ପ୍ରତିଶ୍ରୁତି ରଖିଲାନି ବନ ବିଭାଗ: କର୍ମଚାରୀ ୮ ଘଣ୍ଟା ଅଟକ

ପରଜଙ୍ଗ, ୨୧।୧୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ହାତୀପଲ ଆତଙ୍କ ଥମୁନାହିଁ। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ପୁଞ୍ଜୀଭୂତ ଅସନ୍ତୋଷ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଶୁକ୍ରବାର ଏହାର ପ୍ରତିଫଳନ ଦେଖିବାକୁ ମିଳିଛି ଡମୋଳ ଗ୍ରାମରେ। ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ହେବାରୁ ବନ ବିଭାଗ ଉପରେ ଥିବା ରୋଷକୁ ଗ୍ରାମବାସୀ ଶୁଝାଇଛନ୍ତି ବିଭାଗୀୟ କର୍ମଚାରୀଙ୍କ ଉପରେ। ହାତୀ ଘଉଡ଼ାଇବାକୁ ଯାଇଥିବାବେଳେ ବନ କର୍ମଚାରୀଙ୍କୁ ୮ଘଣ୍ଟା ଧରି ଅଟକ ରଖିଥିଲେ। ଫଳରେ କର୍ମଚାରୀମାନେ ପ୍ରାତଃ ୪ଟାରୁ ମଧ୍ୟାହ୍ନ ୧୨ଟା ଯାଏ ଅଖିଆ ଅପିଆ ରହିଥିଲେ। ରେଞ୍ଜର ଛୁଟିରେ ଥିବା ଜଣାପଡ଼ିବାପରେ ଗ୍ରାମବାସୀ କର୍ମଚାରୀଙ୍କୁ ଛାଡ଼ି ଦେଇଥିବା ଜଣାପଡ଼ିଛି।
ଡମୋଳ ଗ୍ରାମରେ ଭୋର୍‌ ୪ଟାରେ ଏକ ହାତୀ ଉପଦ୍ରବ ସୃଷ୍ଟି କରିଥିବା ସୂଚନା ପାଇ ବନ ବିଭାଗ ବୋଲେରୋ (ନଂ. ଓଆର ୧୯ଇ ୫୮୬୮)ରେ ଡ୍ରାଇଭର ସୁବ୍ରତ ସାହୁ, ଫରେଷ୍ଟ ଗାର୍ଡ ନିରଞ୍ଜନ ନାୟକ, ହାତୀ ସ୍କ୍ବାଡ୍‌ କର୍ମଚାରୀ ସୁଶାନ୍ତ ବେହେରା, ମନୋଜ ପାତ୍ର, ପ୍ରକାଶ ଦାସ, ସନ୍ଦୀପ୍ତ ସାହୁ, ଶାନ୍ତନୁ ସାହୁ, ପ୍ରଶାନ୍ତ ସାହୁ ପ୍ରମୁଖ ଗ୍ରାମରେ ପହଞ୍ଚତ୍ଥିଲେ। ଏହା ପରେ ବନ କର୍ମଚାରୀଙ୍କୁ ଗ୍ରାମବାସୀ ଘେରିଯାଇଥିଲେ।
ଉଲ୍ଲେଖଯୋଗ୍ୟ, ଗତ ୧୫ ତାରିଖରେ ମହିଳା ବୁଧେଇ ବେହେରାଙ୍କ ମୃତଦେହ ଗ୍ରାମ ନିକଟ ବେରେଣା ପାଖରୁ ଉଦ୍ଧାର କରାଯାଇଥିଲା। ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଏଥିସହ ସରକାରୀ ନିୟମ ଅନୁଯାୟୀ ପ୍ରାଥମିକ ପର୍ଯ୍ୟାୟରେ ୪୦ ହଜାର ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ଦାବି କରିଥିଲେ। ହେଲେ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହେଉ ନ ଥିବାରୁ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କ୍ଷତିପୂରଣ ବାବଦ ଅର୍ଥ ପ୍ରଦାନ କରାଯିବ ବୋଲି ମହାବିରୋଡ଼ ରେଞ୍ଜର ସୁବ୍ରତ ବେହେରା କହିଥିଲେ। ଏହାକୁ ନେଇ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ମୃତ ମହିଳାଙ୍କ ଘର ଲୋକେ ମଧ୍ୟାହ୍ନ ଯାଏ ମୃତଦେହ ଛାଡ଼ି ନ ଥିଲେ। ଏହାପରେ ରେଞ୍ଜର ଆକାଉଣ୍ଟ ନମ୍ବର ମାଗି ଟଙ୍କା ଛଡ଼ାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ମାମଲା ଶାନ୍ତ ପଡ଼ିଥିଲା। ହେଲେ ପ୍ରତିଶ୍ରୁତି ମୁତାବକ ଟଙ୍କା ନ ଛାଡ଼ିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ କୁହୁଳୁଥିଲା, ଯାହା ଶୁକ୍ରବାର ବନ କର୍ମଚାରୀଙ୍କ ଉପରେ ପ୍ରତିଫଳିତ ହୋଇଥିଲା। ତୁରନ୍ତ ଟଙ୍କା ନ ଛାଡ଼ିଲେ ଆଗାମୀ ଦିନରେ ରେଞ୍ଜରଙ୍କୁ ଅଟକ ରଖାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏ ନେଇ ରେଞ୍ଜ ଦାୟିତ୍ୱରେ ଥିବା କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜର ସତ୍ୟନାରାୟଣ ସାହୁ କୁହନ୍ତି, ବୃଦ୍ଧାଙ୍କ ମୃତ୍ୟୁ ସ୍ପଷ୍ଟ ଭାବେ ଜଣାପଡୁନାହିଁ। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କ୍ଷତିପୂରଣ ପ୍ରଦାନ କରାଯିବ। ରୋଡ୍‌ରେ ହାତୀ ଆକ୍ରମଣରେ ଚାଷୀଙ୍କ ମୃତ୍ୟୁ ଘଟଣାର ତଦନ୍ତ କରିବାକୁ ଯାଇଥିବାରୁ ଡମୋଳରେ ଅଟକ କର୍ମଚାରୀଙ୍କ ପାଖରେ ପହଞ୍ଚତ୍ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri