Posted inଜାତୀୟ

ପ୍ରଜ୍ଞାପନ ମେଢ଼କୁ ନେଇ ବିବାଦ:ବିରୋଧ କରିବାରୁ ବାଦ୍‌

ନୂଆଦିଲ୍ଲୀ,୩ା୧(ପି.ଟି./ ଆଇଏଏନ୍‌ଏସ୍‌):ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସରେ ସ୍ଥାନ ପାଇବାକୁ ଥିବା ପ୍ରଜ୍ଞାପନ ମେଢ଼କୁ ନେଇ ବିବାଦ ଉଠିଛି। ପଶ୍ଚିମବଙ୍ଗ ଓ ମହାରାଷ୍ଟ୍ର ସରକାର ସେମାନଙ୍କ ପ୍ରସ୍ତାବକୁ କେନ୍ଦ୍ର ସରକାର ପ୍ରତ୍ୟାଖ୍ୟାନ କରିଦେଇଥିବାରୁ ଆପତ୍ତି ଉଠାଇଛନ୍ତି। ତେବେ ମୋଟ ୫୬ଟି ପ୍ରସ୍ତାବ ଆସିଥିଲା, ଯହିଁରୁ ମାତ୍ର ୨୨ଟି ଗ୍ରହଣୀୟ ବୋଲି ଗୁୁରୁବାର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ନୂଆଦିଲ୍ଲୀରେ ଜାତୀୟ ସ୍ତରରେ ସାଧାରଣତନ୍ତ୍ର ଦିବସ ପାଳନ ବେଳେ ସାମିଲ କରାଯିବା ପାଇଁ ୩୨ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପକ୍ଷରୁ ୫୬ଟି ପ୍ରସ୍ତାବ ଦିଆଯାଇଥିଲା। ସେହିପରି ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗଗୁଡ଼ିକ ୨୪ଟି ପ୍ରସ୍ତାବ ଦେଇଥିଲେ। ସେଥିରୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୬ ଏବଂ ମନ୍ତ୍ରଣାଳୟ ତଥା ବିଭାଗଗୁଡ଼ିକର ୬ ପ୍ରଜ୍ଞାପନ ମେଢ଼ ପ୍ରସ୍ତାବକୁ ଗ୍ରହଣ କରାଯାଇଛି। ୫ ଥର ବୈଠକ କରାଯାଇ ଯାଞ୍ଚ କରିବା ପରେ ମୋଟ ୨୨ଟିକୁ ବଛାଯାଇଛି। ପ୍ୟାନେଲ ଦ୍ୱାରା ନିର୍ଦ୍ଧାରିତ ମାନଦଣ୍ଡ ଅନୁସାରେ ଆସୁ ନ ଥିବା ପ୍ରସ୍ତାବଗୁଡ଼ିକୁ ପ୍ରତ୍ୟାଖ୍ୟାନ କରାଯାଇଛି ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟର ଜଣେ ଅଧିକାରୀ ସ୍ପଷ୍ଟ କରିଛନ୍ତି। ସ୍ଥାନ ପାଇବାକୁ ଥିବା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ହେଲା ଆନ୍ଧ୍ରପ୍ରଦେଶ, ଆସାମ, ଛତିଶଗଡ଼, ଗୋଆ, ଗୁଜରାଟ, ହିମାଚଳ ପ୍ରଦେଶ, ଜମ୍ମୁ ଓ କଶ୍ମୀର, କର୍ନାଟକ, ମଧ୍ୟପ୍ରଦେଶ, ମେଘାଳୟ, ଓଡ଼ିଶା, ପଞ୍ଜାବ, ରାଜସ୍ଥାନ, ତାମିଲନାଡୁ, ତେଲଙ୍ଗାନା ଏବଂ ଉତ୍ତରପ୍ରଦେଶ। ସେହିପରି ଶିଳ୍ପ, ପାନୀୟ ଜଳ, ଅର୍ଥ, ଏନ୍‌ଡିଆର୍‌ଏଫ୍‌ ଏବଂ ସିପିଡବ୍ଲ୍ୟୁଡି ଭଳି ମନ୍ତ୍ରଣାଳୟ ଓ ବିଭାଗର ମେଢ଼ ଏଥିରେ ସାମିଲ ହେବ।
ପଶ୍ଚିମବଙ୍ଗ ଓ ମହାରାଷ୍ଟ୍ର ଏଥିରେ ସ୍ଥାନ ନ ପାଇବା ପରେ ତୃଣମୂଳ କଂଗ୍ରେସ, ଏନ୍‌ସିପି ଏବଂ ଶିବସେନା କେନ୍ଦ୍ରକୁ ଟାର୍ଗେଟ କରିଛନ୍ତି। ଭାଜପା ଶାସିତ କେନ୍ଦ୍ର ସରକାର ଭେଦଭାବ କରି ଦୁଇ ରାଜ୍ୟର ଲୋକଙ୍କୁ ଅପମାନିତ କରିଛନ୍ତି ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସମାଲୋଚନା କରିଛନ୍ତି। କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ପଶ୍ଚିମବଙ୍ଗବାସୀ ବିକ୍ଷୋଭ କରୁଥିବାରୁ ମୋଦି ସରକାର ପ୍ରତିଶୋଧପରାୟଣ ହୋଇ ଆମ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି ବୋଲି ରାଜ୍ୟ ସଂସଦୀୟ ବ୍ୟାପାର ମନ୍ତ୍ରୀ ତାପସ ରାୟ ଅଭିଯୋଗ ଆଣିଛନ୍ତି। ସେହିପରି ଏନ୍‌ସିପି ନେତା ସୁପ୍ରିୟା ସୁଲେ ମଧ୍ୟ କେନ୍ଦ୍ର ବିରୋଧରେ ଭେଦଭାବ ଅଭିଯୋଗ ଆଣିଛନ୍ତି। ପଶ୍ଚିମବଙ୍ଗ ଓ ମହାରାଷ୍ଟ୍ର ସ୍ବାଧୀନତା ସଂଗ୍ରାମରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଦୁଇରାଜ୍ୟର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ସାମିଲ କରା ନ ଯିବା ଏକ ଅପମାନ ବୋଲି ସେ କହିଛନ୍ତି। ଶିବସେନା ଏମ୍‌ପି ସଞ୍ଜୟ ରାଉତ୍‌ ମଧ୍ୟ ଏହା ପଛରେ ରାଜନୈତିକ ଷଡ଼ଯନ୍ତ୍ର ଥିବା ଆଶଙ୍କା ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri