ପ୍ରଣବ କୁମାର ଦାସ ପ୍ରମୁଖ ସିସିଆଇଟି ନିଯୁକ୍ତ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ଭାରତୀୟ ରାଜସ୍ବ ସେବା (ଆଇଆର୍‌ଏସ୍‌)ର ଓଡ଼ିଆ ଅଧିକାରୀ ପ୍ରଣବ କୁମାର ଦାସ ପ୍ରିନ୍ସିପାଲ ଚିଫ୍‌ କମିଶନର ଅଫ୍‌ ଇନ୍‌କମ୍‌ ଟ୍ୟାକ୍ସ(ପିଆର. ସିସିଆଇଟି) ଭାବେ ପଦୋନ୍ନତି ସହ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟରେ ନିଯୁକ୍ତି ପାଇଛନ୍ତି। ପ୍ରଣବଙ୍କ ନିଯୁକ୍ତି ନେଇ ଚଳିତ ମାସ ୧୩ରେ ଅର୍ଥ ମନ୍ତ୍ରଣାଳୟ ଅଧୀନ ରାଜସ୍ବ ବିଭାଗ(ସିବିଡିଟି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପ୍ରଣବ ୧୯୮୩ ମସିହାର ଆଇଆରଏସ୍‌ ଅଧିକାରୀ। ନିଜ ୩୫ ବର୍ଷର ଚାକିରି କାଳରେ ପ୍ରଣବ କେନ୍ଦ୍ର ସରକାରଙ୍କ ଅଧୀନ ବହୁ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ରହିଆସିଛନ୍ତି। ଗତବର୍ଷ ଡିସେମ୍ବରରେ ପ୍ରଣବଙ୍କୁ ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଇନ୍‌ଡାଇରେକ୍ଟ ଟ୍ୟାକ୍ସେସ୍‌ ଆଣ୍ଡ କଷ୍ଟମ(ସିବିଆଇସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିଲା। ଏହା ପୂର୍ବରୁ କେନ୍ଦ୍ରୀୟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ମୁଖ୍ୟାଳୟ)ର ସ୍ବତନ୍ତ୍ର ନିର୍ଦ୍ଦେଶକ ଭାବେ ମଧ୍ୟ ଦାୟିତ୍ୱ ତୁଲାଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri