ପ୍ରକାଶ ପାଇଲା ଯୁକ୍ତ ୩ ନାମଲେଖା ବିଜ୍ଞପ୍ତି: ଆବେଦନର ଶେଷ ତାରିଖ ଜୁଲାଇ ୮

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୩ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ତଦନୁଯାୟୀ ଛାତ୍ରୀଛାତ୍ରମାନେ ଆସନ୍ତା ୨୪ ତାରିଖରୁ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଆବେଦନର ଶେଷ ତାରିଖ ହେଉଛି ଜୁଲାଇ ୮। ସେହିଭଳି ଜୁଲାଇ ୧୮ରେ ପ୍ରଥମ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବାକୁ ଥିବା ବେଳେ ଅଗଷ୍ଟ ୫ରେ ଦ୍ୱିତୀୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଅଗଷ୍ଟ ୨୪ ତାରିଖରୁ ପାଠପଢ଼ା ଆରମ୍ଭ ହେବ ବୋଲି ସୂଚନା ମିଳିଛି।
ସୂଚନାଯୋଗ୍ୟ, ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ ଜୁନ୍‌ ୩ରେ ପ୍ରକାଶ ପାଇଥିବା ବେଳେ ସିଏଚ୍‌ଏସ୍‌ଇ ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା, ବାଣିଜ୍ୟ ତଥା ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ ଶୁକ୍ରବାର ଅପରାହ୍ନ ସାଢ଼େ ୩ଟାରେ ପ୍ରକାଶ ପାଇବ।