ଢେଙ୍କାନାଳ ଅଫିସ, ୨୩।୮: ଇନ୍ଦିରା ଆବାସ କାର୍ଯ୍ୟାଦେଶ ପ୍ରଦାନରେ ଚଞ୍ଚକତା ଏବଂ ଏହାର ପ୍ରତିବାଦ କରିବାରୁ ଢେଙ୍କାନାଳ ଜିଲା ଗଁଦିଆ ଥାନା ଭୂତିଆ ସାହିର ପ୍ରତାପ କୁମାର ଭୂତିଆ (୩୪)ଙ୍କୁ ମଙ୍ଗଳବାର ରାତିରେ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାକୁ ୪୮ ଘଣ୍ଟା ବିତିଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିନାହିଁ। କେବଳ ସନ୍ଦେହରେ ୫ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଥାନାରେ ବିଧିବଦ୍ଧ ଅଭିଯୋଗ କରାଯିବା ସତ୍ତ୍ୱେ ଅଭିଯୁକ୍ତଙ୍କୁ ଗିରଫ କରା ନ ଯିବା ଖାକିର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ବାହ୍ୟ ଚାପରେ ପ୍ରଭାବିତ ହୋଇ ଅଭିଯୁକ୍ତଙ୍କୁ ଗିରଫ କରାଯାଉ ନ ଥିବା ଚର୍ଚ୍ଚା ହେଉଛି। ଏ ନେଇ ଏସ୍ଡିପିଓ ଶ୍ରୀହର୍ଷ ମିଶ୍ର କୁହନ୍ତି, ମୃତକଙ୍କ ପରିବାର ଲୋକଙ୍କ ଅଭିଯୋଗ ପରେ ନଂ. ୧୪୬/୧୯ରେ ହତ୍ୟା ମାମଲା ରୁଜୁ କରାଯାଇଛି। ୫ଜଣଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଛି।
ସୂଚନାଯୋଗ୍ୟ, ପ୍ରତାପଙ୍କୁ କେତେଜଣ ଯୁବକ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ତାଙ୍କୁ ପ୍ରଥମେ ଜିଲା ଚିକିତ୍ସାଳୟ ଏବଂ ପରେ କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ବୁଧବାର ରାତି ୮ଟାରେ ଗ୍ରାମକୁ ଅଣାଯାଇ ଶେଷକୃତ୍ୟ କରାଯାଇଛି।
Posted inଆମ ଜିଲା ଖବର, ଢେଙ୍କାନାଳ View All
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଘରୋଇ କଲେଜ ସିଲ୍ କଲା ପ୍ରଶାସନ, ତଦନ୍ତ ଆରମ୍ଭ
ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…
ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…
ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ
ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

