Posted inଜାତୀୟ

ପ୍ରତିରାଜ୍ୟରେ ପ୍ରତିଷ୍ଠା ହେବ ଏମ୍ସ୍‌: ବୃଦ୍ଧି ହେବ ୧୦,୦୦୦ ପିଜି ମେଡ଼ିକାଲ ସିଟ୍‌

ଋଷିକେଶ, ୧୪।୩: ଜନସାଧାରଣଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଦେଶର ପ୍ରତିରାଜ୍ୟରେ ଏମ୍ସ୍‌ ପ୍ରତିଷ୍ଠା ହେବ। ସେହିପରି ଆଗାମୀ ଦିନରେ ପିଜି ମେଡ଼ିକାଲ ସିଟ୍‌ରେ ଅଧିକ ୧୦,୦୦୦ ବୃଦ୍ଧି କରାଯିବ। ଏହାଦ୍ୱାରା ସ୍ବାସ୍ଥ୍ୟ ସେବା ୨୦୩୦ ସୁଦ୍ଧା ବିକଶିତ ହୋଇ ପାରିବ। ଏସମ୍ପର୍କରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ସୂଚନା ଦେଇଛନ୍ତି। ଏହାଦ୍ୱାରା ଭାଜପା ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଲକ୍ଷ୍ୟ ପୂରଣ କରିପାରିବେ ବୋଲି ସେ କହିଛନ୍ତି। ଋଷିକେଶରେ ଏମ୍ସ୍‌ର ଦୀକ୍ଷାନ୍ତ ସମାରୋହରେ ଯୋଗଦେଇ ଶାହା ଏଭଳି ମତ ପୋଷଣ କରିଛନ୍ତି। ଗତ ୬ ବର୍ଷ ମଧ୍ୟରେ ୨୯,୦୦୦ ଏମ୍‌ବିବିଏସ୍‌ ଏବଂ ୧୭,୦୦୦ ପିଜି ସିଟ୍‌ ବୃଦ୍ଧି କରାଯାଇଥିବା ସେ କହିଛନ୍ତି। ଏହି ସମାରୋହରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri