍ଥିକବର୍ଷରେ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଦ୍ୱାରା ୮,୩୪୧.୨୫ କେ.ଜି. ପ୍ଲାଷ୍ଟିକ ଜବତ କରାଯାଇଥିବା ବେଳେ ୨୦,୧୬,୨୫୭ ଟଙ୍କା ଜରିମାନା ଆଦାୟ କରାଯାଇଛି। ପଲିଥିନ କଟକଣାକୁ ଆହୁରି କଡ଼ାକଡ଼ି କରିବାକୁ ମହାନଗର ନିଗମ ଓ ପୌରାଞ୍ଚଳକୁ ନିର୍ଦ୍ଦେଶ ଦେବାକୁ ନଗର ଉନ୍ନୟନ ବିଭାଗକୁ ନିୟମିତ ଚିଠି ମାଧ୍ୟରେ ଜଣାଇ ଦିଆଯାଉଛି ବୋଲି ପରିବେଶ ନିର୍ଦ୍ଦେଶକ କେ. ମୁରୁଗେସେନ କହିଛନ୍ତି। ବ୍ୟବସାୟୀ ସହଦେବ ସାହୁ କହିଛନ୍ତି, ପଲିଥିନ ଉପରେ କଟକଣା ଲଗାଗଲେ ଭଲ। କିନ୍ତୁ ସରକାର ଏହାର ବିକଳ୍ପ ଚିନ୍ତା କରିବା ଦରକାର। ଏଥିସହିତ ପଲିଥିନ ଉତ୍ପାଦନ କରୁଥିବା ସଂସ୍ଥାକୁ ବନ୍ଦ କରିବା ଦରକାର। ନଚେତ କଟକଣା କରି ଦୋକାନୀଙ୍କ ଉପରେ ଚଢାଉ କଲେ କିଛି ଲାଭ ହେବ ନାହିଁ। ପରିବେଶବିତ୍‌ଙ୍କ ମତରେ ସହରାଞ୍ଚଳ ବାହାରେ ବହୁ ପ୍ଲାଷ୍ଟିକ ପ୍ରସ୍ତୁତ ୟୁନିଟ୍‌ ରହିଛି। ସେଗୁଡିକୁ ବନ୍ଦ କଲେ ଏହାର ଅସଲ ଉଦ୍ଦେଶ୍ୟ ସଫଳ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri