Posted inଖେଳ

ପ୍ରକାଶ ପାଇଲା ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ, ଟପ୍‌ ୧୦ରେ ବୁମ୍‌ରା

ଦୁବାଇ, ୨୭ା୮ (ପି.ଟି.)- ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇଛି। ବ୍ୟାଟ୍ସମ୍ୟାନ ତାଲିକାରେ ଭାରତ ଅଧିନାୟକ ବିରାଟ କୋହଲି ଷ୍ଟିଭ୍‌ ସ୍ମିଥ୍‌ଙ୍କଠାରୁ ପୂର୍ବଭଳି ୬ ପଏଣ୍ଟ ବ୍ୟବଧାନରେ ପ୍ରଥମ ସ୍ଥାନ ବଜାୟ ରଖିଛନ୍ତି। ଅନ୍ୟପକ୍ଷରେ ସ୍ପିଡ୍‌ ଷ୍ଟର ଯଶପ୍ରୀତ ବୁମ୍‌ରା ପ୍ରଥମ ଥର ଟପ୍‌ ୧୦ରେ ପ୍ରବେଶ କରିଛନ୍ତି। ଟେଷ୍ଟ ବ୍ୟାଟ୍ସମ୍ୟାନ ତାଲିକାରେ ସବୁଠାରୁ ଅଧିକ ପଦୋନ୍ନତି ପାଇଛନ୍ତି ଇଂଲଣ୍ଡ ଅଲ ରାଉଣ୍ଡର ବେନ୍‌ ଷ୍ଟୋକ୍ସ। ହେଡିଂଲେଠାରେ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ତାଙ୍କ ମ୍ୟାଚ ବିଜୟୀ ବ୍ୟାଟିଂ ପାଇଁ କ୍ୟାରିୟର ଶ୍ରେଷ୍ଠ ୧୩ତମ ସ୍ଥାନ ଅଧିକାର କରିଛନ୍ତି। ଅଲରାଉଣ୍ଡର ତାଲିକାରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ କୋହଲିଙ୍କ ପଏଣ୍ଟ ସଂଖ୍ୟା ୯୧୦ ରହିଥିବାବେଳେ ଦ୍ୱିତୀୟ ସ୍ଥାନରେ ଥିବା ସ୍ମିଥଙ୍କ ପଏଣ୍ଟ ସଂଖ୍ୟା ୯୦୪ ରହିଛି। କେନ୍‌ ଓ୍ବିଲିୟମସନ ଏବଂ ଚେତେଶ୍ୱର ପୂଜାରା ଯଥାକ୍ରମେ ତୃତୀୟ ଓ ଚତୁର୍ଥ ସ୍ଥାନରେ ଅଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟରେ ଯଥାକ୍ରମେ ୮୧ ଓ ୧୦୨ ରନ କରିଥିବା ଭାରତୀୟ ଟେଷ୍ଟ ଉପଅଧିନାୟକ ଅଜିଙ୍କ୍ୟ ରାହାନେ ୧୦ ସ୍ଥାନ ଉପରକୁ ଉଠି ତାଲିକାର ୧୧ଶ ସ୍ଥାନରେ ପହଞ୍ଚତ୍ଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ୫ ଉଇକେଟ ସଫଳତା ପାଇଁ ବୁମ୍‌ରା ୯ ସ୍ଥାନ ପଦୋନ୍ନତି ପାଇ ବୋଲର ର଼୍ୟାଙ୍କିଙ୍ଗ ତାଲିକାରେ ୭ମ ସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

କମାଲ କଲେ ସନ୍ନି-ପ୍ରୀତି ଯୋଡ଼ି: ଦର୍ଶକଙ୍କୁ ଲୁହରେ ଭିଜାଇଲା ବିଭାଜନର ଯନ୍ତ୍ରଣା

ସ୍ବାଧୀନତା ଦିବସର ବିଶେଷ ଅବସରରେ ନିର୍ଦ୍ଦେଶକ ରାଜକୁମାର ସନ୍ତୋଷୀଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ବଣ୍ଟୱାରା ୧୯୪୭’ ସିନେମା ଘରେ ମୁକ୍ତିଲାଭ କରିଛି। ଭାରତ ବିଭାଜନର କଷ୍ଟକର ଏବଂ…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri