ପ୍ରତାପ ଭୂତିଆ ହତ୍ୟା ମାମଲା: ୪୮ ଘଣ୍ଟା ପରେ ପୋଲିସ ହାତ ଖାଲି

ଢେଙ୍କାନାଳ ଅଫିସ, ୨୩।୮: ଇନ୍ଦିରା ଆବାସ କାର୍ଯ୍ୟାଦେଶ ପ୍ରଦାନରେ ଚଞ୍ଚକତା ଏବଂ ଏହାର ପ୍ରତିବାଦ କରିବାରୁ ଢେଙ୍କାନାଳ ଜିଲା ଗଁଦିଆ ଥାନା ଭୂତିଆ ସାହିର ପ୍ରତାପ କୁମାର ଭୂତିଆ (୩୪)ଙ୍କୁ ମଙ୍ଗଳବାର ରାତିରେ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାକୁ ୪୮ ଘଣ୍ଟା ବିତିଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିନାହିଁ। କେବଳ ସନ୍ଦେହରେ ୫ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଥାନାରେ ବିଧିବଦ୍ଧ ଅଭିଯୋଗ କରାଯିବା ସତ୍ତ୍ୱେ ଅଭିଯୁକ୍ତଙ୍କୁ ଗିରଫ କରା ନ ଯିବା ଖାକିର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ବାହ୍ୟ ଚାପରେ ପ୍ରଭାବିତ ହୋଇ ଅଭିଯୁକ୍ତଙ୍କୁ ଗିରଫ କରାଯାଉ ନ ଥିବା ଚର୍ଚ୍ଚା ହେଉଛି। ଏ ନେଇ ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର କୁହନ୍ତି, ମୃତକଙ୍କ ପରିବାର ଲୋକଙ୍କ ଅଭିଯୋଗ ପରେ ନଂ. ୧୪୬/୧୯ରେ ହତ୍ୟା ମାମଲା ରୁଜୁ କରାଯାଇଛି। ୫ଜଣଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଛି।
ସୂଚନାଯୋଗ୍ୟ, ପ୍ରତାପଙ୍କୁ କେତେଜଣ ଯୁବକ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ତାଙ୍କୁ ପ୍ରଥମେ ଜିଲା ଚିକିତ୍ସାଳୟ ଏବଂ ପରେ କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ବୁଧବାର ରାତି ୮ଟାରେ ଗ୍ରାମକୁ ଅଣାଯାଇ ଶେଷକୃତ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri