Posted inଜାତୀୟ

ପ୍ରକାଶ ପାଇବ ଚୂଡ଼ାନ୍ତ ଏନ୍‌ଆର୍‌ସି

ନୂଆଦିଲ୍ଲୀ/ଗୁଆହାଟୀ,୩୧ା୮: ଆସାମ ପାଇଁ ପ୍ରଥମେ ପ୍ରକାଶ ପାଇଥିବା ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ରୁ ୪୧ ଲକ୍ଷରୁ ଊର୍ଦ୍ଧ୍ୱ ବାଦ୍‌ ପଡିଥିଲେ। ଏହାର ବର୍ଷେ ପରେ ଚୂଡ଼ାନ୍ତ ତାଲିକା ଶନିବାର ପ୍ରକାଶ ପାଇବାକୁ ଯାଉଛି। ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଉକ୍ତ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ ପରେ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳି ସରକାରରେ ଏହା ଏକ ବଡ଼ ପଦକ୍ଷେପ ହେବ। ଏନ୍‌ଆର୍‌ସି ତାଲିକା ପ୍ରକାଶ ପରେ ଉତ୍ତେଜନା ସୃଷ୍ଟି ହେବା ଆଶଙ୍କାରେ ଆସାମରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ସେଠାକୁ ଅତିରିକ୍ତ ଅର୍ଦ୍ଧସାମରିକ ବାହିନୀ ପଠାଯାଇଛି। ସୋସିଆଲ ମିଡିଆରେ ଗୁଜବ ପ୍ରଚାର ନ କରିବା ପାଇଁ ପ୍ରଶାସନ ପକ୍ଷରୁ ଚେତାବନୀ ଦିଆଯାଇଛି। ଜନସାଧାରଣ ଭୟଭୀତ ନ ହେବା ପାଇଁ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲ ଅନୁରୋଧ କରିଛନ୍ତି। ପ୍ରକୃତ ଭାରତୀୟଙ୍କୁ ସେମାନଙ୍କ ନାଗରିକତ୍ୱ ପ୍ରମାଣ ଲାଗି ରାଜ୍ୟ ସରକାର ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇଦେବେ। ଗରିବଙ୍କୁ ଆଇନଗତ ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏନ୍‌ଆର୍‌ସି ଚୂଡ଼ାନ୍ତ ତାଲିକା ଶନିବାର ପୂର୍ବାହ୍ନ ୧୦ଟାରେ ଅନ୍‌ଲାଇନରେ ଉପଲବ୍ଧ ହେବ। ଯେଉଁମାନଙ୍କର ଇଣ୍ଟରନେଟ ସଂଯୋଗ ନାହିଁ, ସେମାନେ ନିକଟବର୍ତ୍ତୀ ସେବାକେନ୍ଦ୍ରରୁ ସେମାନଙ୍କ ନାଁ ଯାଞ୍ଚ କରିପାରିବେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଯେଉଁମାନଙ୍କ ନାଁ ଚୂଡ଼ାନ୍ତ ତାଲିକାରେ ନ ଥିବ, ସେମାନଙ୍କୁ ବିଦେଶୀ ଘୋଷଣା କରାଯିବନି। ସେମାନଙ୍କୁ ଆଇନଗତ ପଦକ୍ଷେପ ନେବା ପାଇଁ ସୁଯୋଗ ଦିଆଯିବ। ବାଦ୍‌ପଡିଥିବା ଲୋକେ ବିଦେଶୀମାନଙ୍କ ପାଇଁ ଉଦ୍ଦିଷ୍ଟ ଟ୍ରିବ୍ୟୁନାଲରେ ଆବେଦନ କରିପାରିବେ ଏବଂ ଏଥିପାଇଁ ୬୦ରୁ ୧୨୦ ଦିନ ସମୟ ଦିଆଯିବ। ଏହିସବୁ ବିବାଦର ଶୁଣାଣି ଲାଗି ପର୍ଯ୍ୟାୟକ୍ରମେ ୧୦୦୦ ଟ୍ରିବ୍ୟୁନାଲ ଖୋଲାଯିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବର୍ତ୍ତମାନ ୧୦୦ ଟ୍ରିବ୍ୟୁନାଲ ଖୋଲିଥିଲାବେଳେ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଆଉ ୨୦୦ଟି ଖୋଲିବ। ଜଣେ ଟ୍ରିବ୍ୟୁନାଲରେ ମାମଲା ହାରିଗଲେ ହାଇକୋର୍ଟ ଏବଂ ସୁପ୍ରିମକୋର୍ଟରେ ମଧ୍ୟ ଅପିଲ କରିପାରିବେ। ସମସ୍ତ ଆଇନଗତ ପଦକ୍ଷେପ ଶେଷ ନ ହେବା ପର୍ଯ୍ୟନ୍ତ କାହାକୁ ଅଟକ ରଖାଯିବନି ବୋଲି ସରକାର ସ୍ପଷ୍ଟ କରିଛନ୍ତି।
ଉତ୍ତେଜନା ଆଶଙ୍କାରେ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ଅତୀତରେ ହିଂସାକାଣ୍ଡ ଘଟିଥିବା ସମ୍ବେଦନଶୀଳ ଅଞ୍ଚଳର ସର୍ବସାଧାରଣ ସ୍ଥାନରେ ୪ ଜଣରୁ ଅଧିକ ଏକାଠି ହେବା ଉପରେ ନିଷେଧାଦେଶ ଲଗାଯାଇଛି। କେନ୍ଦ୍ର ସରକାର ଆସାମକୁ ଅତିରିକ୍ତ ୨୦ ହଜାର ଅର୍ଦ୍ଧସାମରିକ ବଳ ପଠାଇଛନ୍ତି। ଏନ୍‌ଆରସି ଚୂଡ଼ାନ୍ତ ତାଲିକାରେ ନଁା ନ ଥିବା ଲୋକଙ୍କୁ ସରକାର ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇଦେବେ। ଗୁଜବରେ ବିଶ୍ୱାସ ନ କରିବାକୁ ଆସାମ ପୋଲିସ ପକ୍ଷରୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି। ତାଲିକାରୁ ବାଦ୍‌ ପଡିଥିବା ବାସ୍ତବ ନାଗରିକଙ୍କୁ ସବୁପ୍ରକାର ସହାୟତା ଯୋଗାଇଦେବାକୁ ଭାଜପା ଏବଂ କଂଗ୍ରେସ ଯୋଜନା କରିଛନ୍ତି। ସେହିପରି କେତେକ ସ୍ବେଚ୍ଛାସେବୀ ସଂସ୍ଥା ମଧ୍ୟ ଲୋକଙ୍କୁ ଆଇନଗତ ସହାୟତା ଦେବା ପାଇଁ ଆଗେଇ ଆସିଛନ୍ତି। ୨୦୧୮ ଜୁଲାଇ ୩୦ରେ ପ୍ରକାଶିତ ପ୍ରଥମ ତାଲିକାରୁ ବାଦ୍‌ ପଡିଥିବା ଲୋକଙ୍କ ମଧ୍ୟରୁ ଯେଉଁମାନଙ୍କ ନାଁ ଚୂଡ଼ାନ୍ତ ତାଲିକାରେ ଥିବ ସେମାନଙ୍କୁ ଆଧାର କାର୍ଡ ଯୋଗାଇଦିଆଯିବ
ବୋଲି ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ସଭ୍ୟତାର ନୀରବ ନିର୍ମାତା

କେବେ କ୍ଳାନ୍ତ, କେବେ ନିରାଶ, କେବେ ବିଷାଦ ପୁଣି କେବେ ହତାଶ- ଏସବୁ ଭିତରେ ବି ଯିଏ ହସିହସି ପ୍ରତିଦିନ ପିଲାଙ୍କ ଆଗରେ ଛିଡ଼ା ହୋଇପାରନ୍ତି, ସେ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?