Posted inଜାତୀୟ

ପ୍ରଜ୍ଞା ଠାକୁର ଜଣେ ଆତଙ୍କବାଦୀ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୮।୧୧: ନାଥୁରାମ ଗଡସେକୁ ଦେଶ ଭକ୍ତ କହି ପୁଣି ବିବାଦ ଘେରକୁ ଆସିଛନ୍ତି ଭାଜପା  ଏମ୍‌ପି ପ୍ରଜ୍ଞା ଠାକୁର। ଏଥିପାଇଁ ତାଙ୍କୁ ପଦ ହରାଇବାକୁ ପଡିଛି। ବୁଧବାର ଲୋକସଭାରେ ଏସପିଜି ସଂଶୋଧନ ବିଲ ଉପରେ ଚର୍ଚ୍ଚା ଚାଲିଥିବା ସମୟରେ ପ୍ରସଙ୍ଗ କ୍ରମେ ନାଥୁରାମଙ୍କୁ ଦେଶଭକ୍ତ ବୋଲି କହିଥିଲେ ପ୍ରଜ୍ଞା ଠାକୁର। ଯାହାକୁ ତୀବ୍ର ବିରୋଧ କରିଛି କଂଗ୍ରେସ। ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଛନ୍ତି, ପ୍ରଜ୍ଞା ଠାକୁର ଜଣେ ଆତଙ୍କବାଦୀ, ତେଣୁ ସେ ଆତଙ୍କବାଦୀ ନାଥୁରାମଙ୍କୁ ଦେଶଭକ୍ତ କହୁଛନ୍ତି। ଭାରତୀୟ ପାର୍ଲିଆମେଣ୍ଟ ଇତିହାସରେ ଏହା ଏକ ଦୁଃଖଦ ଦିନ। ସେ ଯାହା କରୁନ୍ତି ତାହା ଭାଜପା ଏବଂ ଆରଏସଏସ ହୃଦୟରେ ଅଛି। ତେଣୁ ଏଥିରେ ମୁଁ କହିପାରିବି। ଏହାକୁ ଲଚାଇ ରଖି ହେବ ନାହିଁ। ମୁଁ ସେହି ମହିଳାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଉ କହି ମୋ ସମୟ ନଷ୍ଟ କରିବାକୁ ଚାହୁଁନାହିଁ ବୋଲି ରାହୁଲ କହିଛନ୍ତି।
ସୂଚନାଯୋଗ୍ୟ, ଗୃହରେ ଡିଏମେକେ ଏମପି ଏ. ରାଜାଙ୍କ ନକାରାତ୍ମକ ମାନସିକତା ବିଷୟରେ ଚର୍ଚ୍ଚା କରି ଗଡସେର ଉଦାହରଣ ଦେଇଥିଲେ। ସେ କହିଥିଲେ ଗଡସେ ଗାନ୍ଧୀଙ୍କୁ ହତ୍ୟା କରିବାର କାରଣ ସେ ଏକ ନିର୍ଦ୍ଦିିଷ୍ଟ ଦର୍ଶନରେ ବିଶ୍ୱାସ କରୁଥିଲେ। ଏହାକୁ ବିରୋଧ କରି ପ୍ରଜ୍ଞା ଠାକୁର କହିଥିଲେ, ଏଠାରେ ଦେଶଭକ୍ତଙ୍କର ଉଦାହରଣ ନ ଦିଆଯାଉ। ଏହାପରେ ବିରୋଧୀ କଂଗ୍ରେସ ଏହାକୁ ତୀବ୍ର ବିରୋଧ କରିଥିଲା। ଏହା ପରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ପ୍ରଜ୍ଞାଙ୍କୁ ନିଜ ଆସନରେ ବସିବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri