ପ୍ରତି ପଞ୍ଚାୟତରେ ହେବ କୋଭିଡ୍‌ କେୟାର ହୋମ୍‌

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନା (କୋଭିଡ୍‌‌-୧୯) ମୁକାବିଲା ପାଇଁ ରାଜ୍ୟ ସରକାର ନିଜର ରଣନୀତିରେ ପରିବର୍ତ୍ତନ କରିଛନ୍ତି। କରୋନା ରୋଗୀଙ୍କ ଚିକିତ୍ସା ପାଇଁ ପ୍ରତ୍ୟେକ ପଞ୍ଚାୟତରେ କୋଭିଡ୍‌‌ କେୟାର ହୋମ୍‌ ସ୍ଥାପନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିରେ ୧୦ରୁ ୨୦ ଜଣ ବ୍ୟକ୍ତି ରହିବା ବ୍ୟବସ୍ଥା କରାଯିବ। ଏହାଦ୍ୱାରା ସମଗ୍ର ରାଜ୍ୟର ଗ୍ରାମାଞ୍ଚଳରେ ପ୍ରାୟ ୭୦ ହଜାର ଲୋକଙ୍କ ରହିବା ପାଇଁ ବ୍ୟବସ୍ଥା କରାଯିବ। ଥଣ୍ଡା, ଜ୍ୱର ଓ କାଶ ଲକ୍ଷଣ ଥିବା ବ୍ୟକ୍ତିମାନଙ୍କୁ ସିଧା ହସ୍ପିଟାଲକୁ ନିଆ ନ ଯାଇ ପ୍ରଥମେ କୋଭିଡ୍‌‌ କେୟାର ହୋମ୍‌କୁ ନିଆଯିବ। ପରୀକ୍ଷା ପରେ ଯଦି କୋଭିଡ୍‌ ପଜିଟିଭ ଜଣାପଡ଼ିବ ତେବେ ସମ୍ପୃକ୍ତ ବ୍ୟକ୍ତିଙ୍କୁ କୋଭିଡ୍‌ ହସ୍ପିଟାଲକୁ ପଠାଯିବ। ଅନ୍ୟଥା ସେ ଘରେ ରହି ଚିକିତ୍ସିତ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏଭଳି ବାର୍ତ୍ତା ଦେଇଛନ୍ତି।
କୋଭିଡ୍‌ ପରିଚାଳନାକୁ ବିକେନ୍ଦ୍ରୀକରଣ କରିବା ପାଇଁ ସହର ଓ ଗ୍ରାମାଞ୍ଚଳରେ ଓ୍ବାର୍ଡସ୍ତରୀୟ କମିଟି ଗଠନ କରାଯିବ। ଏହି କୋଭିଡ୍‌ ପରିଚାଳନା କମିଟିରେ ଓ୍ବାର୍ଡସ୍ତରୀୟ ଜନପ୍ରତିନିଧିଙ୍କ ସମେତ ଆଶା କର୍ମୀ, ଅଙ୍ଗନଓ୍ବାଡି କର୍ମୀ, ଏଏନ୍‌ଏମ୍‌ ଏବଂ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ର ସଦସ୍ୟମାନେ ରହିବେ। ଏହି କମିଟିକୁ ମହାମାରୀ ରୋଗ ନିୟନ୍ତ୍ରଣ ଆଇନ ଅନୁଯାୟୀ ସ୍ବତନ୍ତ୍ର କ୍ଷମତା ଦିଆଯିବ। ବର୍ତ୍ତମାନ ଗାଁ କଲ୍ୟାଣ ସମିତି ଏହି କୋଭିଡ୍‌ ପରିଚାଳନା କମିଟିର ଦାୟିତ୍ୱ ନିର୍ବାହ କରିବେ। ପ୍ରତି କମିଟିକୁ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କିରିବାର କ୍ଷମତା ଦିଆଯିବ। କୋଭିଡ୍‌ କେୟାର ହୋମ୍‌ ଏବଂ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର(ଟିଏମ୍‌ସି)ର ଦାୟିତ୍ୱ ପୂର୍ବଭଳି ସରପଞ୍ଚଙ୍କ ଉପରେ ନ୍ୟସ୍ତ ରହିବ। ଏଥିପାଇଁ ତାଙ୍କୁ ଆର୍ଥିକ ଓ ପ୍ରଶାସନିକ କ୍ଷମତା ମିଳିବ। ସହରାଞ୍ଚଳରେ ଓ୍ବାର୍ଡ କମିଟିଗୁଡ଼ିକ ଓ୍ବାର୍ଡ ଅଫିସରଙ୍କ ଦ୍ୱାରା ପରିଚାଳିତ ହେବ। ସେଥିରେ ସ୍ଥାନୀୟ ଲୋକ ଏବଂ ସ୍ବେଚ୍ଛାସେବକମାନେ ସଦସ୍ୟ ରହିବେ। ସେମାନେ ଘରକୁ ଘର ବୁଲି ଜନସାଧାରଣଙ୍କଠାରୁ ସେମାନଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ତଥ୍ୟ ସଂଗ୍ରହ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ। ସହରାଞ୍ଚଳରେ ବସ୍ତି ଉପରେ କମିଟି ଅଧିକ ଫୋକସ କରିବ। ବଡ଼ବଡ଼ ବସ୍ତିଗୁଡିକରେ କୋଭିଡ୍‌ କେୟାର ହୋମ୍‌ ମଧ୍ୟ ସ୍ଥାପନ କରାଯିବ।
ରାଜ୍ୟ ବାହାରେ ରହୁଥିବା ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଇତିମଧ୍ୟରେ ଓଡ଼ିଶା ଫେରିଛନ୍ତି। ସେମାନଙ୍କ ପାଇଁ ପ୍ରତି ପଞ୍ଚାୟତରେ ଟିଏମ୍‌ସି କରାଯାଇଛି। ସେଠାରେ ସେମାନଙ୍କର ଉପଯୁକ୍ତ ଯତ୍ନ ନିଆଯିବା ସହିତ ପ୍ରୋତ୍ସାହନ ବ୍ୟବସ୍ଥା ମଧ୍ୟ କରାଯାଇଛି। ଟିଏମ୍‌ସି ପରିଚାଳନାରେ ସରପଞ୍ଚମାନଙ୍କ ସହଯୋଗ ଓ ଦାୟିତ୍ୱବୋଧ ପ୍ରଶଂସନୀୟ। ସେମାନଙ୍କ ପରିଶ୍ରମ ଓ ତ୍ୟାଗ ରୋଗକୁ ନିୟନ୍ତ୍ରଣରେ ରଖିବାରେ ବଡ଼ ଭୂମିକା ନେଇଛି। ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?