ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ପ୍ରଶାସନ: ପୁଣି ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ବାରିପଦା ଅଫିସ,୨୬ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଦୀର୍ଘ ଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ଏଠାରେ ସମନ୍ବିତ ବିଏଡ, ଏମଏଡ ପାଠ୍ୟକ୍ରମରେ ଅଧ୍ୟୟନ କରଥିବା ଛାତ୍ରୀଛାତ୍ରମାନଙ୍କୁ କେବଳ ଏମଏଡ ପାଠ୍ୟକ୍ରମ ଦ୍ୱିତୀୟ ପରୀକ୍ଷା ଦେବା ପାଇଁ ଅନୁମତି ମିଳୁଛି। ଫଳରେ ସେମାନେ ବିଏଡ ପାଠ୍ୟକ୍ରମ ସମ୍ବନ୍ଧୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା ଯଥା ଓଟିଇଟି, ଓଏସଏସଟିଇଟି ଏବଂ ସିଟିଇଟିରୁ ବଞ୍ଚିତ ହେଉଛନ୍ତି। ଏନେଇ ଛାତ୍ରୀଛାତ୍ରମାନେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ, ଜିଲା ପ୍ରଶାସନ, ଉଚ୍ଚ ଶିକ୍ଷା ବିଭାଗକୁ ଲିଖିତ ଭାବେ ଜଣାଇଥିଲେ ମଧ୍ୟ କିଛି ସୁଫଳ ପାଇପାରି ନ ଥିଲେ। ଏନେଇ ଛାତ୍ରନେତା ଦୁର୍ଯୋଧନ ବେହେରାଙ୍କ ନେତୃତ୍ୱରେ ଦ୍ୱିତୀୟ ଥର ପାଇଁ ଭୁବନେଶ୍ୱର ଅଭିମୁଖେ ମଙ୍ଗଳବାର ପଦଯାତ୍ରାରେ ବାହାରିଛନ୍ତି। ସନ୍ଧ୍ୟା ୫ଟା ସୁଦ୍ଧା ସେମାନେ ବେତନଟୀ ଥାନା ଅଧୀନ ରାଗଧାଠାରେ ପହଞ୍ଚି ଥିବା ବେଳେ ସନ୍ଧ୍ୟାରେ ସେମାନଙ୍କୁ ପଦଯାତ୍ରା କରିବାକୁ ପୋଲିସ ବାରଣ କରିଛି। ଫଳରେ ବୁଧବାର ସକାଳୁ ପୁନଃ ପଦଯାତ୍ରା ଆରମ୍ଭ ହେବ ବୋଲି ଛାତ୍ର ନେତା ବେହେରା କହିଛନ୍ତି। ଅନ୍ୟପକ୍ଷେ ଜିଲା ପ୍ରଶାସନ ପକ୍ଷରୁ କୌଣସି ଅଧିକାରୀ ସେମାନଙ୍କୁ ବୁଝାସୁଝା ପାଇଁ ଯାଇ ନାହାନ୍ତି। ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନରେ ଜିଲା ପ୍ରଶାସନ ବିଫଳ ହୋଇଥିବାରୁ ସେମାନେ ଏହି ପଦଯାତ୍ରା କରୁଥିବା ଛାତ୍ରୀଛାତ୍ରମାନେ କହିଛନ୍ତି। ମଙ୍ଗଳବାର ଏହି ବିଶ୍ୱବିଦ୍ୟାଳୟରେ କୁଳାଧିପତି ତଥା ରାଜ୍ୟପାଳ ଗଣେଶୀ ଲାଲଙ୍କ କାର୍ଯ୍ୟକ୍ରମ ଥିବା ବେଳେ ଛାତ୍ରୀଛାତ୍ରମାନେ ପଦଯାତ୍ରାରେ ବାହାରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri