ପ୍ରତାପ ଜେନା ପାଇବେ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ପ୍ରତାପ ଜେନା ଚଳିତ ବର୍ଷର ଫେମ୍‌ ଇଣ୍ଡିଆ ପକ୍ଷରୁ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇବେ। ନଭେମ୍ବର ୯ରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ସେ ଏହି ପୁରସ୍କାର ଗ୍ରହଣ କରିବେ। ଫେମ୍‌ ଇଣ୍ଡିଆ ପକ୍ଷରୁ ମନ୍ତ୍ରୀମାନଙ୍କ ବିଭିନ୍ନ କାର୍ଯ୍ୟର ଆକଳନ ସହ ସରକାରୀ ଯୋଜନାଗୁଡିକୁ ଠିକଣା ବାଟରେ ନେବା, ଦାୟିତ୍ୱସମ୍ପନ୍ନ ହୋଇ କାର୍ଯ୍ୟ କରିବା ଓ ସର୍ବୋପରି ଦୁର୍ନୀତିଠାରୁ ଦୂରେଇ ରହିବା ଆଦି ଦିଗକୁ ଆକଳନ କରାଯିବା ପରେ ଏହି ଜାତୀୟ ସ୍ତରର ପୁରସ୍କାର ପ୍ରଦାନ କରାଯାଇଥାଏ। ଫେମ୍‌ ଇଣ୍ଡିଆ ପତ୍ରିକା ପକ୍ଷରୁ କୁହାଯାଇଛି ଯେ ଗୋଟିଏ ରାଜ୍ୟର ବିକାଶ ଏହାର ମନ୍ତ୍ରୀଙ୍କ ଉପରେ ନିର୍ଭର କରେ। ସାଧାରଣ ଲୋକଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ଯୋଜନାଗୁଡିକୁ ମନ୍ତ୍ରୀ ଠିକ୍‌ ବାଟରେ ନେବା ଫଳରେ ସରକାରଙ୍କ ବିକାଶକୁ ବଡ ସଫଳତା ମିଳିଥାଏ। ଯଦି ମନ୍ତ୍ରୀ ଦୁର୍ନୀତିଗ୍ରସ୍ତ ଓ ଦାୟିତ୍ୱହୀନ ହେବେ ତେବେ ତାଙ୍କ ବିଭାଗ ଉପରେ ଏହାର ନକାରାତ୍ମକ ପ୍ରଭାବ ପଡିବ। ସାମ୍ବାଦିକତା କ୍ଷେତ୍ରରେ ୮ ବର୍ଷର ଦୀର୍ଘ ଯାତ୍ରା କାଳରେ ସଫଳ ମନ୍ତ୍ରୀମାନଙ୍କୁ ଫେମ୍‌ ଇଣ୍ଡିଆ ଉସତ୍ାହିତ କରି ଆସିଛି। ଏହି କ୍ରମରେ ଚଳିତବର୍ଷ ରାଜ୍ୟ ମନ୍ତ୍ରୀମାନଙ୍କର ବିଭିନ୍ନ ପ୍ରଦର୍ଶନକୁ ନେଇ ଆକଳନ ହୋଇଛି। ସେଗୁଡିକ ହେଲା ପରିଚାଳନା କ୍ଷେତ୍ରରେ ଉପଯୁକ୍ତ ଦକ୍ଷତା, ସରକାରୀ କଳ ଓ ଲକ୍ଷ୍ୟକୁ ଠିକଣା ଭାବେ ବୁଝିବା ସହିତ ଅଫିସରମାନଙ୍କୁ ନିୟନ୍ତ୍ରଣ କରିବାର କଳା ହିଁ ଜଣେ ମନ୍ତ୍ରୀଙ୍କ ସଫଳତାକୁ ଦର୍ଶାଇଥାଏ। ଚୂଡାନ୍ତ ଆକଳନରେ ଓଡିଶା କ୍ୟାବିନେଟ ମନ୍ତ୍ରୀ ଜେନାଙ୍କୁ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପ୍ରଦାନ ଲାଗି ଚୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri