‘ପ୍ରତିଭା ପୂଜା ପରମ୍ପରା ପ୍ରଶଂସନୀୟ’

ବାରିପଦା ଅଫିସ,୧୮ା୧୧- ବାରିପଦା ରୋଟାରୀ ଭବନ ପରିସରରେ ବୋଇତ ବନ୍ଦାଣ ଉତ୍ସବ ସମିତି ତରଫରୁ ସମାଜର ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସମିତିର ସଭାପତି ତପନ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୟୂରଭଞ୍ଜ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅଭିମନ୍ୟୁ ନାୟକ ମୁଖ୍ୟଅତିଥି ଭାବରେ ଯୋଗଦେଇ ପ୍ରତିଭା ପୂଜାର ପରମ୍ପରା ପ୍ରଶଂସନୀୟ ବୋଲି କହିବା ସହ ଏଭଳି କାର୍ଯ୍ୟକ୍ରମ ପାଇଁ ଅନୁଷ୍ଠାନର ଉଦ୍ୟୋକ୍ତାମାନଙ୍କୁ ସାଧୁବାଦ ଜଣାଇଥିଲେ। ମୁଖ୍ୟବକ୍ତା ଭାବରେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. ଜଗତବନ୍ଧୁ ଆଚାର୍ଯ୍ୟ ଯୋଗଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବରେ ଶିକ୍ଷାବିତ ନରେନ୍ଦ୍ର ମୋହନ ସେନାପତି, ଶ୍ରୀରାମଚନ୍ଦ୍ର ମହାବିଦ୍ୟାଳୟର ଅଧ୍ୟକ୍ଷା ଅସୀମା ସାହୁ, ବଳାଙ୍ଗୀ ମହୋତ୍ସବର ପ୍ରତିଷ୍ଠାତା ସମ୍ପାଦକ ଶରତ ଚନ୍ଦ୍ର ନାୟକ ପ୍ରମୁଖ ଯୋଗଦେଇ ଅନୁଷ୍ଠାନର ଏଭଳି ମହନୀୟ କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ। ଅନୁଷ୍ଠାନର ସମ୍ପାଦକ ଉଗ୍ରେଶ୍ୱର ବେହେରା ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। ଏହି ଅବସରରେ ବିଶିଷ୍ଟ ଶିକ୍ଷାବିତ ହରନାରାୟଣ ମିଶ୍ର, ସାହିତି୍ୟକା ଶାନ୍ତିଲତା ଆଚାର୍ଯ୍ୟ, କବି ସାଗରିକା ଦାସ ମହାନ୍ତି, ରମେଶ ଚନ୍ଦ୍ର ରାଉତ, ଦିଲୀପ ଚୌଧୁରୀ, ପ୍ରଭାତ ନନ୍ଦିିନୀ ଦାସ, ସାବିତ୍ରୀ ରାଉତ, ତରୁଣ କୁମାର ବାରିକ ଓ କବିତା ନନ୍ଦଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଆଇନଜୀବୀ ପାର୍ବତୀ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ। ସଦସ୍ୟ ସନ୍ଧ୍ୟାରାଣୀ ପଣ୍ଡା, ଶିକ୍ଷକ ଅମିତାଭ ମିଶ୍ର, ଗୋପାଳ ଚନ୍ଦ୍ର ସାଓ, ଜ୍ଞାନରଞ୍ଜନ ତ୍ରିପାଠୀ, ଉଦୟନାଥ ଜେନା, ଜ୍ୟୋତ୍ସ୍ନାମଣି ଜେନା, ବିପ୍ଳବ କୁମାର ଦାଶ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri