Posted inଖେଳ

ପ୍ରତିଭା ଖୋଜିବେ ଅନୁରାଧା

ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ପ୍ରଥମ ସଂସ୍କରଣର ଉଦ୍‌ଘାଟନୀ ସମାରୋହ ଶନିବାର କଟକରେ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଭୁବନେଶ୍ୱରରେ କେତେକ ପ୍ରତିଯୋଗିତା ଆରମ୍ଭ ହୋଇ ଯାଇଛି। ମାର୍ଚ୍ଚ ୧ ପର୍ଯ୍ୟନ୍ତ ଚାଲିବାକୁଥିବା ଏହି ପ୍ରତିଯୋଗିତା ୧୭ଟି ଇଭେଣ୍ଟରେ ଆୟୋଜିତ ହେବ। ଏଥିପାଇଁ ପାଖାପାଖି ୩୦୦୦ ଆଥଲେଟଙ୍କ ସମାଗମ ହୋଇଛି। ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ଯୁବ ଆଥଲେଟ୍‌ମାନେ ସେମାନଙ୍କ କଳାକୌଶଳ ଦେଖାଇବେ। ଏହି ସମ୍ମାନଜନକ ପ୍ରତିଯୋଗିତାରୁ ପ୍ରତିଭା ଖୋଜିବା ପାଇଁ ଅଲିମ୍ପିଆନ ଅନୁରାଧା ବିଶ୍ୱାଳଙ୍କୁ ଗୁରୁଦାୟିତ୍ୱ ଦିଆ ଯାଇଛି। ସେ ବିଶେଷ କରି ଆଥଲେଟିକ୍ସ ଭେନ୍ୟୁରେ ଉପସ୍ଥିତ ରହି ଖେଳାଳିଙ୍କ ପ୍ରତିଭାକୁ ଦେଖିବେ। ଭାରତୀୟ ଖେଳ ପ୍ରାଧିକରଣ ପକ୍ଷରୁ ଲିଖିତଭାବେ ଅନୁରାଧାଙ୍କୁ ଏ ସମ୍ପର୍କରେ ଜଣାଇ ଦିଆଯାଇଛି। ପୂର୍ବରୁ ଅନୁରାଧା ଗେଲ୍‌ ଇଣ୍ଡିଆ ପକ୍ଷରୁ ଆୟୋଜିତ ପ୍ର୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମରେ ମଧ୍ୟ ଜାତୀୟ ଚୟନକର୍ତ୍ତା ଦାୟିତ୍ୱ ତୁଲାଇ ସାରିଛନ୍ତି। ଏଥିରେ ସ୍ବାଭାବିକଭାବେ ଖୁସି ଜାହିର କରିବା ସହିତ ଅନୁରାଧା ଓଡ଼ିଶା ସରକାର, ନିଯୁକ୍ତି ସଂସ୍ଥା ନାଲ୍‌କୋ, କିଟ୍‌ ବିଶ୍ୱବିଦ୍ୟାଳୟକୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

“ଦୋସା ଇଡ୍‌ଲି ସାମ୍ବର ଚଟଣି” ଗୀତକୁ ନେଇ CSK-RCB ମଧ୍ୟରେ ବିବାଦ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: : ଚଳିତ IPL ୨୦୨୬ ସିଜିନ ସମୟରେ ଚେନ୍ନାଇ ସୁପର କିଙ୍ଗସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ନୂତନ ବିବାଦ ଦେଖାଦେଇଛି। ଚେନ୍ନାଇ…

ମୁଁ ୧୦୦ ପ୍ରତିଶତ ଫିଟ୍‌ ନାହିଁ: ଚାଞ୍ଚଲ୍ୟକର ଖୁଲାସା କଲେ କୋହଲି

ନୂଆଦିଲ୍ଲୀ,୧୭।୪: ୨୦୨୬ ଆଇପିଏଲ ସିଜିନରେ ବିରାଟ କୋହଲିଙ୍କ ବ୍ୟାଟିଂ ସଫଳ ହୋଇଛି। ତାଙ୍କ ବ୍ୟାଟିଂକୁ ବହୁତ ପ୍ରଶଂସା ମିଳୁଥିଲେ ମଧ୍ୟ ତାଙ୍କ ଫିଟନେସକୁ ମଧ୍ୟ ସମାନ ଭାବରେ…

ପଡ଼ିଆ ମଝିରେ ହାର୍ଦ୍ଦିକ ପାଣ୍ଡ୍ୟା- ବୁମ୍‌ରାଙ୍କ ମଧ୍ୟରେ ହେଲା ଭୟଙ୍କର ଝଗଡ଼ା! କାରଣ ଜାଣିଲେ…

ନୂଆଦିଲ୍ଲୀ,୧୭।୪: IPL ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏପର୍ଯ୍ୟନ୍ତ କିଛି ଭଲ ଚାଲିନାହିଁ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଦଳ ଲଗାତାର ଚାରୋଟି ମ୍ୟାଚ ହାରିଛି। ବିଶ୍ୱର ସବୁଠାରୁ…

ମୁମ୍ୱାଇକୁ ହରାଇଲା ପଞ୍ଜାବ

ମୁମ୍ୱାଇ,୧୬ା୪: ପ୍ରଭସିମରନ ସିଂ ଓ ଅଧିନାୟକ ଶ୍ରେୟସ ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ…

ଡି’ କକ୍‌ଙ୍କ ଅପରାଜିତ ଶତକ

ମୁମ୍ୱାଇ,୧୬ା୪: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ପରସ୍ପରକୁ ଭେଟିଛନ୍ତି। କ୍ୱିଣ୍ଟନ ଡି’ କକ୍‌ଙ୍କ ଅପରାଜିତ ଶତକ…

ଫିଫା ମୁଖ୍ୟଙ୍କ ବଡ଼ ସୂଚନା: ବିଶ୍ୱକପ୍‌ ଖେଳିବ ଇରାନ୍‌

ପ୍ୟାରିସ୍‌,୧୬ା୪: ଆସନ୍ତା ଜୁନ ୧୧ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ରେ ଇରାନ୍‌ ଖେଳିବ। ଏ ନେଇ ଫିଫା ମୁଖ୍ୟ ଜିଆନି ଇନ୍‌ଫାଣ୍ଟିନୋ ଗୁରୁବାର ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri