ପ୍ରତାରିତ ନ କରି ସରକାର ବସ୍ତିବାସିନ୍ଦାଙ୍କୁ ଜାଗା ଦିଅନ୍ତୁ: ଭାଜପା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):‘ଜାଗା ମିଶନ’କୁ ୱାଲର୍‌ଡ ହାବିଟାଟ୍‌ ଆୱାର୍ଡ ମିଳିଥିବା ନେଇ ରାଜ୍ୟ ସରକାର ଦାବି କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବୟଂ ଏନେଇ ଟୁଇଟ୍‌ କରିବା ପରେ ମନ୍ତ୍ରୀ ପ୍ରତାପ ଜେନା ଗଣମାଧ୍ୟମକୁ ସୂଚନା ଦେଇଥିଲେ। କିନ୍ତୁ ଏହି ଆୱାର୍ଡ ପ୍ରଦାନ କରିଥିବା ୱାଲର୍‌ଡ ହାବିଟାଟ୍‌ ଅଫିସିଆଲର ୱେବସାଇଟ ଅନୁସାରେ କର୍ନାଟକର ଆଦିବାସୀ ଅଞ୍ଚଳରେ କାମ କରୁଥିବା ‘ଆକ୍ସନଏଡ ଇଣ୍ଡିଆ’ ଓ ସ୍ପେନର ଏକ ସଂସ୍ଥାର ନାମକୁ ପ୍ରଥମ ପୁରସ୍କାର ମିଳିଥିବା ନେଇ ଉଲ୍ଲେଖ ରହିଛି ବୋଲି ଭାଜପା ପକ୍ଷରୁ କୁହାଯାଇଛି। ୱାଲର୍‌ଡ ହାବିଟାଟ ଆୱାର୍ଡରେ ବିଜେତାମାନଙ୍କୁ ସ୍ବର୍ଣ୍ଣ ପଦକ ଦିଆଯାଏ। ରାଜ୍ୟ ସରକାରଙ୍କ ଜାଗା ମିଶନ ପ୍ରକଳ୍ପକୁ ଏହି ପୁରସ୍କାର ପାଇଁ ଫାଇନାଲ ରାଉଣ୍ଡକୁ ମନୋନୀତ କରାଯାଇଥିଲା। ଏହି ପ୍ରତିଯୋଗିତାର ଫାଇନାଲିଷ୍ଟଙ୍କୁ ସିଲଭର ଓ ବ୍ରୋଞ୍ଜ ପଦକ ଦିଆଯାଏ। ପୁରସ୍କାର ପ୍ରଦାନ କରିଥିବା ସଂସ୍ଥା ନିଜର ଅଫିସିଆଲ ୱେବସାଇଟରେ ଏକଥା ସ୍ପଷ୍ଟ ଭାବେ ଉଲ୍ଲେଖ କରିଛି। ସରକାର ହିତାଧିକାରୀଙ୍କୁ ପଟ୍ଟା ବଦଳରେ ଖଣ୍ଡେ କାଗଜ ଧରାଇ ମିଛ ତଥ୍ୟ ରଖି ଆଓ୍ବାର୍ଡ ହାତେଇଛନ୍ତି ବୋଲି ଭାଜପା ରାଜ୍ୟ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ଅଭିଯୋଗ କରିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଲେଖାଶ୍ରୀ କହିଛନ୍ତି ଯେ, ରାଜ୍ୟବାସୀଙ୍କୁ ଭ୍ରମିତ କରି ପୁରସ୍କାର ପାଇବା ପାଇଁ ସରକାର ଜାଗା ମିଶନର ହିତାଧିକାରୀ ସଂଖ୍ୟା ସମ୍ପର୍କରେ ଭୁଲ ତଥ୍ୟ ଦେବା ଅତ୍ୟନ୍ତ ସାଙ୍ଘାତିକ କଥା। ୨୦୦୮ରେ ଜାଗା ମିଶନ ଉଦ୍‌ଘାଟନ କଲାବେଳେ ସରକାର ୧୦ଲକ୍ଷ ହିତାଧିକାରୀଙ୍କୁ ଏହି ଯୋଜନାରେ ଲାଭ ମିଳିବ ବୋଲି କହିଥିଲେ। ବିଭିନ୍ନ ସମୟରେ ସରକାରୀ ବିଜ୍ଞାପନରେ ଦିଆଯାଇଥିବା ତଥ୍ୟ ଅନୁସାରେ ରାଜ୍ୟରେ ୧୦ ଲକ୍ଷ ଲୋକଙ୍କୁ ଜାଗା ମିଶନରେ ଜମି ମିଳିବାର ଯୋଜନା ରହିଛି। ତେବେ ୱାଲର୍‌ଡ ହାବିଟାଟ୍‌ ଆୱାର୍ଡ ୱେବସାଇଟରେ ଥିବା ତଥ୍ୟ ଅନୁଯାୟୀ ଓଡିଶା ଜାଗା ମିଶନରେ ହିତାଧିକାରୀଙ୍କ ସଂଖ୍ୟା ୧୮ଲକ୍ଷ ଦର୍ଶାଯାଇଛି। ସରକାର ହିତାଧିକାରୀଙ୍କୁ ସ୍ଥାୟୀ ଜମି ପଟ୍ଟା ମଧ୍ୟ ପ୍ରଦାନ କରିନାହାନ୍ତି। କେବଳ ଖଣ୍ଡେ ଖଣ୍ଡେ କାଗଜ ଦେଇ ରହିଯାଇଛନ୍ତି ବୋଲି ଲେଖାଶ୍ରୀ ଅଭିଯୋଗ କରିଛନ୍ତି।
ଅନ୍ୟପଟେ ଭାଜପା ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି ବିଜେଡି ମୁଖପାତ୍ର ଲେନିନ୍‌ ମହାନ୍ତି କହିଛନ୍ତି ଯେ, ରାଜ୍ୟ ସଫଳତାରେ ଦଳମତ ନିର୍ବିଶେଷରେ ସମସ୍ତେ ଖୁସି ହେବା ପରିବର୍ତ୍ତେ ଏହାକୁ ନେଇ ବିରୋଧୀ ଈର୍ଷାନ୍ବିତ ହୋଇ ହୀନ ରାଜନୀତି କରୁଛନ୍ତି। ଏହାଦ୍ୱାରା ରାଜ୍ୟର ମର୍ଯ୍ୟାଦା ହାନି ହେଉଛି। କୌଣସି ଭାଜପା ଶାସିତ ରାଜ୍ୟ ଏଭଳି ପୁରସ୍କାର ପାଇ ନ ଥିବାରୁ ରାଜ୍ୟ ଭାଜପା ନେତୃବୃନ୍ଦ ଈର୍ଷାନ୍ବିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri