ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଆଦର୍ଶ ପଞ୍ଚାୟତ ପରିଦର୍ଶନ

କୃଷ୍ଣପ୍ରସାଦ,୩୦ା୮(ଡି.ଏନ.ଏ.)-ଗତ ବାତ୍ୟା ଓ ବିଭିନ୍ନ ପ୍ରାକୃତିକ ଦୁର୍ବିପାକରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥ ବ୍ରହ୍ମପୁର ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତ ଭାବେ ଜିଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି ା ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ ଗୁରୁବାର ପଞ୍ଚାୟତ ଅଧୀନ ବିଭିନ୍ନ ଗ୍ରାମ, ରାସ୍ତା ଘାଟ, ଚିଲିକା ରିଂ ବନ୍ଧ ଆଦି ପରିଦର୍ଶନ କରିଥିଲେ ା ବିଭିନ୍ନ ସୁବିଧା, ସୁଯୋଗ ଓ ସମସ୍ୟା ନେଇ ଲୋକଙ୍କ ସହ ଆଲୋଚନା କରିଥିଲେ। ଖୁବ୍‌ଶୀଘ୍ର ଏହାର ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ସିଂ କହିବା ପରେ ପଞ୍ଚାୟତବାସୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଥିଲା। କୃଷ୍ଣପ୍ରସାଦ ବିଡିଓ ଅଭିମନ୍ୟୁ ମାଝି, ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ବାଇଁ, କନିଷ୍ଠ ଯନ୍ତ୍ରୀ ଧର୍ମେନ୍ଦ୍ର କୁମାର ସାମନ୍ତରାୟ, ସରପଞ୍ଚ କ୍ଷଣପ୍ରଭା କରଣ, ପିଇଓ ଦିଲୀପ କୁମାର ତରେଇ ପ୍ରମୁଖ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସହ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥୀ ଚୟନରେ ବିଳମ୍ବ, ଫାଇଦା ଉଠାଉଛି ଭାଜପା

ନୟାଗଡ଼/ଭାପୁର,୧୮।୪(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ନୟାଗଡ଼ ଜିଲାର ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରିନି। ଏଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଦେଉ ନ ଥିବାରୁ...

ଅଧାପନ୍ତରିଆ ଭାବେ ପଡ଼ିଛି ପ୍ରାଣୀ ଚିକିତ୍ସାଳୟ କାମ

ନୂଆଗାଁ,୧୮।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନିକଟରେ ଚାଲିଥିବା ପ୍ରାଣୀ ଚିକିତ୍ସାଳୟ ନୂତନ ଗୃହ ନିର୍ମାଣ ଦୀର୍ଘ ମାସ ହେଲା ଅଧପନ୍ତରିଆ ଭାବେ ପଡି ରହିଛି।...

ଜିତିବା ପାଇଁ ଭାଜପା ନେତାଙ୍କ ଶରଣ ପଶିଲେ ବିଜେଡି ବିଧାୟକ

ନୟାଗଡ଼/ରଣପୁର,୧୬।୪(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ):ନିର୍ବାଚନ ସମୟରେ ସାଧାରଣତଃ ଦେଖାଯାଇଥାଏ ପ୍ରାର୍ଥୀମାନେ ବିରୋଧୀ ଦଳର କର୍ମୀ ଓ ନେତାଙ୍କ ସମର୍ଥନ ପାଇବା ପାଇଁ ନିବେଦନ କରିଥାନ୍ତି। ଏହା...

ଡିଏଚ୍‌ଏଚ୍‌ରେ ଜ୍ୱର ପରୀକ୍ଷଣ ପାଇଁ ଥର୍ମୋମିଟର ନାହିଁ

ନୟାଗଡ଼,୧୫।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ଜ୍ୱର ମାପିବା ଯନ୍ତ୍ର ଥର୍ମୋମିଟର ନାହିଁ। ଏଥିପାଇଁ କୌଣସି ଜ୍ୱରରେ ପୀଡ଼ିତ ରୋଗୀ ଆସିଲେ ତାଙ୍କୁ...

ରକ୍ତ ଭଣ୍ଡାର ସମ୍ମୁଖରେ ପଡ଼ିଛି ରକ୍ତ ପ୍ୟାକେଟ୍‌

ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟର ରକ୍ତଭଣ୍ଡାର ସମ୍ମୁଖ ରକ୍ତ ଭଣ୍ଡାର ପାଖରେ ରକ୍ତ ପ୍ୟାକେଟ ଫୋପଡା ଯାଇଥିବା ଦେଖିବାକୁ ମିଳିଥିଲା। ଶୁକ୍ରବାର ବିଳମ୍ବିତ ରାତିରୁ...

ବିଏସ୍‌କେୱାଇ ଆମ୍ବୁଲାନ୍ସ ଖତ ଖାଉଛି

ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ରେଫର ଗରିବ ରୋଗୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ)ରେ ନୟାଗଡ଼ ଜିଲାକୁ ଅତ୍ୟାଧୁନିକ ଆମ୍ବୁଲାନ୍ସ ଯୋଗାଇ...

ଛେନାପୋଡ଼କୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳିଲା ନାହିଁ

ନୟାଗଡ଼,୧୧।୪(ଲୋକନାଥ ମିଶ୍ର)ସାରା ବିଶ୍ୱରେ ପ୍ରସିଦ୍ଧିଲାଭ କରିଥିବା ଛେନାପୋଡ଼ର ନଁା ଶୁଣିଲେ ମନକୁ ଆସେ ନୟାଗଡ଼ର କଥା । ଜଗନ୍ନାଥଙ୍କ ପାଖରେ ଲାଗି ହୋଇଥାଏ ନୟାଗଡ଼ର ଏହି...

ରୋଚକ ସ୍ଥିତିରେ ନୟାଗଡ଼ ରାଜନୀତି

ନୟାଗଡ଼,୮।୪(ଲୋକନାଥ ମିଶ୍ର): ନୟାଗଡ଼ ନିର୍ବାଚନ ରାଜନୀତି ସରଗରମ ହେବାରେ ଲାଗିଛି। ପୂର୍ବତନ କନ୍ଧମାଳ ଏମ୍‌ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଭାଜପା ଟିକେଟ୍‌ ହାତେଇବା, ଭାଜପା ନେତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri