ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଆଦର୍ଶ ପଞ୍ଚାୟତ ପରିଦର୍ଶନ

କୃଷ୍ଣପ୍ରସାଦ,୩୦ା୮(ଡି.ଏନ.ଏ.)-ଗତ ବାତ୍ୟା ଓ ବିଭିନ୍ନ ପ୍ରାକୃତିକ ଦୁର୍ବିପାକରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥ ବ୍ରହ୍ମପୁର ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତ ଭାବେ ଜିଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି ା ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ ଗୁରୁବାର ପଞ୍ଚାୟତ ଅଧୀନ ବିଭିନ୍ନ ଗ୍ରାମ, ରାସ୍ତା ଘାଟ, ଚିଲିକା ରିଂ ବନ୍ଧ ଆଦି ପରିଦର୍ଶନ କରିଥିଲେ ା ବିଭିନ୍ନ ସୁବିଧା, ସୁଯୋଗ ଓ ସମସ୍ୟା ନେଇ ଲୋକଙ୍କ ସହ ଆଲୋଚନା କରିଥିଲେ। ଖୁବ୍‌ଶୀଘ୍ର ଏହାର ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ସିଂ କହିବା ପରେ ପଞ୍ଚାୟତବାସୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଥିଲା। କୃଷ୍ଣପ୍ରସାଦ ବିଡିଓ ଅଭିମନ୍ୟୁ ମାଝି, ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ବାଇଁ, କନିଷ୍ଠ ଯନ୍ତ୍ରୀ ଧର୍ମେନ୍ଦ୍ର କୁମାର ସାମନ୍ତରାୟ, ସରପଞ୍ଚ କ୍ଷଣପ୍ରଭା କରଣ, ପିଇଓ ଦିଲୀପ କୁମାର ତରେଇ ପ୍ରମୁଖ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସହ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି ବୈକୁଣ୍ଠ, ଘରେ ପୁଅ,ବୋହୂଙ୍କୁ ବାଡ଼େଇ…

ନୟାଗଡ଼,୨୭।୩(ଲୋକନାଥ ମିଶ୍ର): ନୟାଗଡ଼ ସଦର ବଲଭଦ୍ରପୁର ଗାଁର ବୈକୁଣ୍ଠ ସାହୁଙ୍କ ଘରୁ ଗୁରୁବାର ରାତିରେ ଚୋରି ହୋଇଛି। ଚୋରମାନେ ଗ୍ରୀଲ ଓ କବାଟ ଭାଙ୍ଗି ୭ ଲକ୍ଷରୁ…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବେଲପଡ଼ାପାଟଣା ସ୍କୁଲ ଛାତ୍ର ମୃତ୍ୟୁ ଘଟଣା: ୩୪ ଦିନ ପରେ ସ୍କୁଲ ଆସି ପାଠ ପଢ଼ିଲେ ପିଲା, ୧୩ ଅଟକ

ନୟାଗଡ଼,୨୩।୨(ଲୋକନାଥ ମିଶ୍ର): ଛାତ୍ର ମୃତ୍ୟୁକୁ ନେଇ ଦଶପଲ୍ଲା ବେଲପଡ଼ା ପ୍ରାଥମିକ ବିଦ୍ୟାଳୟରେ ୩୪ ଦିନ ହେବ ସ୍କୁଲ୍ ରେ ତାଲା ପକାଇଥିଲେ ପରିବାର ଲୋକେ। ଆଜି ବେଲପଡ଼ା…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ମର୍ମନ୍ତୁଦ ବାଇକ ଦୁର୍ଘଟଣା: ଅକାଳରେ ଚାଲିଗଲା ୨ ଯୁବକଙ୍କ ଜୀବନ

ନୟାଗଡ, ୬।୩(ଲୋକନାଥ ମିଶ୍ର): ଖଣ୍ଡପଡ଼ା ଥାନା ଅଧୀନ ବୋଦସା ଗ୍ରାମ ଉପକଣ୍ଠରେ ଗୁରୁବାର ଅପରାହ୍ନରେ ଏକ ମର୍ମନ୍ତୁଦ ବାଇକ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri