ପ୍ରତିଭା ଦୀପ୍ତ ପଠାଣି ସାମନ୍ତଙ୍କ ପାଇଁ ସାରାଦେଶ ଗର୍ବିତ: ଖଣ୍ଡପଡ଼ାରେ ପଠାଣି ସାମନ୍ତଙ୍କ ୧୮୫ ତମ ଜୟନ୍ତୀ

ଖଣ୍ଡପଡା,୨୫।୧୨(ସ୍ବ.ପ୍ର.)-ପଠାଣି ସାମନ୍ତ ଏମାଟିର ପ୍ରଚଣ୍ଡ ପ୍ରତିଭା। ଏହି ପ୍ରତିଭା ଦିପ୍ତ ବିଶ୍ୱବିଖ୍ୟାତ୍‌ ଜ୍ୟୋର୍ତିବିଦ୍‌ ପଠାଣିସାମନ୍ତଙ୍କ ପାଇଁ ସାରା ଦେଶ ଗର୍ବିତ ା ତାଙ୍କୁ ଅନୁସରଣ କରିବା ହିଁ ହେବ ତାଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି ଖଣ୍ଡପଡାର ପୂର୍ବତନ ବିଧାୟକ ତଥା ଇଲେକ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ଓଡିଶାର ଉପଦେଷ୍ଟା ଅନୁଭବ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି। ମଙ୍ଗଳବାର ଅପରାହ୍ନରେ ଖଣ୍ଡପଡା ସହରାଞ୍ଚଳସ୍ଥିତ ସାମନ୍ତ ଚନ୍ଦ୍ର ଶେଖର ସ୍ମୃତି ମନ୍ଦିର ଓ ପାଠାଗାର ପରିସରରେ ଆୟୋଜିତ ପଠାଣି ସାମନ୍ତଙ୍କ ୧୮୫ତମ ଜୟନ୍ତୀ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପଟ୍ଟନାୟକ ଉପରୋକ୍ତ ମନ୍ତବ୍ୟ ପ୍ରଦାନ କରିବା ସହ ସାମନ୍ତଙ୍କ ଯୋଗୁଁ ଖଣ୍ଡପଡା ମାଟି ଆଜି ଧନ୍ୟ ହୋଇଛି ବୋଲି କହିଥିଲେ। ଅନୁଷ୍ଠାନର ସଭାପତି ରନତ୍ାକର ରଥଙ୍କ ପୌରୋହିତ୍ୟରେ ଆୟୋଜିତ ସଭାକୁ ପ୍ରାକ୍ତନ ଏମପି ତଥା ଚଳଚିତ୍ର ଅଭିନେତା ସିଦ୍ଧାନ୍ତ ମହାପାତ୍ର ଉଦ୍‌ଘାଟନ କରିଥିଲେ। ଏଥିରେ ମୁଖ୍ୟବକ୍ତା ରୁପେ ଗବେଷକ ଡ. ଗଣେଶ୍ୱର ସ୍ବାଇଁ ଯୋଗଦେଇ ପଠାଣି ସାମନ୍ତଙ୍କ ପାଣ୍ଡିତ୍ୟର ଭୂୟସି ପ୍ରଶଂସା କରିଥିଲେ ା ସମ୍ମାନୀତ ଅତିଥି ଭାବେ ଓଡିଆ ମିଡିଆ ପ୍ରାଇଭେଟ ଲିମିଟେଡର ନିର୍ଦ୍ଦେଶକ ଶୁଭ୍ରାଂଶୁ ପଣ୍ଡା, ଡ.ସୁଧିରା ପଣ୍ଡା ପ୍ରମୁଖ ଯୋଗଦେଇ ଏହି ମହାନ୍‌ ବ୍ୟକ୍ତିଙ୍କ ପ୍ରତିଭା ଆମକୁ ସାରା ବିଶ୍ୱ ଦରବାରରେ ପରିଚୟ ଦେଇଥିବାରୁ ତାଙ୍କ ସ୍ମୃତି ଚାରଣରେ ଆମେ ଏହି ମାଟିର ବିକାଶ ପାଇଁ ଉଦ୍ୟମ ଜାରି ରଖିବାକୁ ଆହ୍ବାନ ଦେଇଥିଲେ ା କାର୍ଯ୍ୟକ୍ରମକୁ ଅଭିନେତ୍ରୀ ମଧୁମିତା ମହାନ୍ତି ସଂଯୋଜନା କରିଥିଲେ। ମହିଳା ମହାବିଦ୍ୟାଳୟର ଛାତ୍ରୀମାନେ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ମାଧ୍ୟମରେ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ ା ଅନୁଷ୍ଠାନର ସମ୍ପାଦକ ବିନାୟକ ସାହୁ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। ବ୍ୟଙ୍ଗକବି ଗିରିଶ ରଞ୍ଜନ ହାସ୍ୟ ଅଭିନୟ ପରିବେଷଣ କରିଥିଲେ ା ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଖଣ୍ଡପଡା ଅଞ୍ଚଳର ପ୍ରତିଭା ସମ୍ପନ୍ନ ବ୍ୟକ୍ତି ବିଶେଷଙ୍କୁ ଅନୁଷ୍ଠାନ ପକ୍ଷରୁ ମୁଖ୍ୟ ଅତିଥି ଉପଢୌକନ ଓ ମାନପତ୍ର ପ୍ରଦାନକରି ସମ୍ବର୍ଦ୍ଧିତ କରିଥିଲେ।ଏହି ଅବସରରେ ଭୁବନେଶ୍ୱର ବିନାୟକ ମ୍ୟୁଜିକ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ା ପ୍ରାତଃ ସମୟରେ ସାମନ୍ତଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା ା କାର୍ଯ୍ୟକାରୀ ସଭାପତି ବିନାୟକ ମିଶ୍ର ଧନ୍ୟବାଦ ପ୍ରଦାନ କରିଥିଲେ ା ସେହିପରି ଖଣ୍ଡପଡା ସହରର ସାମନ୍ତ ଛକରେ ପଠାଣି ସାମନ୍ତଙ୍କ ଜୟନ୍ତୀ ପାଳନ ଅବସରରେ ଦିନ ତମାମ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri