ପ୍ରତିଷ୍ଠା ହେବ ୪୫ ଏମ୍‌ଏସ୍‌ଏମ୍‌ଇ କ୍ଲଷ୍ଟର

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ସାକ୍ଷାତ୍‌ କରି ବାଲେଶ୍ୱରରେ ପ୍ରତିଷ୍ଠା ହେବାକୁ ଥିବା ସମ୍ପ୍ରସାରଣ କେନ୍ଦ୍ର ପାଇଁ ଜମି ଯୋଗାଇ ଦେବାକୁ ଅନୁରୋଧ କରିଛନ୍ତି। ଏନେଇ କେନ୍ଦ୍ରମନ୍ତ୍ରୀ ଏକ ଚିଠି ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି। ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ରାଷ୍ଟ୍ରମନ୍ତ୍ରୀ ଷଡଙ୍ଗୀ କହିଛନ୍ତି ଯେ, ରାଉରକେଲାରେ ଟୁଲ୍‌ ରୁମ୍‌ ଟ୍ରେନିଂ ସେଣ୍ଟର କରାଯିବ। ଏଥିପାଇଁ କେନ୍ଦ୍ର ସରକାର ୨୦୦କୋଟି ଟଙ୍କା ଖର୍ଚ୍ଚ କରିବେ। ଏଥିଲାଗି ରାଜ୍ୟ ସରକାର ଜମି ଯୋଗାଇ ଦେବେ। ସେହିପରି ୪ଟି ଜିଲାରେ ସମ୍ପ୍ରସାରଣ ସେଣ୍ଟର ହେବ। ବ୍ରହ୍ମପୁର, କେନ୍ଦୁଝର, କଳାହାଣ୍ଡି ଓ ବାଲେଶ୍ୱରରେ ହେବାକୁ ଥିବା ପ୍ରତ୍ୟେକ ସେଣ୍ଟରରେ ୨୦କୋଟି ଟଙ୍କା ଲେଖା ଖର୍ଚ୍ଚ ହେବ। ସାରା ଦେଶରେ ମୋଟ ୨୨୬ଟି ଏମ୍‌ଏସ୍‌ଏମ୍‌ଇ କ୍ଲଷ୍ଟର ହେବ। ସେଥିରୁ ଓଡିଶାରେ ୪୫ଟି କ୍ଲଷ୍ଟର କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।
ଏହାସହ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଦେଇଥିବା ଚିଠିରେ ଉଲ୍ଲେଖ କରାଯାଇଛି ଯେ, କେନ୍ଦ୍ର ସରକାରଙ୍କ ପକ୍ଷରୁ ଦେଶରେ ୨୦ଟି ନୂତନ ବୈଷୟିକ କେନ୍ଦ୍ର ଏବଂ ୧୦୦ଟି ସମ୍ପ୍ରସାରଣ(ହବ୍‌ ଆଣ୍ଡ ସ୍ପୋକ ମଡେଲ)କେନ୍ଦ୍ର ପ୍ରତିଷ୍ଠା ହେବ। ଏଥିରୁ କେତୋଟି ସମ୍ପ୍ରସାରଣ କେନ୍ଦ୍ର ବୈଷୟିକ କେନ୍ଦ୍ର ଅଧୀନରେ ପ୍ରତିଷ୍ଠା କରାଯିବ। ଏନେଇ ମାର୍ଚ୍ଚ ୧୮ ୨୦୧୯ରେ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟର ଅତିରିକ୍ତ ଉନ୍ନୟନ କମିଶନର ମୁଖ୍ୟ ଶାସନ ସଚିବଙ୍କୁ ଏକ ଚିଠି ଲେଖିଥିଲେ। ସମ୍ପ୍ରସାରଣ କେନ୍ଦ୍ର ବାଲେଶ୍ୱରଠାରେ ମଧ୍ୟ ପ୍ରତିଷ୍ଠା ହେବା ଲାଗି ସ୍ଥାନ ଚିହ୍ନଟ କରାଯାଇଛି। ଏହି କେନ୍ଦ୍ର ସକାଶେ ଭିତ୍ତିଭୂମି ଏବଂ ଭଲ ସ୍ଥିତି ରହିଛି। ଏଥିପାଇଁ ପ୍ରାୟ ୫୦ହଜାର ସ୍କୋୟାର ଫିଟ୍‌ ସହ ପାଖାପାଖି ୧ ଏକର ମାଗଣା ଜମିର ଆବଶ୍ୟକତା ରହିଛି। ଶେଷ ୯ ମାସ ହେବ ଏଥିପାଇଁ ପ୍ରୟାସ ଚାଲିଥିଲେ ମଧ୍ୟ ଜମି ମିଳୁନାହିଁ। ଫଳରେ ସମ୍ପ୍ରସାରଣ କେନ୍ଦ୍ର ପ୍ରତିଷ୍ଠା ହେବାକୁ ବିଳମ୍ବ ହେଉଛି। ରାଜ୍ୟର ସ୍ବାର୍ଥ ସକାଶେ ଏଥିଲାଗି ସହଯୋଗ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri