Posted inଜାତୀୟ

ପ୍ରଣବ, ନାନାଜୀ, ଭୂପେନଙ୍କୁ ଭାରତ ରତ୍ନ

ନୂଆଦିଲ୍ଲୀ,୯।୮(ପି.ଟି.):ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ସ୍ବର୍ଗତ ଭାରତୀୟ ଜନସଂଘ ନେତା ନାନାଜୀ ଦେଶମୁଖ ଏବଂ ସ୍ବର୍ଗତ ଗାୟକ ଭୂପେନ ହଜାରିକାଙ୍କୁ ଗୁରୁବାର ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ବର୍ଣ୍ଣାଢ଼୍ୟ ଉତ୍ସବରେ ମୁଖାର୍ଜୀ, ହଜାରିକାଙ୍କ ପୁତ୍ର ତେଜ୍‌ ଏବଂ ଦେଶମୁଖଙ୍କ ଘନିଷ୍ଠ ସମ୍ପର୍କୀୟ ବିକ୍ରମଜିତ୍‌ ସିଂଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି। ହଜାରିକା ଓ ଦେଶମୁଖଙ୍କୁ ମରଣୋତ୍ତର ଭାବେ ଭାରତ ରତ୍ନ ପ୍ରଦାନ କରାଯାଇଛି।
ରାଷ୍ଟ୍ରପତି ଭବନର ଦରବାର ହଲ୍‌ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବହୁ କେନ୍ଦ୍ରମନ୍ତ୍ରୀ, ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲଙ୍କ ସମେତ ଅନେକ ଅତିଥି ଉପସ୍ଥିତ ଥିଲେ। ୪ବର୍ଷର ବ୍ୟବଧାନ ପରେ ଚଳିତବର୍ଷ ଭାରତ ରତ୍ନ ଉପାଧି ପ୍ରଦାନ କରାଯାଇଛି। ୨୦୧୫ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ, ବନାରସ ହିନ୍ଦୁ ୟୁନିଭର୍ସିଟି ପ୍ରତିଷ୍ଠାତା ମଦନ ମୋହନ ମାଲବ୍ୟାଙ୍କୁ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱାରା ଭାରତ ରତ୍ନ ପ୍ରଦାନ କରାଯାଇଥିଲା।
ଭାରତ ରତ୍ନ ପାଇବାରେ ପ୍ରଣବ ମୁଖାର୍ଜୀ ହେଉଛନ୍ତି ପଞ୍ଚମ ରାଷ୍ଟ୍ରପତି। ସେ ୨୦୧୨ରୁ ୨୦୧୭ ପର୍ଯ୍ୟନ୍ତ ଭାରତର ରାଷ୍ଟ୍ରପତି ଥିଲେ। ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନପ୍ରାପ୍ତ ପୂର୍ବତନ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌, ରାଜେନ୍ଦ୍ର ପ୍ରସାଦ, ଜାକିର ହୁସେନ ଏବଂ ଭିଭି ଗିରିଙ୍କ ଏଲିଟ୍‌ କ୍ଲବରେ ପ୍ରଣବ ସାମିଲ ହୋଇଛନ୍ତି। ଦେଶମୁଖ ୧୯୨୮ରୁ ମୃତ୍ୟୁ ପର୍ଯ୍ୟନ୍ତ ଆରଏସ୍‌ଏସ୍‌ ସହ ଜଡିତ ରହିଥିଲେ। ୨୦୧୦ରେ ମଧ୍ୟପ୍ରଦେଶର ସତ୍‌ନାଠାରେ ୯୪ବର୍ଷରେ ତାଙ୍କର ପରଲୋକ ଘଟିଥିଲା। ସେ ଭାରତୀୟ ଜନସଂଘର ପ୍ରତିଷ୍ଠାତା ଥିଲେ। ପରେ ଉକ୍ତ ସଂଗଠନ ଭାରତୀୟ ଜନତା ପାର୍ଟିରେ ପରିଣତ ହୋଇଥିଲା। ୧୯୨୬ରେ ଜନ୍ମିତ ହଜାରିକା ଜଣେ ପ୍ରଚ୍ଛଦପଟ ଗାୟକ, ଗୀତିକାର, ସଂଗୀତଜ୍ଞ, କବି ଏବଂ ଅହମିୟା ଫିଲ୍ମ ନିର୍ମାତା। କେନ୍ଦ୍ର ସରକାର ମୁଖାର୍ଜୀ, ଦେଶମୁଖ ଏବଂ ହଜାରିକାଙ୍କୁ ଭାରତ ରତ୍ନ ପ୍ରଦାନ କରିବାକୁ ଜାନୁୟାରୀରେ ନିଷ୍ପତ୍ତି ନେଇଥିଲେ। ଚଳିତ ବର୍ଷ ଏହି ୩ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୪୮ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ ରତ୍ନ ପ୍ରଦାନ କରାଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri