ପ୍ରତିମାସ ୨୩ରେ ଛତୁଆ ମିଶ୍ରଣ, ୧ରେ ବଣ୍ଟନ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ସମନ୍ବିତ ଶିଶୁ ବିକାଶ ଯୋଜନାରେ ରାଜ୍ୟର ପ୍ରତ୍ୟେକ ଅଙ୍ଗନବାଡ଼ି କେନ୍ଦ୍ରରେ ଶିଶୁ, ଗର୍ଭବତୀ ମହିଳା ଏବଂ ପ୍ରସୂତିଙ୍କ ଅତିରିକ୍ତ ପୁଷ୍ଟି ସାଧନ ପାଇଁ ଛତୁଆ ଯୋଗାଣ ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବା ଏବଂ ଉତ୍କୃଷ୍ଟ ମାନ ବଜାୟ ରଖିବା ପାଇଁ କେତେକ ନୂଆ ନିଷ୍ପତ୍ତି ହୋଇଛି। ପ୍ରତି ମାସର ୨୩ ତାରିଖକୁ ଛତୁଆ ମିଶ୍ରଣ ଦିନ ଭାବେ ସ୍ଥିର କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ସାରା ରାଜ୍ୟର ୩୩୮ ଆଇସିଡିଏସ୍‌ ପ୍ରକଳ୍ପ ଅଧୀନରେ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଦ୍ବାରା ଛତୁଆ ମିଶ୍ରଣ ପ୍ରକ୍ରିୟା ଆରମ୍ଭ କରାଯାଇଛି। ପୂର୍ବରୁ ଜାରି କରାଯାଇଥିବା ସଂଶୋଧିତ ଗାଇଡ୍‌ଲାଇନ୍‌ ଅନୁଯାୟୀ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀ, ଜିଲା ସମାଜ ମଙ୍ଗଳ ଅଧିକାରୀ, ସିଡିପିଓ କିମ୍ବା ମିଶନଶକ୍ତିର ପ୍ରୋଗ୍ରାମ ଅଧିକାରୀଙ୍କ ଉପସ୍ଥିତିରେ ନିର୍ଦ୍ଧାରିତ ପରିମାଣର ସାମଗ୍ରୀ ମିଶ୍ରଣ କରି ଛତୁଆ ପ୍ରସ୍ତୁତ କରାଯାଇଛି। ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ତରଫରୁ ପ୍ରତି ଜିଲାରେ ଚାଲିଥିବା ମିଶ୍ରଣ ପ୍ରକ୍ରିୟାରେ ମାନ, ଛତୁଆ ପ୍ରସ୍ତୁତି କେନ୍ଦ୍ରର ଭିତ୍ତିଭୂମି, ସ୍ବଚ୍ଛତା, ବ୍ୟବହୃତ ମେଶିନର ଗୁଣବତ୍ତା, ପ୍ୟାକେଜିଂ ଆଦିକୁ ନିରୀକ୍ଷଣ ଏବଂ ତଦାରଖ କରାଯାଉଛି। କେନ୍ଦୁଝର ଜିଲାରେ ଜିଲାପାଳ ଉପସ୍ଥିତ ରହି ଏହି ଛତୁଆ ମିଶ୍ରଣ କାର୍ଯ୍ୟର ତଦାରଖ କରିଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ଛତୁଆ ପ୍ରସ୍ତୁତି ପାଇଁ ରାଜ୍ୟର ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ୧ ବର୍ଷିଆ ଚୁକ୍ତିରେ ଚୟନ କରାଯାଇ ଛତୁଆ ପ୍ରସ୍ତୁତି ପାଇଁ ସ୍ବତନ୍ତ୍ର ତାଲିମ ଦିଆଯାଇଛି। ଗହମ, ବାଦାମ, ବୁଟ ଏବଂ ଚିନିର ମିଶ୍ରଣରେ ପ୍ରସ୍ତୁତ ଛତୁଆକୁ ୬ ମାସରୁ ୩ ବର୍ଷ ବୟସର ଶିଶୁ, ଗର୍ଭବତୀ, ପ୍ରସୂତି ଏବଂ ୩ରୁ ୬ ବର୍ଷର ଅତିଶୟ ପୁଷ୍ଟିହୀନ ଶିଶୁଙ୍କୁ ଶୁଖିଲା ଖାଦ୍ୟ ଭାବେ ଯୋଗାଇ ଦିଆଯାଉଛି। ଏଣିକି ପ୍ରତିମାସ ୧ତାରିଖରେ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ମାତୃ କମିଟି ଓ ଯାଞ୍ଚ କମିଟି ଉପସ୍ଥିତିରେ ଛତୁଆ ବଣ୍ଟନ କରାଯିବ। ନିର୍ଦ୍ଧାରିତ ୨୩ ତାରିଖ ଛୁଟିଦିନ ହୋଇଥିଲେ ମଧ୍ୟ ସେହିଦିନ ହିଁ ଛତୁଆ ମିଶ୍ରଣ କରାଯିବ। ଶୁକ୍ରବାର ସାରା ରାଜ୍ୟରେ ଜନ୍ମାଷ୍ଟମୀ ପାଇଁ ସରକାରୀ ଛୁଟି ରହିଥିବାବେଳେ ଛତୁଆ ମିଶ୍ରଣ କରାଯାଇଛି। ଏହାଦ୍ବାରା ଛତୁଆ ଯୋଗାଣ ପ୍ରକ୍ରିୟାରେ ଅଧିକ ସ୍ବଚ୍ଛତା ଆସିବା ସହ ଉନ୍ନତମାନ ବଜାୟ ରଖିହେବ ବୋଲି ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ଆଶାବ୍ୟକ୍ତ କରିଛନ୍ତି। ଏହି ପ୍ରକ୍ରିୟା ସହ ଜଡ଼ିତ ସମସ୍ତ ଅଧିକାରୀ ଗାଇଡ୍‌ଲାଇନ୍‌ର ଅନୁପାଳନ କରିବାକୁ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri