ପ୍ରତି ପଞ୍ଚାୟତ, ୱାର୍ଡ ସ୍ତରରେ ଗଠନ ହେବ ଆର୍‌ଆର୍‌ଟି

ଖୋର୍ଦ୍ଧା ଅଫିସ,୮।୪: ରାଜ୍ୟରେ କରୋନା ଭୂତାଣୁ ସଂକ୍ରମଣ ସଖ୍ୟା ୪୨ରେ ପହଞ୍ଚିଛି। ଏ ନେଇ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କୋଭିଡ-୧୯ ସଂକ୍ରମଣ ନିୟନ୍ତ୍ରଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ସତର୍କତା ଅବଲମ୍ବନ କରାଯାଇଛି। ଏହାର କାର୍ଯ୍ୟକୁ ବ୍ୟାପକ କରିବା ଲାଗି ପ୍ରଶାସନ ପକ୍ଷରୁ ରାପିଡ୍‌ ରେସପନ୍ସ ଟିମ(ଆରଆରଟି) ଗଠନ କରାଯିବ ବୋଲି ଜିଲାପାଳ ଶିତାଂଶୁ କୁମାର ରାଉତ କହିଛନ୍ତି ।
ପ୍ରତି ପଞ୍ଚାୟତ ଓ ୱାର୍ଡ ସ୍ତରରେ ଟିମ୍‌ ଗଠନ କରାଯିବ। ଏଥିସହିତ ଏନ୍‌ଏସ୍‌ଏସ,ଏନ୍‌ସିସି, ଭାରତ ସ୍କାଉଟ ଏଣ୍ଡ ଗାଇଡ, ସ୍ବେଚ୍ଛାସେବୀ ଅନୁଷ୍ଠାନ, ବିଜୁ ଯୁବ ବାହିନୀ ପ୍ରଭୃତି ଅନୁଷ୍ଠାନର ସ୍ବେଚ୍ଛାସେବୀଙ୍କୁ ଏଥିରେ ସାମିଲ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି।
ତୁରନ୍ତ ଏହାକୁ କାର୍ଯ୍ୟକାରୀ କରିବା ଲାଗି ଖୋର୍ଦ୍ଧା ଉପଜିଲାପାଳ, ସମସ୍ତ ବିଡିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଏହି ଟିମ୍‌ ସଦସ୍ୟଙ୍କୁନେଇ ହ୍ବାଟ୍‌ସ୍‌ ଆପ୍‌ ଗ୍ରୁପ୍‌ କରାଯିବ। ଏହି ଟିମ୍‌ ନିଜ ଅଞ୍ଚଳର ସମସ୍ତ ଖବର ଉପରେ ନଜର ରଖିବେ। ପ୍ରତି ସମୟର ଟିକିନିଖି ଡାଟା ପ୍ରଶାସନିକ ଅଧିକାରୀଙ୍କୁ ପ୍ରଦାନ କରିବେ। ପ୍ରତି ପଞ୍ଚାୟତ ସ୍ତରରୁ ଆସୁଥିବା ଖବର ଉପରେ ବ୍ଲକ, ଉପ ଜିଲାପାଳ ଏବଂ ଜିଲାସ୍ତରୀୟ ଅଧିକାରୀମାନେ ଏହାକୁ ଯାଞ୍ଚକରି ବିହିତ ପଦକ୍ଷେପ ଗ୍ରହଣ କରିବେ। ଜିଲାପାଳ ରାଉତ କୁହନ୍ତି, ଏହି ଟିମ୍‌ ପଞ୍ଚାୟତରେ ଥିବା ବିଦେଶ, ବାହର ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖିବେ। ହୋମ୍‌ କ୍ବାରାଣ୍ଟାଇନ୍‌ରେ ରହିଥିବା ପରିବାର, ବ୍ୟକ୍ତିଙ୍କ ନିୟମିତ ଯୋଗାଯୋଗ, ଦାଦନ ଶ୍ରମିକ, ଗରିବ ଅସହାୟଙ୍କ ତାଲିକା, ନିଜ ଅଞ୍ଚଳର ସାନିଟାଇଜର, ସ୍ବଚ୍ଛତା, ପରିମଳ ଆଦି ଉପରେ ଦୃଷ୍ଟି ଦେବେ। ଦୀର୍ଘ ଦିନ ଧରି ଥଣ୍ଡା କାଶ ଜ୍ବରରେ ପୀଡିତ ବ୍ୟକ୍ତିଙ୍କ ସମ୍ପର୍କରେ ଖବର ସଂଗ୍ରହକରି ପ୍ରଶାସନିକ ଅଧିକାରୀଙ୍କୁ ଜଣାଇବା କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?