ପ୍ରତି ପଞ୍ଚାୟତ, ୱାର୍ଡ ସ୍ତରରେ ଗଠନ ହେବ ଆର୍‌ଆର୍‌ଟି

ଖୋର୍ଦ୍ଧା ଅଫିସ,୮।୪: ରାଜ୍ୟରେ କରୋନା ଭୂତାଣୁ ସଂକ୍ରମଣ ସଖ୍ୟା ୪୨ରେ ପହଞ୍ଚିଛି। ଏ ନେଇ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କୋଭିଡ-୧୯ ସଂକ୍ରମଣ ନିୟନ୍ତ୍ରଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ସତର୍କତା ଅବଲମ୍ବନ କରାଯାଇଛି। ଏହାର କାର୍ଯ୍ୟକୁ ବ୍ୟାପକ କରିବା ଲାଗି ପ୍ରଶାସନ ପକ୍ଷରୁ ରାପିଡ୍‌ ରେସପନ୍ସ ଟିମ(ଆରଆରଟି) ଗଠନ କରାଯିବ ବୋଲି ଜିଲାପାଳ ଶିତାଂଶୁ କୁମାର ରାଉତ କହିଛନ୍ତି ।
ପ୍ରତି ପଞ୍ଚାୟତ ଓ ୱାର୍ଡ ସ୍ତରରେ ଟିମ୍‌ ଗଠନ କରାଯିବ। ଏଥିସହିତ ଏନ୍‌ଏସ୍‌ଏସ,ଏନ୍‌ସିସି, ଭାରତ ସ୍କାଉଟ ଏଣ୍ଡ ଗାଇଡ, ସ୍ବେଚ୍ଛାସେବୀ ଅନୁଷ୍ଠାନ, ବିଜୁ ଯୁବ ବାହିନୀ ପ୍ରଭୃତି ଅନୁଷ୍ଠାନର ସ୍ବେଚ୍ଛାସେବୀଙ୍କୁ ଏଥିରେ ସାମିଲ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି।
ତୁରନ୍ତ ଏହାକୁ କାର୍ଯ୍ୟକାରୀ କରିବା ଲାଗି ଖୋର୍ଦ୍ଧା ଉପଜିଲାପାଳ, ସମସ୍ତ ବିଡିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଏହି ଟିମ୍‌ ସଦସ୍ୟଙ୍କୁନେଇ ହ୍ବାଟ୍‌ସ୍‌ ଆପ୍‌ ଗ୍ରୁପ୍‌ କରାଯିବ। ଏହି ଟିମ୍‌ ନିଜ ଅଞ୍ଚଳର ସମସ୍ତ ଖବର ଉପରେ ନଜର ରଖିବେ। ପ୍ରତି ସମୟର ଟିକିନିଖି ଡାଟା ପ୍ରଶାସନିକ ଅଧିକାରୀଙ୍କୁ ପ୍ରଦାନ କରିବେ। ପ୍ରତି ପଞ୍ଚାୟତ ସ୍ତରରୁ ଆସୁଥିବା ଖବର ଉପରେ ବ୍ଲକ, ଉପ ଜିଲାପାଳ ଏବଂ ଜିଲାସ୍ତରୀୟ ଅଧିକାରୀମାନେ ଏହାକୁ ଯାଞ୍ଚକରି ବିହିତ ପଦକ୍ଷେପ ଗ୍ରହଣ କରିବେ। ଜିଲାପାଳ ରାଉତ କୁହନ୍ତି, ଏହି ଟିମ୍‌ ପଞ୍ଚାୟତରେ ଥିବା ବିଦେଶ, ବାହର ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖିବେ। ହୋମ୍‌ କ୍ବାରାଣ୍ଟାଇନ୍‌ରେ ରହିଥିବା ପରିବାର, ବ୍ୟକ୍ତିଙ୍କ ନିୟମିତ ଯୋଗାଯୋଗ, ଦାଦନ ଶ୍ରମିକ, ଗରିବ ଅସହାୟଙ୍କ ତାଲିକା, ନିଜ ଅଞ୍ଚଳର ସାନିଟାଇଜର, ସ୍ବଚ୍ଛତା, ପରିମଳ ଆଦି ଉପରେ ଦୃଷ୍ଟି ଦେବେ। ଦୀର୍ଘ ଦିନ ଧରି ଥଣ୍ଡା କାଶ ଜ୍ବରରେ ପୀଡିତ ବ୍ୟକ୍ତିଙ୍କ ସମ୍ପର୍କରେ ଖବର ସଂଗ୍ରହକରି ପ୍ରଶାସନିକ ଅଧିକାରୀଙ୍କୁ ଜଣାଇବା କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri