ପ୍ରତି ମାସ ୭ ତାରିଖରେ ମନ୍ତ୍ରୀମାନେ ଦେବେ ରିପୋର୍ଟ

ଭୁବନେଶ୍ୱର,୪।୬(ବ୍ୟୁରୋ): ଏଣିକି ମନ୍ତ୍ରୀମାନେ ପ୍ରତି ମାସ ୭ ତାରିଖ ପୂର୍ବରୁ ଦଳୀୟ ଇସ୍ତାହାରର ପ୍ରସ୍ତାବଗୁଡ଼ିକୁ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଭାବେ କାର୍ଯ୍ୟକାରୀ କରିବା ଦିଗରେ ନେଇଥିବା ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରିପୋର୍ଟ ଦେବେ। ଆଗାମୀ ଜୁଲାଇ ୭ ମଧ୍ୟରେ ମନ୍ତ୍ରୀମାନଙ୍କୁ ପ୍ରଥମ ରିପୋର୍ଟ ଦେବା ଲାଗି ମୁଖ୍ୟମନ୍ତ୍ରୀ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି।

ପ୍ରକାଶଯୋଗ୍ୟ, ନୂଆ ସରକାର ଦାୟିତ୍ୱ ଗ୍ରହଣ କରିବା ପରେ ମେ’ ୨୯ରେ ମନ୍ତ୍ରିମଣ୍ଡଳ ବୈଠକ ବସି ନିର୍ବାଚନ ସମୟରେ ଓଡ଼ିଶାବାସୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ତଥା ଦଳୀୟ ଇସ୍ତାହାର ପ୍ରସ୍ତାବ ଗୁଡ଼ିକ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଭାବେ ଗ୍ରହଣ କରିଥିଲେ। ମହିଳାମାନଙ୍କର ବିକାଶ, ଅଭିବୃଦ୍ଧିରେ ସମାନ ଭାଗିଦାରୀ, ଦୁର୍ବଳ ଶ୍ରେଣୀର ଲୋକଙ୍କ ବିକାଶ ଏବଂ ଯୁବଗୋଷ୍ଠୀଙ୍କ ସ୍ବପ୍ନର ସଫଳ ରୂପାୟନ ସହ ସଶକ୍ତ ଓଡ଼ିଶା ଗଠନ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଏଥିସହ ୩୬୫ ଦିନ ପରେ ଅର୍ଥାତ ୨୦୨୦ ମେ’ ୨୯ରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ଓ ରୂପାୟନ ସମ୍ପର୍କରେ ଜଣାଯିବ। ଏଥିଲାଗି ମନ୍ତ୍ରୀମାନେ ଉଦ୍ୟମ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri