ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲେ ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳବାସୀ

ଚିତ୍ରକୋଣ୍ଡା,୨୬।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳବାସୀ ୨ ଦିନ ଧରି ଆନ୍ଦୋଳନ କରିବା ପରେ ପ୍ରଶାସନିକ ଅଧିକାରୀମାନେ ଆନ୍ଦୋଳନସ୍ଥଳରେ ପହଞ୍ଚି ସମସ୍ୟା ଉପରେ ଆଲୋଚନା କରି ପ୍ରତିଶ୍ରୁତି ଦେବାରୁ ଆନ୍ଦୋଳନ ହଟିଛି। ସୂଚନା ଯେ, ଲାଲ କରଡ଼ି ପାଣି ଘେରା ପାହାଡ଼ ଭିତରେ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇ ରହୁଥିବା ୫ଟି ପଞ୍ଚାୟତର ଲୋକମାନେ ମୌଳିକ ସୁବିଧାରୁ ବଞ୍ଚିତ ହେବା ନେଇ ଚିତ୍ରକୋଣ୍ଡା ସ୍ପିଲବାଇ ଲଞ୍ଚଘାଟଠାରେ ଗଣଧାରଣା ଦେଇଥିଲେ। ସୋମବାର ପ୍ରଶାସନ ପକ୍ଷରୁ ଉପ-ଜିଲାପାଳ ରାମେଶ୍ୱର ପ୍ରଧାନ, ଜିଲା ଆରକ୍ଷୀ ଅଧ୍ୟକ୍ଷ ଋଷିକେଶ ଖିଲାର, ଚିତ୍ରକୋଣ୍ଡା ତହସିଲଦାର ଟି. ପଦ୍ମନାଭ ଦୋରା, ବିଡିଓ ଲରିମନ ଖରସେଲ, ଏସ୍‌ଡିପି ମାନସ ରଞ୍ଜନ ବାରିକ ଓ ସିଡିପିଓ ଅନ୍ନପୂର୍ଣ୍ଣା ବୁରିଦା, ମାଲକାନଗିରି ଥାନାଧିକାରୀ ରାମ ପ୍ରସାଦ ନାଗ, ଚିତ୍ରକୋଣ୍ଡା ଥାନାଧିକାରୀ ଯୁଗଳ ଶବର, ପାପରମେଟଲା ଓଆଇସି ଲଷ୍ମୀନାରାୟଣ ମୁଦୁଲିଙ୍କ ସମେତ ଜିଲାର ବହୁ ବିଭାଗୀୟ ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ରହି ବିଚ୍ଛିନ୍ନାଞ୍ଚଳର ଆଦିବାସୀ ନେତା ଘନଶ୍ୟାମ ମାଡକାମୀ, ସୋନୁ ଏନୁଗ, ଘେନୁ ମୁଦୁଲି ଓ ପଦୁ ମାଝିଙ୍କ ସହ ଆଲୋଚନା କରିଥିଲେ। ଚିତ୍ରକୋଣ୍ଡା ଲଞ୍ଚଘାଟଠାରେ ଆସନ୍ତା ନଭେମ୍ବର ୧୦ ତାରିଖରେ ବସି ଉନ୍ନୟନମୂଳକ କାର୍ଯ୍ୟ ପ୍ରଗତି ଉପରେ ଆଲୋଚନା କରାଯିବ ବୋଲି ନିଷ୍ପତ୍ତି ପରେ ଅଞ୍ଚଳବାସୀ ଆନ୍ଦୋଳନରୁ ଓହରିଛନ୍ତି। ଅନ୍ୟପକ୍ଷରେ ଦାବିଗୁଡିକ ପୂରଣ ନ ହେଲେ ପୁଣି ଆଦିବାସୀମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri